1. କୃଷି ଖବର

ଆସନ୍ତାକାଲି Smart India Hackathon, ଭବ୍ୟ ସମାରୋହରେ ଯୋଗଦେବେ ପ୍ରଧାନମନ୍ତ୍ରୀ

ଆସନ୍ତାକାଲି ଅର୍ଥାତ ଗୁରୁବାର ଆୟୋଜିତ ହେବାକୁଯାଉଛି ସ୍ମାର୍ଟ ଇଣ୍ଡିଆ ହାକାଥନ । ଦେଶର ୭୫ଟି କେନ୍ଦ୍ରରୁ ୧୫ହଜାରରୁ ଊର୍ଦ୍ଧ୍ୱ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିବେ ।

Shuvanshu Kar
Shuvanshu Kar
PM to address Grand Finale of Smart India Hackathon 2022 on 25th August

PM to address Grand Finale of Smart India Hackathon 2022 on 25th August

ଆସନ୍ତାକାଲି ଅର୍ଥାତ ଗୁରୁବାର ଆୟୋଜିତ ହେବାକୁଯାଉଛି ସ୍ମାର୍ଟ ଇଣ୍ଡିଆ ହାକାଥନ(Smart India Hackathon 2022 ) । ୨୦୨୨ର ଏହି ଭବ୍ୟ ସମାରୋହରେ ଯୋଗଦେବେ ପ୍ରଧାନମନ୍ତ୍ରୀ(PM Narendra Modi) । ଏଥିରେ ଦେଶର ୭୫ଟି କେନ୍ଦ୍ରରୁ ୧୫ହଜାରରୁ ଊର୍ଦ୍ଧ୍ୱ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିବେ ।

ଅଗଷ୍ଟ ୨୫ ତାରିଖ ରାତି 8ଟାରେ ସ୍ମାର୍ଟ ଇଣ୍ଡିଆ ହାକାଥନ-୨୦୨୨ର ଭବ୍ୟ ଉଦ୍‌ଯାପନୀ ସମାରୋହକୁ ଭର୍ଚୁଆଲ ମାଧ୍ୟମରେ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ । ବିଶେଷକରି ଯୁବ ମାନସ ମଧ୍ୟରେ ନବୋନ୍ମୋଷର ଉତ୍ସାହ ଜାଗ୍ରତ କରିବା ପ୍ରଧାନମନ୍ତ୍ରୀଙ୍କ ନିରବଚ୍ଛିନ୍ନ ଉଦ୍ୟମ ହୋଇ ରହି ଆସିଛି । ଏହାକୁ ଆଖି ଆଗରେ ରଖି ସ୍ମାର୍ଟ ଇଣ୍ଡିଆ ହାକାଥନ (ଏସଆଇଏଚ) ୨୦୧୭ ମସିହାରେ ଆରମ୍ଭ କରାଯାଇଥିଲା । ଏସଆଇଏଚ୍ ଏକ ଦେଶବ୍ୟାପୀ ପଦକ୍ଷେପ ଯେଉଁଥିରେ କି ଛାତ୍ରଛାତ୍ରୀମାନେ ସମାଜ, ସଂଗଠନ ଓ ସରକାର ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟାର ସମାଧାନ ପାଇଁ ସୁଯୋଗ ପାଇଥାନ୍ତି । ଏଗୁଡ଼ିକ ନବୋନ୍ମୋଷ ସଂସ୍କୃତିର ପରିଚାଳନା, ସମସ୍ୟା ସମାଧାନ ଓ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଅନୁସନ୍ଧାନ କୌଶଳ ବୃଦ୍ଧି କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାନ୍ତି ।

ଏସଆଇଏଚର ଲୋକପ୍ରିୟତା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଏସଆଇଏଚରେ ପଞ୍ଜୀକୃତ ହେଉଥିବା ଦଳଗୁଡିକର ଚାରିଗୁଣ ବୃଦ୍ଧି ଏହାର ପ୍ରମାଣ । ପ୍ରଥମ ସଂସ୍କରଣରେ ୭୫୦୦ ଦଳ ଭାଗ ନେଇଥିବାବେଳେ ଚଳିତ ପଞ୍ଚମ ସଂସ୍କରଣରେ ଏହା ୨୯, ୬୦୦କୁ ବୃଦ୍ଧି ପାଇଛି ।

ଏହି ବର୍ଷ ୧୫ହଜାରରୁ ଅଧିକ ଛାତ୍ରଛାତ୍ରୀ ଓ ସେମାନଙ୍କ ପୃଷ୍ଠପୋଷକ ୨୦୨୨ ଏସଆଇଏଚର ଭବ୍ୟ ସମାରୋହରେ ଯୋଗଦେବା ପାଇଁ ୭୫ଟି ଏହାର ମୁଖ୍ୟ କେନ୍ଦ୍ରଗୁଡିକୁ ଯାତ୍ରା କରିଛନ୍ତି । ୨୯୦୦ ବିଦ୍ୟାଳୟ ଓ ୨୨୦୦ ଉଚ୍ଚଶିକ୍ଷା ଅନୁଷ୍ଠାନର ଛାତ୍ରଛାତ୍ରୀ ୫୩ଟି ମନ୍ତ୍ରଣାଳୟର ୪୭୬ଟି ବିଭିନ୍ନ ସମସ୍ୟାର ସମାଧାନ କରିବେ । ଏଥିରେ ମନ୍ଦିର ଗାତ୍ରରେ ଖୋଦେଇ ଶିଳାଲିପିର ଅପ୍‌ଟିକାଲ କ୍ୟାରେକ୍ଟର ରେକଗନିସନ(ଓସିଆର) ଓ ଦେବନାଗରୀ ଲିପିରେ ଅନୁବାଦ ଓ ନଷ୍ଟ ହୋଇଯାଉଥିବା ସାମଗ୍ରୀର ରକ୍ଷଣାବେକ୍ଷଣ ସୂତ୍ର, ପାହାଡ ଉପତ୍ୟକାର ଥ୍ରୀଡି ମଡେଲ ହାଇ ରିଜୋଲେସନ, ବିପର୍ଯ୍ୟୟ ପ୍ରବଣ ଅଞ୍ଚଳରେ ଭିତ୍ତିଭୂମି ଓ ରାସ୍ତା ଅବସ୍ଥା ଇତ୍ୟାଦି ଅନ୍ତର୍ଭୁକ୍ତ ।

Grand Hackathon: ଡିଜିଟାଲ ବାଣିଜ୍ୟକୁ ମିଳିବ ବୁଷ୍ଟର

Like this article?

Hey! I am Shuvanshu Kar. Did you liked this article and have suggestions to improve this article? Mail me your suggestions and feedback.

Share your comments

ଆମ ନ୍ୟୁଜଲେଟରକୁ ସବସ୍କ୍ରାଇବ୍ କରନ୍ତୁ । ଆପଣ ଆପଣଙ୍କ ଆଗ୍ରହ ଥିବା ଟପିକ୍‌ ବାଛିବେ ଏବଂ ଆମେ ଆପଣଙ୍କୁ ବଛା ବଛା ନ୍ୟୁଜ ଓ ଆପଣଙ୍କ ପସନ୍ଦ ଅନୁଯାୟୀ ଲାଟେଷ୍ଟ ଅପଡେଟ୍‌ ପଠାଇଦେବୁ ।

ନ୍ୟୁଜଲେଟର ସବସ୍କ୍ରାଇବ୍‌ କରନ୍ତୁ