1. କୃଷି ଖବର

ପୁଣି ବଢ଼ିଲା ପେଟ୍ରୋଲ ଦର; ଜାଣନ୍ତୁ ଆଜି କେତେ ବଢ଼ିଲା

ଦିନକୁ ଦିନ ବଢିବାରେ ଲାଗିଛି ପେଟ୍ରୋଲ ଦର । ଆଜି ପୁଣି ବଢିଲା ତୈଳ ଦର । ପେଟ୍ରୋଲ ଓ ଡିଜେଲ ଦର ପୁଣି ବୃଦ୍ଧି ପାଇଛି । ଆଜି (ମଙ୍ଗଳବାର) ଦିନ ଓଡିଶାର ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି ପାଇଛି ।

Sudesna Nayak
Sudesna Nayak
petrol and diesel prices hike in bhubaneswar today

petrol and diesel prices hike in bhubaneswar today

ଦିନକୁ ଦିନ ବଢିବାରେ ଲାଗିଛି ପେଟ୍ରୋଲ ଦର । ଆଜି ପୁଣି ବଢିଲା ତୈଳ ଦର । ପେଟ୍ରୋଲ ଓ ଡିଜେଲ ଦର ପୁଣି ବୃଦ୍ଧି ପାଇଛି । ଆଜି (ମଙ୍ଗଳବାର) ଦିନ ଓଡିଶାର ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି ପାଇଛି । ପେଟ୍ରୋଲର ମୂଲ୍ୟ ଲିଟର ପିଛା ୧୦୧.୮୧ ଟଙ୍କା ରେକର୍ଡ ହୋଇଥିବା ବେଳେ ଡିଜେଲ ହାର ଆଜି ଲିଟର ପିଛା ୯୧.୬୨ଟଙ୍କା ରେକର୍ଡ କରାଯାଇଛି । ଆକାଶ ଛୁଆଁ ତୈଳ ଦରକୁ ନେଇ ଚିନ୍ତାରେ ଲୋକେ ।
ସୋମବାର ଦିନ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଯଥାକ୍ରମେ ୧୦୧.୭୦ ଟଙ୍କା ଓ ୯୧.୫୨ ଟଙ୍କା ରେକର୍ଡ କରାଯାଇଛି ।

ଭାରତର ବହୁ ପ୍ରମୁଖ ସହରଗୁଡ଼ିକମାନଙ୍କରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟ ମଧ୍ୟ ଗତ କିଛି ସପ୍ତାହ ଧରି ସରକାରଙ୍କ ଦ୍ୱାରା ଘୋଷଣା କରାଯିବା ପରେ ଅପରିବର୍ତ୍ତିତ ହୋଇରହିଛି ।

ଭାରତର ପ୍ରମୁଖ ସହର ଚେନ୍ନାଇ, କୋଲକାତା, ଏବଂ ମୁମ୍ବାଇରେ ପେଟ୍ରୋଲର ମୂଲ୍ୟ ଯଥାକ୍ରମେ ୧୦୧.୫୦, ୧୦୪.୬୭ ଟଙ୍କା ଓ ୧୦୯.୯୮ ଟଙ୍କା ରେକର୍ଡ କରାଯାଇଛି । ଚେନ୍ନାଇରେ ଡିଜେଲ ମୂଲ୍ୟ ୯୧.୫୨ ଟଙ୍କା, କୋଲକାତାରେ ୮୯.୭୯ ଟଙ୍କା ଓ ମୁମ୍ବାଇରେ ଏହି ହାର ୯୪.୧୪ ଟଙ୍କା ରେକର୍ଡ କରାଯାଇଛି ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନାଯୋଗ୍ୟ, ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।

Like this article?

Hey! I am Sudesna Nayak . Did you liked this article and have suggestions to improve this article? Mail me your suggestions and feedback.

Share your comments