1. କୃଷି ଖବର

ଆଜି BSKY ସ୍ମାର୍ଟ ସ୍ବାସ୍ଥ୍ୟ ସେବାରେ ସାମିଲ ହେବ ଯାଜପୁର-କେନ୍ଦ୍ରାପଡା

ସ୍ମାର୍ଟ ସ୍ବାସ୍ଥ୍ୟସେବାରେ ସାମିଲ ହେଉଛି ଓଡିଶା। ସ୍ମାର୍ଟ କାର୍ଡ ସ୍ମାର୍ଟ ସହାୟତା ଲକ୍ଷ୍ୟ ନେଇ ଲୋକଙ୍କୁ ମାଗଣା ସ୍ବାସ୍ଥ୍ୟସେବା ଯୋଗାଇ ଦେବାକୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ଜାରି ରହିଛି ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ କାର୍ଯ୍ୟକ୍ରମ। ଆଜି (ବୁଧବାର) ଯାଜପୁର ଓ କେନ୍ଦ୍ରାପଡା ଜିଲ୍ଲାରେ ସ୍ମାର୍ଟ ହେଲଥ କାର୍ଡ ବାଣ୍ଟିବେ ମୁଖ୍ୟମନ୍ତ୍ରୀ ।

Sudesna Nayak
Sudesna Nayak
cm naveen pattnaik distribute BSKY smart health card in jajpur and kendrapada today

cm naveen pattnaik distribute BSKY smart health card in jajpur and kendrapada today

ସ୍ମାର୍ଟ ସ୍ବାସ୍ଥ୍ୟସେବାରେ ସାମିଲ ହେଉଛି ଓଡିଶା । ସ୍ମାର୍ଟ କାର୍ଡ ସ୍ମାର୍ଟ ସହାୟତା ଲକ୍ଷ୍ୟ ନେଇ ଲୋକଙ୍କୁ ମାଗଣା ସ୍ବାସ୍ଥ୍ୟସେବା ଯୋଗାଇ ଦେବାକୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ଜାରି ରହିଛି ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ କାର୍ଯ୍ୟକ୍ରମ ।

ସ୍ମାର୍ଟ ସେବାରେ ସାମିଲ୍ ହେବ ଯାଜପୁର ଓ କେନ୍ଦ୍ରାପଡା ଜିଲ୍ଲା । ଆଜି ଯାଜପୁର ଓ କେନ୍ଦ୍ରାପଡା ରେ ଲେଖା ହେବ ସେବା ଆଉ ବିକାଶର ନୂଆ କାହାଣୀ । ଜିଲ୍ଲାବାସୀଙ୍କୁ ବିକାଶର ଭେଟି ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

କହିବାକୁ ଗଲେ, ଗତକାଲି ଜଗତସିଂହପୁର ଓ ନୟାଗଡ ଜିଲ୍ଲାରେ ଏହି କାର୍ଯ୍ୟକ୍ରମ ଶେଷ ହୋଇଥିବାବେଳେ ଆଜି (ବୁଧବାର) ଯାଜପୁର ଓ କେନ୍ଦ୍ରାପଡା ଜିଲ୍ଲାରେ ସ୍ମାର୍ଟ ହେଲଥ କାର୍ଡ ବାଣ୍ଟିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଲୋକଙ୍କୁ ମାଗଣା ସ୍ବାସ୍ଥ୍ୟସେବା ଯୋଗାଇ ଦେବାକୁ ଜାରି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ଜାରି ରହିଛି ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ କାର୍ଯ୍ୟକ୍ରମ ।

ଚଳିତ ବର୍ଷ ସେପ୍ଟେମ୍ବର ପହିଲାରୁ ଓଡିଶାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା BSKY (Biju Swasthya Kalyan Yojana)ରେ ସ୍ମାର୍ଟ ହେଲଥ କାର୍ଡ ବିତରଣ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଏହି ବ୍ୟବସ୍ଥାରେ ଓଡିଶାରେ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଏକ ନୂଆ ଯୁଗ ଆରମ୍ଭ ହୋଇଛି । ଏହି କାର୍ଡ ଦ୍ବାରା ଗରିବଙ୍କ ଚିକିତ୍ସା ସମସ୍ୟା ଦୂର ହେବ । ଏଥିରେ ରାଜ୍ୟରେ ମୋଟ ୯୬ ଲକ୍ଷ ପରିବାର ସାଢେ 3 କୋଟି ରୁ ଅଧିକ ଲୋକ ଉପକୃତ ହେବେ । ଆଜି (ବୁଧବାର) ଏହି ସ୍ମାର୍ଟ ସେବାରେ ଯୋଡି ହେବ ଯାଜପୁର ଓ କେନ୍ଦ୍ରାପଡା ।

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ଏହି ସ୍ମାର୍ଟ ହେଲଥ କାର୍ଡ ପରିବାରର ସମସ୍ତ ସଦସ୍ୟଙ୍କ ପାଇଁ ବର୍ଷକୁ ୫ ଲକ୍ଷ ଟଙ୍କା ଓ ବିଶେଷ କରି ମହିଳାଙ୍କ ପାଇଁ ବର୍ଷକୁ ୧୦ ଲକ୍ଷ ଟଙ୍କାର ଚିକିତ୍ସା ସହାୟତା ଦେବ ।

ଏହା ପୂର୍ବରୁ ଜଗତସିଂହପୁର, ନୟାଗଡ, କଟକ, ଖୋର୍ଦ୍ଧା, ଗଞ୍ଜାମ, ବାଲେଶ୍ବର, ଭଦ୍ରକ, ବୌଦ୍ଧ, ଝାରସୁଗୁଡା, ମୟୂରଭଞ୍ଜ, ଗଜପତି, ସୁନ୍ଦରଗଡ, ମାଲକାନଗିରି, କଳାହାଣ୍ଡି, ନୂଆପଡା, ଦେବଗଡ ଓ ବରଗଡ ଜିଲ୍ଲାର ହିତାଧିକାରୀଙ୍କୁ ସ୍ମାର୍ଟ ହେଲଥ କାର୍ଡ ବିତରଣ ସରିଯାଇଛି ।

ନୟାଗଡରେ ଆଜି BSKY ସ୍ମାର୍ଟ ହେଲଥ କାର୍ଡ ବାଣ୍ଟିବେ ମୁଖ୍ୟମନ୍ତ୍ରୀ

କଟକ ଓ ଖୋର୍ଦ୍ଧାରେ ଆଜି BSKY ସ୍ମାର୍ଟ ହେଲଥ କାର୍ଡ ବାଣ୍ଟିବେ ମୁଖ୍ୟମନ୍ତ୍ରୀ

Like this article?

Hey! I am Sudesna Nayak . Did you liked this article and have suggestions to improve this article? Mail me your suggestions and feedback.

Share your comments