1. କୃଷି ଖବର

ପିିଆଜ ଆମଦାନୀ କଟକଣା ଅବଧି ବଢିଲା

ନୂଆଦିଲ୍ଲୀ : କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରାଳୟ ସର୍ତ୍ତମୂଳକ ଭାବେ ପିଆଜର ଆମଦାନୀ ମିଆଦ ବୃଦ୍ଧି କରିଛନ୍ତି। ବଜାରରେ ଦର ବୃଦ୍ଧିକୁ ଦୃଷ୍ଟିରେ ଏହି ନିଷ୍ପତ୍ତି ହୋଇଛି। ପ୍ଳାଣ୍ଟ କ୍ଵାରେନଟାଇନ ଅର୍ଡର ୨୦୦୩ ଓ ଫିଟୋ ସାନିଟାଇଜ ପ୍ରମାଣପତ୍ର ବଳରେ ଏହି ରପ୍ତାନୀକୁ ୨୦୨୧ ଜାନୁଆରୀ ୩୧ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଭାରତୀୟ ବନ୍ଦର ଗୁଡିକୁ ସଫା ହୋଇ ଆସୁନଥିବା ପିଆଜ ଭାରତରେ ପହଞ୍ଚିବା ପରେ ସ୍ଵୀକୃତପ୍ରାପ୍ତ ବିଶୋଧନକାରୀ ସଂସ୍ଥା ଦ୍ଵାରା ଆମଦାନୀକାରୀମାନେ ବିଶୋଧନ କରିବାକୁ ପଡିବ। ବାହାରୁ ଆସୁଥିବା ପିଆଜକୁ ଟିକିନିଖି କରି ପରୀକ୍ଷା ନିରୀକ୍ଷା କରିବା ପରେ ଏହା ଜୀବାଣୁ ମୁକ୍ତ ହୋଇଥିଲେ ବଜାରକୁ ଛଡାଯିବ।

KJ Staff
KJ Staff
Onion

Onion

ନୂଆଦିଲ୍ଲୀ : କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରାଳୟ ସର୍ତ୍ତମୂଳକ ଭାବେ ପିଆଜର ଆମଦାନୀ ମିଆଦ ବୃଦ୍ଧି କରିଛନ୍ତି। ବଜାରରେ ଦର ବୃଦ୍ଧିକୁ ଦୃଷ୍ଟିରେ ଏହି ନିଷ୍ପତ୍ତି ହୋଇଛି। ପ୍ଳାଣ୍ଟ କ୍ଵାରେନଟାଇନ ଅର୍ଡର ୨୦୦୩ ଓ ଫିଟୋ ସାନିଟାଇଜ ପ୍ରମାଣପତ୍ର ବଳରେ ଏହି ରପ୍ତାନୀକୁ ୨୦୨୧ ଜାନୁଆରୀ ୩୧ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଭାରତୀୟ ବନ୍ଦର ଗୁଡିକୁ ସଫା ହୋଇ ଆସୁନଥିବା ପିଆଜ ଭାରତରେ ପହଞ୍ଚିବା ପରେ ସ୍ଵୀକୃତପ୍ରାପ୍ତ ବିଶୋଧନକାରୀ ସଂସ୍ଥା ଦ୍ଵାରା ଆମଦାନୀକାରୀମାନେ ବିଶୋଧନ କରିବାକୁ ପଡିବ। ବାହାରୁ ଆସୁଥିବା ପିଆଜକୁ ଟିକିନିଖି କରି ପରୀକ୍ଷା ନିରୀକ୍ଷା କରିବା ପରେ ଏହା ଜୀବାଣୁ ମୁକ୍ତ ହୋଇଥିଲେ ବଜାରକୁ ଛଡାଯିବ। ପିଆଜ ପରୀକ୍ଷା କରିବା ବେଳେ ପଚାସଢା ବାହାରିଲେ ତାହାକୁ ଅଗ୍ରାହ୍ୟ କରି ଫେରାଇ ଦିଆଯିବ। ଯଦି ପିଆଜରେ କୌଣସି ପୋକ ବାହାରିବ ତାହାକୁ ବିଶୋଧନକାଳରେ ବାଦ ଦେଇ ଭଲ ପିଆଜ ଗୁଡ଼ିକୁ ବଜାରକୁ ଛଡାଯିବ। କ୍ଷତି ପାଇଁ ନିରୀକ୍ଷଣ ବାବଦ ଖର୍ଚ୍ଚ ଦେବାକୁ ପଡିବ ନାହିଁ।

Like this article?

Hey! I am KJ Staff. Did you liked this article and have suggestions to improve this article? Mail me your suggestions and feedback.

Share your comments