News

କ୍ଲାଇମେଟ ସ୍ମାର୍ଟ ନେସନ ଗଢିବା ମିଶନ ମୌସମର ଲକ୍ଷ୍ୟ

ନିଜର ଦେଢ ଶହ ବର୍ଷର ଯାତ୍ରା ଲାଗି ଆଇଏମଡି ପକ୍ଷରୁ ଯୁବକମାନଙ୍କ ଲାଗି ଜାତୀୟ ପାଣିପାଗ ଅଲିମ୍ପିୟାଡର ଆୟୋଜନ କରାଯାଇଛି । ହଜାର ହଜାର ଛାତ୍ର ଏଥିରେ ଭାଗ ନେଇ ପାଣିପାଗ ବିଜ୍ଞାନ କ୍ଷେତ୍ରରେ ଅଧିକ ମନୋନିବେଶ କରିପାରିବେ ବୋଲି ମୋଦୀ କହିଛନ୍ତି ।

16 January, 2025 2:07 PM IST By: Tanushree Mahapatra

ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ୧୫୦ତମ ପ୍ରତିଷ୍ଠା ଦିବସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଂଶଗ୍ରହଣ କରିଛନ୍ତି । ଉତ୍ସବରେ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ, ସମ୍ପୃକ୍ତ ବିଭାଗର ଦେଢ ଶହତମ ଯାତ୍ରା କେବଳ ବିଭାଗର ସଫଳ ଯାତ୍ରାକୁ ବଖାଣୁନାହିଁ ବରଂ ଏହା ଭାରତୀୟ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟାର ସଫଳ ଗାଥା ପ୍ରକାଶ କରୁଛି । ଏତେ ଦିନ ଭିତରେ ଆଇଏମଡି ଲକ୍ଷ ଲକ୍ଷ ଭାରତୀୟଙ୍କ ସେବା କରିଆସିଛି ଓ ଏହା ବିଜ୍ଞାନର ଅଗ୍ରଗତିର ଏକ ପ୍ରତୀକ ।

ଆଇଏମଡିର ସଫଳତା ପାଇଁ ଏହି ଅବସରରେ ଏକ କଏନ ଓ ପୋଷ୍ଟାଲ ଷ୍ଟାମ୍ପ ଉନ୍ମୋଚିତ ହୋଇଥିବା ପ୍ରଧାନମନ୍ତ୍ରୀ କହିଛନ୍ତି । ୨୦୪୭ରେ ଭାରତର ଶହେତମ ବର୍ଷ ପୂର୍ତି ଉପଲକ୍ଷେ ଆଇଏମଡିର ଭବିଷ୍ୟତ ରୂପରେଖ ସମ୍ପର୍କରେ ପ୍ରଧାନମନ୍ତ୍ରୀ ସୂଚନା ଦେଇଥିଲେ । ଏହି ଅବସରରେ ସାରା ଦେଶର ନାଗରିକଙ୍କୁ ପ୍ରଧାନମନ୍ତ୍ରୀ ଅଭିବାଦନ ଜଣାଇଥିଲେ ।

ନିଜର ଦେଢ ଶହ ବର୍ଷର ଯାତ୍ରା ଲାଗି ଆଇଏମଡି ପକ୍ଷରୁ ଯୁବକମାନଙ୍କ ଲାଗି ଜାତୀୟ ପାଣିପାଗ ଅଲିମ୍ପିୟାଡର ଆୟୋଜନ କରାଯାଇଛି । ହଜାର ହଜାର ଛାତ୍ର ଏଥିରେ ଭାଗ ନେଇ ପାଣିପାଗ ବିଜ୍ଞାନ କ୍ଷେତ୍ରରେ ଅଧିକ ମନୋନିବେଶ କରିପାରିବେ ବୋଲି ମୋଦୀ କହିଛନ୍ତି । ଉତ୍ସବ ସ୍ଥଳୀରେ ଯୋଗ ଦେଇଥିବା ଛାତ୍ରଛାତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀ କଥା ହୋଇଥିଲେ । କାର୍ଯ୍ୟକ୍ରମରେ ଭାଗ ନେଇଥିବା ଯୁବକମାନଙ୍କୁ ସେ ସାଧୁବାଦ ଜଣାଇଥିଲେ ।

ଭାରତକୁ ଏକ କ୍ଲାଇମେଟ ସ୍ମାର୍ଟ ନେସନ ଭାବେ ଗଢି ତୋଳିବା ପାଇଁ ମିଶନ ମୌସମ ଅଭିଯାନ ଆରମ୍ଭ କରାଯାଇଛି ବୋଲି ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି । ପାଣିପାଗ ନୀରିକ୍ଷଣ ଜ୍ଞାନ କୌଶଳ, ହାଇ ରିସଉଲେସନ ପରିବେଶ ଅନୁଧ୍ୟାନ, ନେକ୍ସଟ ଜେନେରେସନ ରାଡାର ଓ ସ୍ୟାଟେଲାଇଟ ବୃଦ୍ଧି, ହାଇ ଫର୍ମରମାନ୍ସ କମ୍ୟୁଟର ବୃଦ୍ଧି ଏହି ଅଭିଯାନର ଲକ୍ଷ୍ୟ ରହିଥିବା ପ୍ରଧାନମନ୍ତ୍ରୀ ମୋଦୀ ସୂଚନା ଦେଇଛନ୍ତି ।

ଆଇଏମଡି ଭିଜନ - ୨୦୪୭ ଡକ୍ୟୁମେଂଟକୁ ଏହି ଅବସରରେ ପ୍ରଧାନମନ୍ତ୍ରୀ ଉନ୍ମୋଚନ କରିଛନ୍ତି । ପାଣିପାଗ ପୂର୍ବାନୁମାନ, ପରିଚାଳନା, ଜଳବାୟୁ ପରିବର୍ତନ ପରି ବିଭିନ୍ନ କ୍ଷେତ୍ରରେ ଏହା କାମ କରିବ ବୋଲି କୁହାଯାଇଛି ।

ଆଇଏମଡିର ଦେଢ ଶହ ବର୍ଷ ପୂର୍ତି ଉପଲକ୍ଷେ ବିଭିନ୍ନ ପ୍ରକାର କାର୍ଯ୍ୟକ୍ରମ ଓ କର୍ମଶାଳାର ଆୟୋଜନ କରାଯାଇଛି । ଏପରି କାର୍ଯ୍ୟକ୍ରମ ମାଧ୍ୟମରେ ପାଣିପାଗ ତଥା ଜଳବାୟୁ ସମ୍ପର୍କରେ ସୂଚନା ତଥା ସେବା ଯୋଗାଇବା ପାଇଁ  ବିଭିନ୍ନ ସରକାରୀ ପ୍ରତିଷ୍ଠାନର ଉଲ୍ଲେଖନୀୟ ଭୂମିକା ରହିଥିବା କୁହାଯାଇଛି ।

Read more:

8th Pay Commission: ବଢ଼ିବ କି କର୍ମଚାରୀଙ୍କ ଦରମା ?

ଅଧିକ ଉତ୍ପାଦନ ପାଇଁ ବୈଜ୍ଞାନିକ ପ୍ରଣାଳୀରେ କରନ୍ତୁ ଚାଷ