News

ପ୍ରଚଣ୍ଡ ଖରାରେ ଅଦିନିଆ ବର୍ଷା, ଆଜି ଠୁ ଏହି ସବୁ ଜିଲ୍ଲାରେ ବର୍ଷିବ

ପ୍ରଚଣ୍ଡ ଖରା ମଧ୍ୟରେ ଅଦିନିଆ ବର୍ଷାର ସମ୍ଭାବନା ରହିଛି । ରାଜ୍ୟର କିଛି ଜିଲାରେ ବର୍ଷା ନେଇ ସତର୍କ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର ।

24 March, 2022 10:00 AM IST By: Sudesna Nayak

ପ୍ରଚଣ୍ଡ ଖରା ମଧ୍ୟରେ ଅଦିନିଆ ବର୍ଷା(Rain)ର ସମ୍ଭାବନା ରହିଛି । ରାଜ୍ୟର କିଛି ଜିଲାରେ ବର୍ଷା (Rain) ନେଇ ସତର୍କ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର (Bhubaneswar Meteorological Centre) ।

ସୂଚନା ଅନୁଯାୟୀ, ରାଜ୍ୟରେ ପୁଣି ଆସିଲା ଅଦିନିଆ ବର୍ଷା (Rain)। ମହାରାଷ୍ଟ୍ର ମଧ୍ୟ ଭାଗରୁ ସଂଲଗ୍ନ ଅଞ୍ଚଳ ପର୍ଯ୍ୟନ୍ତ ଏକ ଘୁର୍ଣ୍ଣିବଳୟ ସକ୍ରିୟ ରହିଛି । ଫଳରେ ସମୁଦ୍ର ଆଡୁ ଜଳୀୟ ବାଷ୍ପ ପୂର୍ଣ୍ଣ ବାୟୁ ରାଜ୍ୟକୁ ପ୍ରବେଶ କରୁଛି । ତେଣୁ ଉତ୍ତାପ ଓ ଜଳବାୟୁ ମିଶି କିଛି ସ୍ଥାନରେ ଘଡଘଡି ବର୍ଷା (Rain)କରାଇବ ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ସ୍ପଷ୍ଟ କରିଛି ।

ଆଜି (ଗୁରୁବାର) ଅର୍ଥାତ ମାର୍ଚ୍ଚ ୨୪ ସକାଳ ୮ ଟା ପର୍ଯ୍ୟନ୍ତ ଉପକୂଳ ଓଡିଶା ସମେତ କେନ୍ଦୁଝର ଜିଲ୍ଲା, ମୟୁରଭଞ୍ଜ ଜିଲ୍ଲା, ଢେଙ୍କାନାଳ ଜିଲ୍ଲା, କନ୍ଧମାଳ ଜିଲ୍ଲା, ରାୟଗଡା ଜିଲ୍ଲା ଓ କୋରାପୁଟ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା (Rain) ସମ୍ଭାବନା ରହିଛି । ଫଳରେ ତାତି ରୁ ସାମାନ୍ୟ ତ୍ରାହି ମିଳିବ ।

ପ୍ରକାଶ ଥାଉ ଯେ, ଅନ୍ୟ ସବୁ ସ୍ଥାନରେ ଆସନ୍ତା ୪ ରୁ ୫ ଦିନ ମଧ୍ୟରେ ତାପମାତ୍ରା ଅପରିବର୍ତ୍ତିତ ରହିବ । ଏହାପରେ ବିଶେଷ କରି ଆଭ୍ୟନ୍ତରୀଣ ଓଡିଶାରେ ସ୍ୱାଭାବିକ ଠାରୁ ତାପମାତ୍ରା ୨ ରୁ ୩ ଡିଗ୍ରୀ ଅଧିକ ରହିବା ନେଇ ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର ।

ରାଜ୍ୟରେ ଚାରି ଦିନ ଅଦିନିଆ ବର୍ଷା; ଆଜିଠୁ ଏହି ସବୁ ଜିଲ୍ଲାରେ ବର୍ଷିବ

କମିବନି ତାତି : ୪୦ ଡିଗ୍ରୀ ଉପରେ ରାଜ୍ୟର ୪ ସହର, ସୂଚନା ଦେଲା ପାଣିପାଗ ବିଭାଗ

କୃଷି-ସାମ୍ବାଦିକତା ପ୍ରତି ଆପଣଙ୍କ ସମର୍ଥନ ଦେଖାନ୍ତୁ

ପ୍ରିୟ ବନ୍ଧୁଗଣ, ଆମର ପାଠକ ହୋଇଥିବାରୁ ଆପଣଙ୍କୁ ଧନ୍ୟବାଦ । କୃଷି ସାମ୍ବାଦିକତାକୁ ଆଗକୁ ବଢ଼ାଇବା ପାଇଁ ଆପଣଙ୍କ ଭଳି ପାଠକ ଆମପାଇଁ ପ୍ରେରଣା । ଉଚ୍ଚମାନର କୃଷି ସାମ୍ବାଦିକତା ଯୋଗାଇଦେବାପାଇଁ ଏବଂ ଗ୍ରାମୀଣ ଭାରତର ପ୍ରତିଟି କୋଣରେ କୃଷକ ଓ ଲୋକଙ୍କ ପାଖରେ ପହଞ୍ଚିବା ପାଇଁ ଆମେ ଆପଣଙ୍କ ସମର୍ଥନ ଦରକାର କରୁଛୁ ।

ଆମ ଭବିଷ୍ୟତ ପାଇଁ ଆପଣଙ୍କ ପ୍ରତିଟି ଅର୍ଥଦାନ ମୂଲ୍ୟବାନ

ଏବେ ହିଁ କିଛି ଅର୍ଥଦାନ ନିଶ୍ଚୟ କରନ୍ତୁ (Contribute Now)