News

ଓଡ଼ିଶାରେ ଲାଗୁ ହେଲା ପିଏମ୍-ଉଷା ଯୋଜନା

୬୦- ୪୦ ଅନୁପାତରେ ପାଣ୍ଠି ସହାୟତାରେ, ଗୁଣାତ୍ମକ ଶିକ୍ଷାଦାନ ଓ ଶିକ୍ଷଣ ପ୍ରକ୍ରିୟାର ବିକାଶ, ଉଚ୍ଚଶିକ୍ଷା ଅନୁଷ୍ଠାନଗୁଡିକର ସ୍ୱୀକୃତି ଏବଂ ପ୍ରଯୁକ୍ତିବିଦ୍ୟା ଭିତ୍ତିକ ଡିଜିଟାଲ ଭିତ୍ତିଭୂମି ସୃଷ୍ଟି କରିବା ସହ ବହୁବିଭାଗୀୟ ପାଠ୍ୟକ୍ରମ ମାଧ୍ୟମରେ ନିଯୁକ୍ତି ବୃଦ୍ଧି କରିବା ଏହି ପଦକ୍ଷେପର ଲକ୍ଷ୍ୟ

02 September, 2024 11:28 AM IST By: Tanushree Mahapatra

ରାଜ୍ୟରେ ନୂଆ ଶିକ୍ଷାନୁଷ୍ଠାନ ସ୍ଥାପନ କରିବା ଏବଂ ଉଚ୍ଚତର ଶିକ୍ଷାନୁଷ୍ଠାନ ଗୁଡିକର ସାମଗ୍ରିକ ବିକାଶ ସହ ଛାତ୍ରଛାତ୍ରୀଙ୍କ ଉନ୍ନତି ଆଣିବା ଲକ୍ଷ୍ୟରେ ଶନିବାର ଭୁବନେଶ୍ୱର ସ୍ଥିତ କୃଷି ଭବନ ଠାରେ ପ୍ରଧାନମନ୍ତ୍ରୀ ଉଚ୍ଚତର ଶିକ୍ଷା ଅଭିଯାନ(ପିଏମ-ଉଷା)କୁ କାର୍ଯ୍ୟକାରୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ଏବଂ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ଏକ ବୁଝାମଣା ପତ୍ର(ଏମଓୟୁ) ସ୍ୱାକ୍ଷରିତ ହୋଇଯାଇଛି ।

'ସ୍ୱାୟତ୍ତ ଶାସନ ଦିବସ'ରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଓଡ଼ିଶା ସରକାରଙ୍କୁ ଧନ୍ୟବାଦ ଜଣାଇବା ସହ କେନ୍ଦ୍ରମନ୍ତ୍ରୀ କହିଛନ୍ତି, ରାଷ୍ଟ୍ରୀୟ ଉଚ୍ଚତର ଶିକ୍ଷା ଅଭିଯାନ (ରୁସା)କୁ ପ୍ରଧାନମନ୍ତ୍ରୀ ଉଚ୍ଚତର ଶିକ୍ଷା ଅଭିଯାନ (ପିଏମ-ଉଷା) ନାମରେ ଶୁଭାରମ୍ଭ କରାଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦୃଷ୍ଟିପୂର୍ଣ୍ଣ ନୂଆ ଜାତୀୟ ଶିକ୍ଷା ନୀତିର କ୍ରିୟାନ୍ୱୟନ ସମୟରେ ଉଚ୍ଚ ଶିକ୍ଷା କ୍ଷେତ୍ରରେ ସର୍ବବ୍ୟାପୀ ଓ ସର୍ବସ୍ପର୍ଶୀ ଶିକ୍ଷା ପ୍ରଦାନ ଦିଗରେ ପିଏମ-ଉଷା କେନ୍ଦ୍ର ସରକାରଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ । କେନ୍ଦ୍ର ଓ ରାଜ୍ୟ ମଧ୍ୟରେ ୬୦- ୪୦ ଅନୁପାତରେ ପାଣ୍ଠି ସହାୟତାରେ, ଗୁଣାତ୍ମକ ଶିକ୍ଷାଦାନ ଓ ଶିକ୍ଷଣ ପ୍ରକ୍ରିୟାର ବିକାଶ, ଉଚ୍ଚଶିକ୍ଷା ଅନୁଷ୍ଠାନଗୁଡିକର ସ୍ୱୀକୃତି ଏବଂ ପ୍ରଯୁକ୍ତିବିଦ୍ୟା ଭିତ୍ତିକ ଡିଜିଟାଲ ଭିତ୍ତିଭୂମି ସୃଷ୍ଟି କରିବା ସହ ବହୁବିଭାଗୀୟ ପାଠ୍ୟକ୍ରମ ମାଧ୍ୟମରେ ନିଯୁକ୍ତି ବୃଦ୍ଧି କରିବା ଏହି ପଦକ୍ଷେପର ଲକ୍ଷ୍ୟ ରହିଛି ।

ନିଜର ରାଜନୈତିକ ପ୍ରତିବାଦକୁ ଜାହିର କରିବା ପାଇଁ ପୂର୍ବ ସରକାର ଏହି ଯୋଜନା ଲାଗୁ ନକରିବା ବିଡମ୍ବନାର ବିଷୟ ଥିଲା । ତେବେ ନୂଆ ଓଡ଼ିଶା ସରକାରଙ୍କ ସହ ଆଜି ଏମଓୟୁ ବ୍ୟକ୍ତିଗତ ଭାବେ ସନ୍ତୋଷର କ୍ଷଣ । ନୂଆ ଶିକ୍ଷାନୁଷ୍ଠାନ ସ୍ଥାପନ କରିବା ଏବଂ ଉଚ୍ଚତର ଶିକ୍ଷାନୁଷ୍ଠାନ ଗୁଡିକର ସାମଗ୍ରିକ ଉନ୍ନତି କରିବା ପିଏମ୍-ଉଷା ଯୋଜନାର ଲକ୍ଷ୍ୟ ରହିଛି । ବିଶେଷ ଭାବରେ ଦୁର୍ଗମ, ଆକାଂକ୍ଷୀ ଜିଲ୍ଲା, ଜନଜାତି ଅଧ୍ୟୁଷିତ, ମାଓ ପ୍ରଭାବିତ ଅଞ୍ଚଳରେ ଉଚ୍ଚତର ଶିକ୍ଷା ପାଇଁ ସୁଯୋଗ ସୃଷ୍ଟି କରିବାର ଉଦ୍ଦେଶ୍ୟ ରହିଛି । ପିଏମ ଉଷା ଯୋଜନାରେ ଓଡ଼ିଶାର ବିଶ୍ୱବିଦ୍ୟାଳୟ, ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ କଲେଜ ଏବଂ ଶିକ୍ଷାନୁଷ୍ଠାନରେ ଶୈକ୍ଷିକ ଓ ପ୍ରଶାସନିକ ସଂସ୍କାର ଇତ୍ୟାଦି ପାଇଁ ପ୍ରାୟ ୫୦୦ କୋଟି ଟଙ୍କା ଅନୁଦାନ ଆସିବ ।

ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ନିଟ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ବ୍ରହ୍ମପୁର ଏମକେସିଜି ମେଡିକାଲରେ ପାଠ ପଢିବା ପାଇଁ ଯୋଗ୍ୟ ବିବେଚିତ ହୋଇଥିବା ମାଲକାନଗିରି ଜିଲ୍ଲା ଖଇରପୁଟ ବ୍ଲକ୍‌ ବଣ୍ତାଘାଟିର ମଙ୍ଗଳା ମୁଦୁଲିଙ୍କ ଉଦାହରଣ ଦେଇଥିଲେ । ମଙ୍ଗଳା ମୁଦୁଲିଙ୍କ ପରି ବଣ୍ଡା, ଗରିବ, ଆଦିବାସୀ ପିଲାମାନେ ଯେପରି ଆଗକୁ ବଢିବେ ସେପରି ଶିକ୍ଷା ବ୍ୟବସ୍ଥାକୁ ପ୍ରାଧାନ୍ୟ ଦେବା ଦରକାର ବୋଲି ବୋଲି ସେ କହିଥିଲେ । ଉଲ୍ଲେଖନୀୟ ଯେ, ପିଏମ୍ ଉଷା ଯୋଜନା ଏମଓୟୁ ସ୍ୱାକ୍ଷର ସମାରୋହରେ ରାଜ୍ୟ ଉଚ୍ଚ ଶିକ୍ଷା, କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ସୂରଜ ସୂର୍ଯ୍ୟବଂଶୀ ଉପସ୍ଥିତ ଥିଲେ ।

ଅଧିକ ପଢ଼ନ୍ତୁ

Low Pressure: ବଙ୍ଗୋପ ସାଗରରେ ଘୁର୍ଣ୍ଣିବଳୟ!

8Th Pay Commission: ୪୪% ବଢିବ ଦରମା!

କୃଷି-ସାମ୍ବାଦିକତା ପ୍ରତି ଆପଣଙ୍କ ସମର୍ଥନ ଦେଖାନ୍ତୁ

ପ୍ରିୟ ବନ୍ଧୁଗଣ, ଆମର ପାଠକ ହୋଇଥିବାରୁ ଆପଣଙ୍କୁ ଧନ୍ୟବାଦ । କୃଷି ସାମ୍ବାଦିକତାକୁ ଆଗକୁ ବଢ଼ାଇବା ପାଇଁ ଆପଣଙ୍କ ଭଳି ପାଠକ ଆମପାଇଁ ପ୍ରେରଣା । ଉଚ୍ଚମାନର କୃଷି ସାମ୍ବାଦିକତା ଯୋଗାଇଦେବାପାଇଁ ଏବଂ ଗ୍ରାମୀଣ ଭାରତର ପ୍ରତିଟି କୋଣରେ କୃଷକ ଓ ଲୋକଙ୍କ ପାଖରେ ପହଞ୍ଚିବା ପାଇଁ ଆମେ ଆପଣଙ୍କ ସମର୍ଥନ ଦରକାର କରୁଛୁ ।

ଆମ ଭବିଷ୍ୟତ ପାଇଁ ଆପଣଙ୍କ ପ୍ରତିଟି ଅର୍ଥଦାନ ମୂଲ୍ୟବାନ

ଏବେ ହିଁ କିଛି ଅର୍ଥଦାନ ନିଶ୍ଚୟ କରନ୍ତୁ (Contribute Now)