
orange warning issued for 4 districts
ଚଳିତ ମାସ ୩୧ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଏହା ବ୍ୟତୀତ ଆସନ୍ତା ୨୪ ଘଣ୍ଟାରେ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷାର ପୂର୍ବାନୁମାନ କରାଯାଇଛି।
ତେବେ ଏଥିପାଇଁ ରାଜ୍ୟର ୧୧ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିଲା l ଆଜି ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ମଧ୍ୟ ଜାରି କରାଯାଇଛି । ତେବେ ଏହି ୪ ଜିଲ୍ଲା ଗୁଡିକ ମଧ୍ୟରେ ରହିଛି ନବରଙ୍ଗପୁର ଓ ରାୟଗଡ଼ା, ମାଲକାନଗିରି ଏବଂ କୋରାପୁଟ l ଏହି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା କରାଯାଇଛି ।
ତେବେ ଆଗକୁ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶା ସହିତ ଦକ୍ଷିଣ ଓଡିଶାରେ ମଧ୍ୟ ବର୍ଷା ଲାଗିରହିବ । ବର୍ଷା ସମୟରେ ପବନର ବେଗ ଘଣ୍ଟାପ୍ରତି ୩୫ ରୁ ୪୫ କିଲୋମିଟର ବହିବ। ଅଧିକ ଜୋର ପବନର ବେଗ ଘଣ୍ଟାପ୍ରତି ୫୫ କିମି ମଧ୍ୟ ହୋଇପାରେ। ଏହି ପ୍ରଭାବରେ ଅଶାନ୍ତ ରହିବ ସମୁଦ୍ର । ତେବେ ଆସନ୍ତାକାଲି ୩୦ ତାରିଖ ଏବଂ ୩୧ ତାରିଖରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି।
ରାଜ୍ୟରେ ଲଘୁଚାପ ପରେ ଲଘୁଚାପ ହେଉଛି । ସେହିପରି ଆଜି ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ତେବେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବାର ସୂଚନା ରହିଛି । ଯାହାର ପ୍ରଭାବରେ ପୂର୍ବ କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିର ସମ୍ଭାବନା ଅଛି।
ଅଧିକ ପଢ଼ନ୍ତୁ
Share your comments