1. କୃଷି ଖବର

ଜାତୀୟ ସ୍ତରୀୟ ହସ୍ତତନ୍ତ ମେଳା-୨୦୨୧ ଉଦ୍ଘାଟିତ

ଭୁବନେଶ୍ୱର : ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀମତୀ ପଦ୍ମିନୀ ଦିଆନ ‘ଜାତୀୟ ସ୍ତରୀୟ ହସ୍ତତନ୍ତମେଳା’ ଉଦଘାଟନ କରିଛନ୍ତି । ଏହି ଉଦ୍ଘାଟନୀ ଉତ୍ସବରେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା, ସାଧାରଣ ଉଦ୍ୟୋଗ,ସମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା,ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ କମିଶନର ତଥା ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମା ଯୋଗଦେଇଥିଲେ ।

KJ Staff
KJ Staff

ଭୁବନେଶ୍ୱର : ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀମତୀ ପଦ୍ମିନୀ ଦିଆନ ‘ଜାତୀୟ ସ୍ତରୀୟ ହସ୍ତତନ୍ତମେଳା’ ଉଦଘାଟନ କରିଛନ୍ତି । ଏହି ଉଦ୍‌ଘାଟନୀ ଉତ୍ସବରେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା, ସାଧାରଣ ଉଦ୍ୟୋଗ,ସମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା,ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ କମିଶନର ତଥା ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମା ଯୋଗଦେଇଥିଲେ ।ବୟନଶିଳ୍ପ ନିର୍ଦ୍ଦେଶକ ତଥା ବୟନିକାର ପରିଚାଳନା ନିର୍ଦ୍ଦେଶକ ଶ୍ରୀ ଜ୍ୟୋତିପ୍ରକାଶ ଦାସ ଏବଂ ବିଭାଗ ଓ ବୟନ ଶିଳ୍ପନିର୍ଦ୍ଦେଶାଳୟର ପଦାଧିକାରୀ ବୃନ୍ଦ ଏଥିରେ ଉପସ୍ଥିତ ଥିଲେ ।ଆମ ଦେଶ ଭାରତର ସମସ୍ତ ବୟନ କଳାକୁ ଗୋଟିଏ ସ୍ଥାନରେ ପ୍ରଦର୍ଶିତ କରାଇବା ପାଇଁ ତଥା ଏହାରବାଣିଜି୍ୟକ ଆଭିମୁଖ୍ୟକୁ ତ୍ୱରାନ୍ୱିତ କରି ଏଥିରେ ସଂପୃକ୍ତ ବୁଣାକାରମାନଙ୍କ ସର୍ବାଙ୍ଗୀନ ଉନ୍ନତି ନିମନ୍ତେ ଓଡ଼ିଶାସରକାରଙ୍କ ଆନୁକୂଲ୍ୟରେ ବୟନିକା ଦ୍ୱାରା ଇଡ଼୍‌କୋ ପ୍ରଦର୍ଶନୀ ପଡ଼ିଆ, ୟୁନିଟ୍‌-୩, ଭୁବନେଶ୍ୱରଠାରେ ବିଂଶତମଜାତୀୟ ସ୍ତରୀୟ ହସ୍ତତନ୍ତ ମେଳାର ଆୟୋଜନ କରାଯାଇଛି । ଏହି ‘ଜାତୀୟ ସ୍ତରୀୟ ହସ୍ତତନ୍ତ ମେଳା’ ଫେବୃଆରୀ୧୭ ତାରିଖ ପର୍ଯ୍ୟନ୍ତ ଚାଲିବ ।ଏହି ମେଳାରେ ୧୩୪ଟି ଷ୍ଟଲ ଖୋଲାଯାଇଛି । ଏଥି ମଧ୍ୟରୁ ୮୪ଟି ଷ୍ଟଲ ଓଡ଼ିଶାର ବିଭିନ୍ନ ହସ୍ତତନ୍ତ ସଂସ୍ଥା ଓସମିତିମାନଙ୍କ ପାଇଁ ଉଦ୍ଦିଷ୍ଟ । ବାକି ୫୦ଟି ଷ୍ଟଲ ଅନ୍ୟ ରାଜ୍ୟର ଅଂଶଗ୍ରହଣକାରୀ ସଂସ୍ଥାଙ୍କୁ ଆବଣ୍ଟନ କରାଯାଇଛି ।ଏହି ମେଳାରେ ଉତ୍ତରପ୍ରଦେଶ, ଜାମ୍ମୁ ଓ କାଶ୍ମୀର, ରାଜସ୍ଥାନ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ପଶ୍ଚିମବଙ୍ଗ, ଝାରଖଣ୍ଡ,ଆନ୍ଧ୍ରପ୍ରଦେଶ, ପଣ୍ଡିଚେରୀ, ତାମିଲନାଡ଼ୁ, କର୍ଣ୍ଣାଟକ, ଉତ୍ତରାଖଣ୍ଡ, ହରିୟାନା ଏବଂ ଓଡ଼ିଶାର ପ୍ରାୟ ୮୪ ସଂସ୍ଥା/ସମିତି ଅଂଶଗ୍ରହଣ କରି ସେମାନଙ୍କର ବିଭିନ୍ନ ହସ୍ତତନ୍ତ ବସ୍ତ୍ର ଓ ପରିଧାନକୁ ପ୍ରଦର୍ଶିତ କରିବା ସହ ବିକ୍ରି କରିବେ ।

ଏହିପ୍ରଦର୍ଶନୀରେ ଓଡ଼ିଶାର ବାନ୍ଧବସ୍ତ୍ର ସହ ପଶ୍ଚିମବଙ୍ଗର ଜାମଦାନି ଓ ଟାଙ୍ଗାଇଲ,‌ ଗୁଜୁରାଟର ପଟୋଲା, ଲକ୍ଷ୍ନୌରଚିକେନ କାରୀ, ଜାମ୍ମୁ କାଶ୍ମୀରର ପଶ୍ମିନା-ସାଲ, ତାମିଲନାଡ଼ୁର କାଞ୍ଜିବରମ ପାଟଶାଢ଼ି, ଦିଲ୍ଲୀ, ହରିୟାନାର ଫର୍ନିସିଙ୍ଗବସ୍ତ୍ର, ପଞ୍ଜାବର କମ୍ବଳ ଓ କର୍ଣ୍ଣାଟକର ଶାଢ଼ି ଆଦି ହସ୍ତତନ୍ତ ବସ୍ତ୍ର ଗ୍ରାହକଙ୍କ ପାଇଁ ଉପଲବ୍ଧ ହେବ ।ଏହି ମେଳା ଦିନ ୧୧.୩୦ରୁ ରାତି ୯.୩୦ ପର୍ଯ୍ୟନ୍ତ ଚାଲିବ । ଏହି ମେଳାରେ ଓଡ଼ିଶାର ପ୍ରତ୍ୟେକଷ୍ଟଲରେ ପ୍ରତ୍ୟେକ ବସ୍ତ୍ର ବିକି୍ର ଉପରେ ସ୍ୱତନ୍ତ୍ର ରିହାତି ଦେବାର ବ୍ୟବସ୍ଥା କରାଯାଇଛି । କୋଭିଡ୍‌ ଗାଇଡ୍‌ଲାଇନ୍‌ କଡ଼ାକଡ଼ି ପାଳନ କରିବା ପାଇଁ ସମସ୍ତ ପଦକ୍ଷେପ ନିଆଯାଇଛି । ସାମାଜିକ ଦୂରତା ରଖିବା ଓ ମାସ୍କ ପିନ୍ଧିବା ସମସ୍ତଙ୍କପାଇଁ ବାଧ୍ୟତାମୂଳକ କରାଯାଇଛି ।ଗତବର୍ଷ ଏହି ମେଳାରେ ୧୦ କୋଟି ଟଙ୍କାର ବ୍ୟବସାୟ ହୋଇଥିଲା । ଚଳିତ ବର୍ଷ କୋଭିଡ୍‌ କଟକଣାସତ୍ତେ୍ ୧୦ କୋଟିରୁ ଅଧିକ ବ୍ୟବସାୟ ହେବ ବୋଲି ଆଶା କରାଯାଉଅଛି ।ସର୍ବୋପରି ବୟନିକା ଏହି ମେଳାକୁ ବୟନଶିଳ୍ପ ନିର୍ଦ୍ଦେଶାଳୟ ତଥା ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗରପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ସଫଳତାର ସହ ଆୟୋଜନ କରିବା ପାଇଁ ସଂକଳ୍ପବଦ୍ଧ ।

Like this article?

Hey! I am KJ Staff. Did you liked this article and have suggestions to improve this article? Mail me your suggestions and feedback.

Share your comments