ଓଡ଼ିଶାରେ ନିଯୁକ୍ତି କ୍ଷେତ୍ରରେ ସୃଷ୍ଟି ହେଲା ନୂଆ ଇତିହାସ । ଯାହା କେବେ ହୋଇନଥିଲା, ତାହା ଏବେ ହେଲା । ଏକାଥରେ ନିଯୁକ୍ତି ପାଇଲେ ୬ ହଜାର ୧୩୧ ହାଇସ୍କୁଲ ଶିକ୍ଷକ ଶିକ୍ଷୟିତ୍ରୀ ।
କଳିଙ୍ଗ ଷ୍ଟାଡିୟମରେ ଓରିଏଣ୍ଟେସନ କାର୍ଯ୍ୟକ୍ରମରେ ନବନିଯୁକ୍ତ ଶିକ୍ଷକମାନଙ୍କୁ ଗୁରୁବାର(16.12.21) ଗୁରୁମନ୍ତ୍ର ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିସହିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସେମାନଙ୍କୁ ଦିର୍ଗଦର୍ଶନ ଦେଇଥିଲେ । ଏନେଇ ୩୦ ଜିଲ୍ଲାର ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ବସ୍ ଯୋଗେ ଭୁବନେଶ୍ବରକୁ ଅଣାଯାଇଛି । ଏହି କାର୍ଯ୍ୟକ୍ରମ ପାଇଁ କଳିଙ୍ଗ ଷ୍ଟାଡିୟମ ସମ୍ପୂର୍ଣ୍ଣ ଭାବରେ ପୂର୍ବରୁ ପ୍ରସ୍ତୁତ ହୋଇରହିଛି ।
ସୂଚନାଯୋଗ୍ୟ, ଏକାଥରେ ୧୧ ହଜାର ୪ ଶହ ଶିକ୍ଷକ ନିଯୁକ୍ତି ଯୋଜନା ଥିଲା । ସଂରକ୍ଷିତ ବର୍ଗରେ ଉତ୍ତୀର୍ଣ୍ଣ ହୋଇନଥିବାରୁ ବଳକା ୪ ହଜାର ୪ ଶହ ପଦବୀ ସପ୍ତାହକ ମଧ୍ୟରେ ପୂରଣ ହେବ । ଏବର୍ଷ ୧୬ ହଜାର ଶିକ୍ଷକ ନିଯୁକ୍ତି ପାଇଁ ବିଭାଗ ଲକ୍ଷ୍ୟ ରଖିଛି ।
ଯାହାକୁ ନେଇ 5T ଉପକ୍ରମରେ ସ୍କୁଲରେ ସ୍ମାର୍ଟ କ୍ଲାସରୁମ୍, ଇ-ଲାଇବ୍ରେରୀ, ଡିଜିଟାଲ ଟେକ୍ନୋଲୋଜିରେ ପାଠପଢ଼ା ବ୍ୟବସ୍ଥା କରାଯାଉଛି । ଏହାସହ ଶିକ୍ଷକ ପଦବୀ ପୂରଣ ପାଇଁ ରାଜ୍ୟ ସରକାର ସମସ୍ତ ପ୍ରକାରର ପଦକ୍ଷେପ ନେଉଛନ୍ତି ।
ରାଜ୍ୟର ରୂପାନ୍ତରିତ ଉନ୍ନତ ଭିତ୍ତିଭୂମି ସହ ଉନ୍ନତମାନର ଶିକ୍ଷାଦାନ ପାଇଁ ନୂଆ ଶିକ୍ଷକଙ୍କ ମଧ୍ୟ ନିଯୁକ୍ତି କରାଯାଉଛି । ରାଜ୍ୟର ଶିକ୍ଷା ବ୍ୟବସ୍ଥାକୁ ଦେଶରେ ସର୍ବୋକୃଷ୍ଟ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦିଗଦର୍ଶନରେ କାମ କରୁଛି ବିଭାଗ । ଏହି ପ୍ରୟାସକୁ ଶିକ୍ଷାବିତମାନେ ସ୍ବାଗତ ମଧ୍ୟ କରିଛନ୍ତି ।
Share your comments