News

ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା, ୟେଲୋ ୱାର୍ଣ୍ଣି ଜାରି କଲା ପାଣିପାଗ ବିଭାଗ..

ରାଜ୍ୟ ବ୍ୟାପି ଗରମ ପ୍ରବାହ ଜାରି ରହିଥିବା ବେଳେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ।ଏ ନେଇ ଓଡ଼ିଶାର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ।

03 July, 2023 10:54 AM IST By: Priyambada Rana

ରାଜ୍ୟ ବ୍ୟାପି ଗରମ ପ୍ରବାହ ଜାରି ରହିଥିବା ବେଳେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ।ଏ ନେଇ ଓଡ଼ିଶାର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ। ୱାର୍ଣ୍ଣି ଦିଆଯାଇଥିବା ଜିଲ୍ଲାଗୁଡିକ ହେଲା- ମାଲକାନାଗିରି , କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା , ପୁରୀ, ଅନୁଗୁଳ, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଭଦ୍ରକ, ଯାଜପୁର, ଢେଙ୍କାନାଳ, ମୟୁରଭଞ୍ଜ, ବାଲେଶ୍ୱର ଓ କେନ୍ଦୁଝର। ବଜ୍ରପାତରୁ ସୁରକ୍ଷିତ ରହିବା ପାଇଁ ଏବଂ ଏହି ସମୟରେ ଘରୁ ବାହାରକୁ ନ ବାହାରିବା ପାଇଁ ଲୋକଙ୍କୁ ପରାମର୍ଶ ଦିଆଯାଇଛି ।

ରାଜ୍ୟର ଉପକୂଳ ଜିଲ୍ଲା ସମେତ ଉତ୍ତର ଓ ଦକ୍ଷିଣ ଓଡିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଉତ୍ତର ଏବଂ ଉପକୂଳ ଓଡିଶାର ପାଖାପାଖି ୨୦ଟି ଜିଲ୍ଲାରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।ବର୍ତ୍ତମାନ ଦେଶର ବିଭିନ୍ନ ସ୍ଥାନରେ ମୌସୁମୀ ସକ୍ରିୟ ରହିଥିବା ଦେଖିବାକୁ ମିଳିଛି । ତେବେ ଓଡିଶାରେ ଏବେ ପର୍ଯ୍ୟନ୍ତ ମୌସୁମୀ ବର୍ଷାର ବିଶେଷ ପ୍ରଭାବ ଦେଖିବାକୁ ମିଳିନାହିଁ । କିନ୍ତୁ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଖୁବଶୀଘ୍ର ମୌସୁମୀର ବର୍ଷା ଓଡିଶାରେ ବର୍ଷିବାକୁ ଯାଉଛି । ଆସନ୍ତା ୪ ତାରିଖରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏ ନେଇ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାଶ ସୂଚନା ଦେଇଛନ୍ତି ।

ତାଙ୍କ କହିବା ଅନୁସାରେ, ଆସନ୍ତା ୪ ତାରିଖରୁ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥି ସହିତ ଆଜି ଉତ୍ତର ଏବଂ ଉପକୂଳରେ ମଧ୍ୟ ବର୍ଷା ହେବା ନେଇ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ସେହିପରି ଆସନ୍ତାକାଲି ଦକ୍ଷିଣ ଓଡିଶାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ଏହାକୁ ନେଇ ସେ ୟେଲୋ ୱାର୍ଣ୍ଣିଂ ଜାରି କରିଛନ୍ତି । ଓଡିଶାରେ ବର୍ତ୍ତମାନ ମୌସୁମୀ ବାୟୁ ଦୁର୍ବଳ ରହିଥିବାରୁ ବର୍ଷା ମଧ୍ୟ କମ୍ ହୋଇଥିବା ଦେଖିବାକୁ ମିଳିଛି। କିନ୍ତୁ ବର୍ତ୍ତମାନ ସ୍ଥିତି ବଦଳିବାକୁ ଯାଉଛି ।

ସୂଚନା ଅନୁସାରେ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ସ୍ୱାଭାବିକ ଠାରୁ ୮୭ ପ୍ରତିଶତ କମ୍ ବର୍ଷା ରେକର୍ଡ କରାଯାଇଛି। ସେହିପରି ଗତ ଜୁନ୍ ମାସ ଆରମ୍ଭରୁ ଏପର୍ଯ୍ୟନ୍ତ ବର୍ଷାର ପରିମାଣ ମଧ୍ୟ ପ୍ରାୟ ୨୬ ପ୍ରତିଶତ କମ୍ ହୋଇଥିବା ଦେଖିବାକୁ ମିଳିଛି । ତେବେ ରାଜ୍ୟରେ ଦୁର୍ବଳ ମୌସୁମୀ ଯୋଗୁଁ ଏପରି ହୋଇଥିବା ବେଳେ ଏହା ବର୍ତ୍ତମାନ ପରିବର୍ତ୍ତନ ହେଉଛି। ଆସନ୍ତା ୪ ତାରିଖ ପରଠାରୁ ଏହା ସ୍ୱାଭାବିକ ସ୍ଥିତିକୁ ଆସିବା ନେଇ ପୂର୍ବାନୁମାନ କରିଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାଶ ।

ଆସୁଛି ଲଘୁଚାପ ,ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା..

କୃଷି-ସାମ୍ବାଦିକତା ପ୍ରତି ଆପଣଙ୍କ ସମର୍ଥନ ଦେଖାନ୍ତୁ

ପ୍ରିୟ ବନ୍ଧୁଗଣ, ଆମର ପାଠକ ହୋଇଥିବାରୁ ଆପଣଙ୍କୁ ଧନ୍ୟବାଦ । କୃଷି ସାମ୍ବାଦିକତାକୁ ଆଗକୁ ବଢ଼ାଇବା ପାଇଁ ଆପଣଙ୍କ ଭଳି ପାଠକ ଆମପାଇଁ ପ୍ରେରଣା । ଉଚ୍ଚମାନର କୃଷି ସାମ୍ବାଦିକତା ଯୋଗାଇଦେବାପାଇଁ ଏବଂ ଗ୍ରାମୀଣ ଭାରତର ପ୍ରତିଟି କୋଣରେ କୃଷକ ଓ ଲୋକଙ୍କ ପାଖରେ ପହଞ୍ଚିବା ପାଇଁ ଆମେ ଆପଣଙ୍କ ସମର୍ଥନ ଦରକାର କରୁଛୁ ।

ଆମ ଭବିଷ୍ୟତ ପାଇଁ ଆପଣଙ୍କ ପ୍ରତିଟି ଅର୍ଥଦାନ ମୂଲ୍ୟବାନ

ଏବେ ହିଁ କିଛି ଅର୍ଥଦାନ ନିଶ୍ଚୟ କରନ୍ତୁ (Contribute Now)