
Mission sakti house inaugurated in jajpur
ରାଜ୍ୟର ୩୦ଟି ଜିଲ୍ଲାର ୨.୫ ଲକ୍ଷ ମିଶନ ଶକ୍ତି ଗ୍ରୁପଙ୍କ ବ୍ୟାଙ୍କ ଖାତାକୁ ଏହି ସୁଧ ରିହାତି ପ୍ରଦାନ କରାଯାଇଛି ( mission sakti ) । ୨୦୨୨ ଅପ୍ରେଲରୁ ଓ ସେପ୍ଟେମ୍ବର ମଧ୍ୟରେ ମହିଳା ମାନେ ଯେଉଁ ଋଣ ନେଇଥିଲେ, ସେହି ଋଣର ସୁଧ ପରିମାଣ ପ୍ରଦାନ କରାଯାଇଛି । ମାତ୍ର ୬ ମାସରେ ରାଜ୍ୟ ସରକାର ୧୨୫ କୋଟି ଟଙ୍କାର ସୁଧ ରିହାତି ପ୍ରଦାନ କରିଛନ୍ତି ।
ଏହି ଅବସରରେ କନ୍ଭେନସନ ସେଣ୍ଟରରେ ଉପସ୍ଥିତ ମା ଓ ରାଜ୍ୟର ସବୁ ଜିଲ୍ଲା ଓ ବ୍ଲକ୍ରେ ଭିଡିଓ କନ୍ଫରେନ୍ସିଂ ଜରିଆରେ ଯୋଡି ହୋଇଥିବା ମା ମାନଙ୍କୁ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ମା ମାନେ ଆଜି ଘରର ଚାରି କାନ୍ଥରୁ ବାହାରି ବ୍ୟବସାୟ ଠାରୁ ଆରମ୍ଭ କରି, ବିକାଶର ବିଭିନ୍ନ କ୍ଷେତ୍ରରେ ନିଷ୍ପତ୍ତି ନେଉଛନ୍ତି । ମା ମାନଙ୍କର ଏହି ନିଷ୍ପତ୍ତି ନେବାର କ୍ଷମତା ହେଉଛି, ପ୍ରକୃତ ରୂପାନ୍ତର ।
ମୁଖ୍ୟମନ୍ତ୍ରୀ କହିଥିଲେ, ଯେ ମିଶନ ଶକ୍ତି ଆଜି କେବଳ ଏକ ସ୍ଲୋଗାନ ନୁହେଁ, ଆଜି ଏହା ମା ମାନଙ୍କର ଏକ ଜୀବନଧାରା । ୭୦ ଲକ୍ଷ ମା ମାନଙ୍କର ଏହି ବିରାଟ ଅନୁଷ୍ଠାନ ଆଜି ଓଡିଶା ବିକାଶର ନୂଆ ଇତିହାସ ଲେଖୁଛି । ମିଶନ ଶକ୍ତି ଗ୍ରୁପ ଗୁଡିକୁ ଶକ୍ତିଶାଳି କରିବା ପାଇଁ ବିଭିନ୍ନ ଘୋଷଣା ସଂପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ବିନା ସୁଧରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ, ଜିଲ୍ଲାସ୍ତରୀୟ ଫେଡେରେସନକୁ ଏକ କୋଟି ଟଙ୍କା ଓ ବ୍ଲକ୍ ଫେଡେରେସନକୁ ୫୦ ଲକ୍ଷ ଟଙ୍କାର ରିଭଲଭିଂ ଫଣ୍ଡ ଆଦି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ହେଉଛି, ‘ମା ମାନଙ୍କୁ ଉଦ୍ୟୋଗୀ ଭାବରେ ଦେଖିବାକୁ ମୁଁ ଚାହେଁ’। ଆଗାମୀ ୫ ବର୍ଷରେ ୫୦ ହଜାର କୋଟି ଟଙ୍କାର ଋଣ ଓ ୧୨୦୦ କୋଟି ଟଙ୍କାର ସୁଧ ରିହାତି ବ୍ୟବସ୍ଥା ହୋଇଛି ବୋଲି ସେ କହିଥିଲେ।
କାର୍ଯ୍ୟକ୍ରମରେ ସ୍ବାଗତ ଭାଷଣ ଦେଇ ମିଶନ ଶକ୍ତି ବିଭାଗ କମିଶନର-ତଥା-ଶାସନ ସଚିବ ଶ୍ରୀମତୀ ସୁଜାତା କାର୍ତ୍ତିକେୟନ କହିଲେ ଯେ ଆଗରୁ ସୁଧ ରିହାତି ପାଇବା ପାଇଁ ମା ମାନେ ବ୍ୟାଙ୍କକୁ ବାରମ୍ବାର ଯାଉଥିଲେ। ଏବେ ସେ ଅବସ୍ଥା ଆଉ ନାହିଁ । ୫-ଟିରେ ଟେକ୍ଲୋଲୋଜିରେ ବ୍ୟବସ୍ଥା କରାଯାଇ ଖୁବଶୀଘ୍ର ସୁଧ ରିହାତି ହିସାବ କରି ମା ମାନଙ୍କ ଆକାଉଣ୍ଟକୁ ସିଧାସଳଖ ପଠାଇ ଦିଆଯାଉଛି। ମା ମାନଙ୍କ ପାଇଁ ଯେଉଁ ରିଭଲଭିଂ ଫଣ୍ଡ କରାଯାଇଛି, ତାହା ଏକ ମିନି ବ୍ୟାଙ୍କରେ ପରିଣତ ହେବ ଏବଂ ମା ମାନେ କେବଳ ପାରମ୍ପରିକ ବ୍ୟବସାୟ ନୁହେଁ, ବିଭିନ୍ନ ଆଧୁନିକ ବ୍ୟାବସାୟ ଯଥା – ଫେଶନ ଡିଜାଇନ, କୃଷି ଉଦ୍ୟୋଗ, ବିଉଟି ଓ ୱେଲନେସ୍ ଆଦି ବ୍ୟବସାୟ ଯେପରି କରିପାରିବେ, ସେଥିପାଇଁ ମଧ୍ୟ ବ୍ୟବସ୍ଥା କରାଯାଉଛି। ମା ମାନେ ଏବେ ବ୍ୟବସାୟ କରି ନିଜର ପରିଚୟ ନେଇ ଆଗକୁ ବଢିବେ ବୋଲି ସେ କହିଥିଲେ ।
ଓଡିଶା ଜୀବିକା ମିଶନର ସିଇଓ ମାନସୀ ନିମ୍ଭାଲ ଧନ୍ୟବାଦ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ମିଶନ ଶକ୍ତି ବିଭାଗର ଉପଦେଷ୍ଟା ଶ୍ରୀମତୀ ଲୋପାମୁଦ୍ରା ବକ୍ସିପାତ୍ର, ଡଃ ଗୀତା ବସ୍ତିଆ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ୫-ଟି ସଚିବ ଭି.କେ. ପାଣ୍ଡିଆନ ପ୍ରମୁଖ ଉପସ୍ଥିତ ଥିଲେ ।
Share your comments