News

ରବିବାରଠୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା !

ଆସନ୍ତା ରବିବାର ବଙ୍ଗେପସାଗରରୁ ବାୟୁ ପ୍ରବାହ ସମ୍ଭାବନା ଥିବାରୁ ଉତ୍ତର ଉପକୂଳ ସମେତ ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତାକାଲି ଗ୍ରୀଷ୍ମପ୍ରବାହ ବୃଦ୍ଧି ପାଇବା ନେଇ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

13 April, 2023 9:37 AM IST By: Priyambada Rana

ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ଉତ୍ତର-ପଶ୍ଚିମ ଦିଗରୁ ଶୁଷ୍କ ଗରମ ବାୟୁ ପ୍ରବେଶ କରିବାରୁ ଏହାର ପ୍ରଭାବରେ ଆସନ୍ତାକାଲିଠାରୁ ଶନିବାର ପର୍ଯ୍ୟନ୍ତ ଗ୍ରୀଷ୍ମପ୍ରବାହ ଜାରି ରହିବ। ଆଜି ରାଜ୍ୟର ୧୪ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ଆଜି ଝାଡ଼ସୁଗୁଡ଼ାଠାରେ ସର୍ବୋଚ୍ଚ ତାପମାତ୍ରା ୪୩ ଡିଗ୍ରୀ ସେଲ୍‍ସିୟସ୍‍ ରେକର୍ଡ଼ କରାଯାଇଛି। ଏଠି ସହ ଝାରସୁଗୁଡା ଆଜି ଏସିଆର ଉତପ୍ତ ସହର ହୋଇଛି।

ଆସନ୍ତା ରବିବାର ବଙ୍ଗେପସାଗରରୁ ବାୟୁ ପ୍ରବାହ ସମ୍ଭାବନା ଥିବାରୁ ଉତ୍ତର ଉପକୂଳ ସମେତ ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତାକାଲି ଗ୍ରୀଷ୍ମପ୍ରବାହ ବୃଦ୍ଧି ପାଇବା ନେଇ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଆଜି ଝାରସୁଗୁଡ଼ାରେ ସର୍ବାଧିକ ତାପମାତ୍ରା ୪୩ ଡ଼ିଗ୍ରି ରେକର୍ଡ ହୋଇଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ରାଜ୍ୟର ୧୪ଟି ସହରର ତାପାମାତ୍ରା ୪୦ ଡିଗ୍ରି ଥିବା ‌ବେଳେ ଗୋପାଳପୁର ୨୯ ବର୍ଷର ରେକର୍ଡ ଭଙ୍ଗ କରିଛି ।

ପାଣିପାଗ ବିଭାଗ ସୂଚନା ଅନୁଯାୟୀ, ଆଜି ବାରିପଦାରେ ତାପମାତ୍ରା ୪୨.୫, ସମ୍ବଲପୁରରେ ୪୨, ବୌଦ୍ଧ ଓ ତାଳଚେର (୪୧.୬ଡିଗ୍ରୀ), ବଲାଙ୍ଗୀର ଓ ଟିଟିଲାଗଡ଼ (୪୧.୨ ଡିଗ୍ରୀ), ଅନୁଗୁଳ, ଭଦ୍ରକ, ସୁନ୍ଦରଗଡ଼, ସୋନପୁର (୪୧ଡିଗ୍ରୀ), ହୀରାକୁଦ ୪୦.୭, ରାଉରକେଲା ୪୦.୬ ଓ ଚାନ୍ଦବାଲି ୪୦.୩ ଡିଗ୍ରୀ ରେକର୍ଡ କରାଯାଇଛି ।

ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ ୧୩ ତାରିଖଠାରୁ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ଅର୍ଧାଧିକ ଓଡ଼ିଶା ୪୦ ଡିଗ୍ରି ଉପରେ ରହିବ। ବାରିପଦା, ଅନୁଗୁଳ, ଝାରସୁଗୁଡ଼ା, ସୁନ୍ଦରଗଡ଼ରେ ପାରଦ ୪୩ ଡିଗ୍ରିରେ ପହଞ୍ଚିବାକୁ ଥିବା ବେଳେ ରାଉରକେଲା, ସମ୍ବଲପୁର, ବୌଦ୍ଧ, ସୋନପୁର, ଟିଟିଲାଗଡ଼, ଭବାନୀପାଟଣାରେ ୪୨ ଡିଗ୍ରି ତାପମାତ୍ରା ହେବ। ଭୁବନେଶ୍ୱର ସମେତ କେନ୍ଦୁଝର, ବଲାଙ୍ଗୀର କଟକ, କେନ୍ଦ୍ରାପଡ଼ା, ଚାନ୍ଦବାଲି, ବାଲେଶ୍ୱର, ଢେଙ୍କାନାଳ, ନୟାଗଡ଼, ମାଲକାନଗିରି, ପାରଳାଖେମୁଣ୍ଡି ୪୧ ଓ ୪୦ ଡିଗ୍ରି ମଧ୍ୟରେ ରହିବ। ୧୪ ତାରିଖ ତଥା ପଣା ସଂକ୍ରାନ୍ତିରେ ଚଳିତ ବର୍ଷର ତାତି ସମସ୍ତ ରେକର୍ଡ ଭାଙ୍ଗିବାର ସମ୍ଭାବନା ରହିଛି। ଅନୁଗୁଳ, ଝାରସୁଗୁଡ଼ାରେ ପାରଦ ୪୪ ଡିଗ୍ରିରେ ପହଞ୍ଚିବ।

ଖରାରେ ସିଝୁଛି ଓଡ଼ିଶା: ଆଜିଠୁ ସବୁ ସ୍କୁଲ୍‌ ଛୁଟି

କୃଷି-ସାମ୍ବାଦିକତା ପ୍ରତି ଆପଣଙ୍କ ସମର୍ଥନ ଦେଖାନ୍ତୁ

ପ୍ରିୟ ବନ୍ଧୁଗଣ, ଆମର ପାଠକ ହୋଇଥିବାରୁ ଆପଣଙ୍କୁ ଧନ୍ୟବାଦ । କୃଷି ସାମ୍ବାଦିକତାକୁ ଆଗକୁ ବଢ଼ାଇବା ପାଇଁ ଆପଣଙ୍କ ଭଳି ପାଠକ ଆମପାଇଁ ପ୍ରେରଣା । ଉଚ୍ଚମାନର କୃଷି ସାମ୍ବାଦିକତା ଯୋଗାଇଦେବାପାଇଁ ଏବଂ ଗ୍ରାମୀଣ ଭାରତର ପ୍ରତିଟି କୋଣରେ କୃଷକ ଓ ଲୋକଙ୍କ ପାଖରେ ପହଞ୍ଚିବା ପାଇଁ ଆମେ ଆପଣଙ୍କ ସମର୍ଥନ ଦରକାର କରୁଛୁ ।

ଆମ ଭବିଷ୍ୟତ ପାଇଁ ଆପଣଙ୍କ ପ୍ରତିଟି ଅର୍ଥଦାନ ମୂଲ୍ୟବାନ

ଏବେ ହିଁ କିଛି ଅର୍ଥଦାନ ନିଶ୍ଚୟ କରନ୍ତୁ (Contribute Now)