News

Rain Alert: ୫ ଜିଲ୍ଲାକୁ ଆଲର୍ଟ!

ରାଜ୍ୟରେ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବା ସମ୍ଭାବନା ....

20 August, 2024 11:37 AM IST By: Tanushree Mahapatra

ଗତକିଛି ଦିନ ହେବ ରାଜ୍ୟରେ ଜାରି ରହିଛି ବର୍ଷା। ତେବେ ଆଜିଠାରୁ ରାଜ୍ୟରେ ବର୍ଷାର ପରିମାଣ ମଧ୍ୟ ବୃଦ୍ଧି ପାଇବ। ଏ ନେଇ ରାଜ୍ୟ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ପ୍ରଦାନ କରି କୁହାଯାଇଛି। ଏ ନେଇ ଆଜି ସକାଳ ସାଢେ ୮ଟା ପର୍ଯ୍ୟନ୍ତ ୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିଲା ।

ଏହି ଜିଲ୍ଲା ଗୁଡିକ ମଧ୍ୟରେ ରହିଥିଲା ସମ୍ୱଲପୁର, ଦେବଗଡ଼, କେନ୍ଦୁଝର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା। ଆଗକୁ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି l ୨୧ ତାରିଖରୁ ବର୍ଷାର ପ୍ରଭାବ କମିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୁର୍ବାନୁମାନ କରିଛି।

ଅନ୍ୟପଟେ ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ଦକ୍ଷିଣ ବଙ୍ଗଳାଦେଶ ଓ ତତସଂଲଗ୍ନ ଅଞ୍ଚଳରେ ସଦୃଶ ଲଘୁଚାପ ସକ୍ରିୟ ରହିଛି ଯାହାକି ଅଧିକ ଘନୀଭୁତ ହୋଇ ଉତ୍ତର ତଥା ଉତ୍ତର-ପଶ୍ଚିମ ଦିଗକୁ ଗତି କରି ୱେଲମାର୍କ ଲୋ-ପ୍ରେସରେ ପରିଣତ ହେବ l ଏ ନେଇ ଆକଳନ କରିଛି ପାଣିପାଗ ବିଭାଗ। ଯାହା, ପ୍ରଭାବରେ ରାଜ୍ୟରେ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ସେହିପରି ଆଜି ଅନେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ l ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି। ୭ ରୁ ୨୦ ସେ.ମି ବର୍ଷା ପାଇଁ ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର,ସୁନ୍ଦରଗଡ଼, ରାୟଗଡା, ଗଂଜାମ କୋରାପୁଟ, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ମଧ୍ୟ ଜାରି ହୋଇଛି । ତେବେ ଏହି ସମୟରେ ସତର୍କ ସୂଚନା ମଧ୍ୟ ଜାରି କରାଯାଇଛି l

ଅଧିକ ପଢ଼ନ୍ତୁ

Pm Fasal Bima: ବଢ଼ିଲା ଆବେଦନ ପ୍ରକ୍ରିୟା ଅବଧି !

ପୁଣି ରାସନ କାର୍ଡରେ ମିଳିବ ଗହମ!

କୃଷି-ସାମ୍ବାଦିକତା ପ୍ରତି ଆପଣଙ୍କ ସମର୍ଥନ ଦେଖାନ୍ତୁ

ପ୍ରିୟ ବନ୍ଧୁଗଣ, ଆମର ପାଠକ ହୋଇଥିବାରୁ ଆପଣଙ୍କୁ ଧନ୍ୟବାଦ । କୃଷି ସାମ୍ବାଦିକତାକୁ ଆଗକୁ ବଢ଼ାଇବା ପାଇଁ ଆପଣଙ୍କ ଭଳି ପାଠକ ଆମପାଇଁ ପ୍ରେରଣା । ଉଚ୍ଚମାନର କୃଷି ସାମ୍ବାଦିକତା ଯୋଗାଇଦେବାପାଇଁ ଏବଂ ଗ୍ରାମୀଣ ଭାରତର ପ୍ରତିଟି କୋଣରେ କୃଷକ ଓ ଲୋକଙ୍କ ପାଖରେ ପହଞ୍ଚିବା ପାଇଁ ଆମେ ଆପଣଙ୍କ ସମର୍ଥନ ଦରକାର କରୁଛୁ ।

ଆମ ଭବିଷ୍ୟତ ପାଇଁ ଆପଣଙ୍କ ପ୍ରତିଟି ଅର୍ଥଦାନ ମୂଲ୍ୟବାନ

ଏବେ ହିଁ କିଛି ଅର୍ଥଦାନ ନିଶ୍ଚୟ କରନ୍ତୁ (Contribute Now)