
Odisha Weather Odisha..pic credit: @mcbbsr
ଚଳିତ ବର୍ଷ ରାଜ୍ୟରେ ମୌସୁମି ଦୁର୍ବଳ ରହିଥିବା ଦେଖିବାକୁ ମିଳିଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୧.୧ ମି.ମି ବର୍ଷା ହୋଇଥିବା ରୋକର୍ଡ କରିଛି ପାଣିପାଗ ବିଭାଗ । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରର କେନ୍ଦ୍ର ଭାଗରେ ଥିବା ଘୂର୍ଣ୍ଣିବଳୟ ଦକ୍ଷିଣ-ପଶ୍ଚିମ ଓ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଆଡ଼କୁ ରହିଛି। ଏହି ଘୂର୍ଣ୍ଣିବଳୟର ପ୍ରଭାବରେ ଆଜି ରାଜ୍ୟର କେତେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଥିବା ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ।
ଆଞ୍ଚଳିକ ପାଣିପାଗ ବିଭାଗର ସୂଚନା ଅନୁସାରେ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, ଗଜପତି, ଗଞ୍ଜାମ,ନୂଆପଡ଼ା, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଆସନ୍ତା ୫ ତାରିଖରେ ମାଲକାନଗିରି , କୋରାପୁଟ, ନବରଙ୍ଗପୁର, ରାୟଗଡା, ଗଜପତି, କନ୍ଧମାଳ, ଆଦି କେତେକ ଅଞ୍ଚଳରେ ବର୍ଷାର ସମ୍ଭାବନା ରହିଥିବା ବେଳେ ୬ ତାରିଖରେ ରାଜ୍ୟର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ସେହିଭଳି ଗଜପତି, ଗଞ୍ଜାମ, ରାୟଗଡା, ବଲାଙ୍ଗୀର, ବରଗଡ, ବୌଦ୍ଧ, ମୟୁରଭଞ୍ଜ, ବାଲେଶ୍ୱର ଓ ଅନୁଗୁଳ ଆଦି ଜିଲ୍ଲାର କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ ବୋଲି ସୂଚନା ଦେଇଛି ବିଭାଗ। ଆସନ୍ତାକାଲି ଭୁବନେଶ୍ୱର ଓ ଆଖପାଖ ଅଞ୍ଚଳରେ ପାଗ ମେଘୁଆ ରହିବା ସହ ମଧ୍ୟମ ଧରଣର ବର୍ଷା ହେବା ନେଇ ସୂଚନା ମିଳିଛି ।
ସେପଟେ ଏବେ ସାରା ଦେଶରେ ବର୍ଷା ପରିସ୍ଥିତି ଜାରି ରହିଛି । ଭାରତୀୟ ପାଣିପାଗ ବିଭାଗ ଅନୁସାରେ ଚଳିତ ମାସରେ ମଧ୍ୟ ଦେଶର ବିଭିନ୍ନ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଗୁଜୁରାଟ, ଆସାମ, ହିମାଚଳ ପ୍ରଦେଶ, ମହାରାଷ୍ଟ୍ର ସମେତ ଦେଶର ଅନେକ ସ୍ଥାନରେ ବର୍ଷା ହେଉଥିବା ଦେଖିବାକୁ ମିଳିଛି ।
ମୌସୁମୀ ଆରମ୍ଭରୁ ଦେଶର ରାଜଧାନୀ ଦିଲ୍ଲୀରେ ଅଧିକାଂଶ ସମୟ ବର୍ଷା ହେଉଥିବା ଦେଖାଯାଇଛି । ପାଣିପାଗ ବିଭାଗର ରିପୋର୍ଟ ଅନୁସାରେ, ଏହି ସପ୍ତାହରେ ଦିଲ୍ଲୀରେ ମଧ୍ୟ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହା ବ୍ୟତୀତ ଦିଲ୍ଲୀରେ ସର୍ବାଧିକ ତାପମାତ୍ରା ୩୮ ଡିଗ୍ରୀ ସେଲସିୟସରେ ରେକର୍ଡ କରାଯାଇଥିବା ବେଳେ ସର୍ବନିମ୍ନ ତାପମାତ୍ରା ୨୮ ଡିଗ୍ରୀ ସେଲସିୟସରେ ରେକର୍ଡ କରାଯାଇଛି । ଏଥିସହ IMD ରାଜ୍ୟର ଅନେକ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଓ ୟେଲୋ ଆଲର୍ଟ ଜାରି କରିଛି । ଏହି ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବା ନେଇ ମଧ୍ୟ ଚେତାବନୀ ଦେଇଛି ବିଭାଗ ।
ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା, ୟେଲୋ ୱାର୍ଣ୍ଣି ଜାରି କଲା ପାଣିପାଗ ବିଭାଗ..
Share your comments