News

କଳାହାଣ୍ଡି ପରିବା ଚାଷୀଙ୍କ ସଫଳତା ସମ୍ପର୍କରେ ଉଲ୍ଲେଖ କଲେ ପ୍ରଧାନମନ୍ତ୍ରୀ

। ଆଜି ୨୦୦ରୁ ଅଧିକ କୃଷକ ଏହି FPO ସହ ଯୋଡ଼ି ହୋଇଛନ୍ତି, ଯେଉଁମାନଙ୍କ ମଧ୍ୟରେ ୪୫ ଜଣ ମହିଳା ଚାଷୀ ମଧ୍ୟ ଅଛନ୍ତି । ଏହି ଲୋକମାନେ ମିଶି ୨୦୦ ଏକର ଜମିରେ ବିଲାତି ବାଇଗଣ ଚାଷ କରୁଛନ୍ତି ଏବଂ ୧୫୦ ଏକର ଜମିରେ କଲରା ଉତ୍ପାଦନ କରୁଛନ୍ତି ।

30 December, 2024 3:42 PM IST By: Tanushree Mahapatra

ମୋର ପ୍ରିୟ ଦେଶବାସୀଗଣ, ଆଜି ମୁଁ ଆପଣଙ୍କୁ ଓଡ଼ିଶାର କଳାହାଣ୍ଡି ଜିଲ୍ଲାର ଏକ ଏଭଳି ପ୍ରୟାସ ବିଷୟରେ କହିବାକୁ ଚାହୁଁଛି, ଯାହା କମ୍ ପାଣି ଏବଂ କମ୍ ସଂସାଧନ ସତ୍ତ୍ୱେ ସଫଳତାର ନୂତନ କାହାଣୀ ଲେଖୁଛି । ଏହା ହେଉଛି କଳାହାଣ୍ଡିର ‘ସବଜି କ୍ରାନ୍ତି’ ବା ପରିବା ବିପ୍ଳବ । ସମୟ ଥିଲା ଯେଉଁଠି କୃଷକ ପଳାୟନ କରିବାକୁ ବାଧ୍ୟ ହେଉଥିଲା ଆଜି ସେଇଠି କଳାହାଣ୍ଡିର ଗୋଲମୁଣ୍ଡା ବ୍ଲକ୍ ଏକ ପରିବା ଭଣ୍ଡାରରେ ପରିଣତ ହୋଇଛି ।

ଏ ପରିବର୍ତ୍ତନ କିପରି ଆସିଲା ? ଏହାର ଆରମ୍ଭ ମାତ୍ର ୧୦ ଜଣ କୃଷକଙ୍କ ଗୋଟିଏ ଛୋଟିଆ ସମୂହ ଦ୍ୱାରା ହୋଇଥିଲା । ସେମାନେ ମିଳିମିଶି ଗୋଟିଏ FPO ବା କିଷାନ୍ ଉତ୍ପାଦକ ସଂଗଠନ ସ୍ଥାପନ କଲେ, ଚାଷରେ ଆଧୁନିକ କୌଶଳ ପ୍ରୟୋଗ କରିବା ଆରମ୍ଭ କଲେ ଏବଂ ଆଜି ସେମାନଙ୍କର ଏହି FPO କୋଟି କୋଟି ଟଙ୍କାର କାରବାର କରୁଛି । ଆଜି ୨୦୦ରୁ ଅଧିକ କୃଷକ ଏହି FPO ସହ ଯୋଡ଼ି ହୋଇଛନ୍ତି, ଯେଉଁମାନଙ୍କ ମଧ୍ୟରେ ୪୫ ଜଣ ମହିଳା ଚାଷୀ ମଧ୍ୟ ଅଛନ୍ତି । ଏହି ଲୋକମାନେ ମିଶି ୨୦୦ ଏକର ଜମିରେ ବିଲାତି ବାଇଗଣ ଚାଷ କରୁଛନ୍ତି ଏବଂ ୧୫୦ ଏକର ଜମିରେ କଲରା ଉତ୍ପାଦନ କରୁଛନ୍ତି ।

ଏବେ ଏହି FPOର ବାର୍ଷିକ କାରବାର ରାଶି ଦେଢ଼ କୋଟିରୁ ଅଧିକ ହୋଇଗଲାଣି । ଆଜି କଳାହାଣ୍ଡିର ପରିବା ଖାଲି ଓଡ଼ିଶାରେ ନୁହେଁ, ବରଂ ଅନ୍ୟ ରାଜ୍ୟମାନଙ୍କରେ ମଧ୍ୟ ପହଞ୍ଚୁଛି ଏବଂ ସେଠିକାର କୃଷକମାନେ ଏବେ ଆଳୁ ଏବଂ ପିଆଜ ଚାଷର ନୂତନ ପ୍ରଣାଳୀ ଶିଖୁଛନ୍ତି । ବନ୍ଧୁଗଣ, କଳାହାଣ୍ଡିର ଏହି ସଫଳତା ଆମକୁ ଶିଖଉଛି ଯେ ସଂକଳ୍ପ, ଶକ୍ତି ଏବଂ ସାମୂହିକ ପ୍ରଚେଷ୍ଟା ଦ୍ୱାରା କ’ଣ କରାଯାଇ ନ ପାରେ । ମୁଁ ଆପଣ ସମସ୍ତଙ୍କୁ ଅନୁରୋଧ କରୁଛି :-

ନିଜ ଅଞ୍ଚଳରେ FPO ଗଠନକୁ ଉତ୍ସାହିତ କରନ୍ତୁ । କୃଷକ ଉତ୍ପାଦକ ସଂଗଠନଗୁଡ଼ିକ ସହିତ ଯୋଡ଼ିହୁଅନ୍ତୁ ଏବଂ ସେଗୁଡ଼ିକୁ ମଜଭୁତ୍ କରନ୍ତୁ । ମନେରଖନ୍ତୁ – ଛୋଟିଆ ପ୍ରୟାସରୁ ମଧ୍ୟ ବଡ଼ ପରିବର୍ତ୍ତନ ସମ୍ଭବ ହୁଏ । ଖାଲି ଆମର ଦୃଢ଼ ସଂକଳ୍ପ ଏବଂ ସାମୂହିକ ଭାବନାର ଆବଶ୍ୟକତା ରହିଛି ।

READ MORE:

Profitable Farming: ଶୀତଦିନରେ ଅଧିକ ଲାଭ ଦବ ଏହି ଫସଲ !

ମାତ୍ର ୫ ଟଙ୍କାରେ ମିଳିବ ପମ୍ପ୍ କନେକ୍ସନ!