News

ମଙ୍ଗଳବାର ଠୁ ୧୪ ଯାଏଁ ବର୍ଷା ; ୯ ଜିଲ୍ଲାରେ ପ୍ରବଳ ଛେଚିବ,ୟେଲୋ ୱାର୍ଣ୍ଣିଂ ଜାରି

ରାଜ୍ୟର ବିଭିନ୍ନ ସ୍ଥାନରେ ସୋମବାର ଠୁ ବର୍ଷା (Rain) ଆରମ୍ଭ ହୋଇଯାଇଛି । ପଶ୍ଚିମରେ ଠାଏ ଠାଏ ବର୍ଷା ହୋଇଛି । ସୁନ୍ଦରଗଡ଼ ଜିଲ୍ଲା, ବଲାଙ୍ଗୀର ଜିଲ୍ଲା ଓ ସୋନପୁର ଜିଲ୍ଲାରେ ସ୍ୱଳ୍ପ ପରିମାଣରେ ବର୍ଷିଛି ।

11 January, 2022 10:16 AM IST By: Sudesna Nayak

ରାଜ୍ୟର ବିଭିନ୍ନ ସ୍ଥାନରେ ସୋମବାର ଠୁ ବର୍ଷା (Rain) ଆରମ୍ଭ ହୋଇଯାଇଛି । ପଶ୍ଚିମରେ ଠାଏ ଠାଏ ବର୍ଷା ହୋଇଛି । ସୁନ୍ଦରଗଡ଼ ଜିଲ୍ଲା, ବଲାଙ୍ଗୀର ଜିଲ୍ଲା ଓ ସୋନପୁର ଜିଲ୍ଲାରେ ସ୍ୱଳ୍ପ ପରିମାଣରେ ବର୍ଷିଛି ।

ତେବେ ମଙ୍ଗଳବାର ଠାରୁ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ । ବରଗଡ଼ ଜିଲ୍ଲା, ସମ୍ବଲପୁର ଜିଲ୍ଲା, ଦେବଗଡ଼ ଜିଲ୍ଲା ଓ ସୋନପୁର ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ସେହିଭଳି ୯ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା (Rain) ଆଶଙ୍କା ରହିଛି ।

ସୂଚନା ଅନୁୟାୟୀ, ସୁନ୍ଦରଗଡ଼ ଜିଲ୍ଲାର ବରଗାଁ ଷ୍ଟେସନରେ ୨.୪ ମିଲିମିଟର ବର୍ଷା ରେକର୍ଡ ହୋଇଛି । ସୁନ୍ଦରଗଡ଼ ଜିଲ୍ଲାରେ ୨.୧, ଖପ୍ରାଖୋଲରେ ୨ ଓ ସୋନପୁର ଜିଲ୍ଲାର ଡୁଙ୍ଗୁରୁପାଲିରେ ୨ ମିଲିମିଟର ବର୍ଷା ରେକର୍ଡ ହୋଇଛି । ମଙ୍ଗଳବାର ରାଜ୍ୟ ତମାମ ବର୍ଷା ହୋଇପାରେ ।

ଝାରସୁଗୁଡ଼ା ଜିଲ୍ଲା, ସୁନ୍ଦରଗଡ଼ ଜିଲ୍ଲା, ରାୟଗଡ଼ା ଜିଲ୍ଲା, ସମ୍ବଲପୁର ଜିଲ୍ଲା, ଦେବଗଡ଼ ଜିଲ୍ଲା, ଅନୁଗୁଳ ଜିଲ୍ଲା, ଢେଙ୍କାନାଳ ଜିଲ୍ଲା, କେନ୍ଦୁଝର ଜିଲ୍ଲା ଓ ମୟୂରଭଞ୍ଜ ଜିଲ୍ଲାରେ ଅଧିକ ପରିମାଣରେ ବର୍ଷା ହୋଇପାରେ । ଏଥିପାଇଁ ପାଣିପାଗ ବିଭାଗ ଆଗୁଆ ସତର୍କ କରିଦେଇଛି ।

ସେହିଭଳି ୧୨ ତାରିଖରେ ବାଲେଶ୍ୱର ଜିଲ୍ଲା, ଭଦ୍ରକ ଜିଲ୍ଲା, ଯାଜପୁର ଜିଲ୍ଲା, କେନ୍ଦ୍ରାପଡ଼ା ଜିଲ୍ଲା, କଟକ ଜିଲ୍ଲା, ଜଗତସିଂହପୁର ଜିଲ୍ଲା, କେନ୍ଦୁଝର ଜିଲ୍ଲା, ମୟୂରଭଞ୍ଜ ଜିଲ୍ଲା, ଢେଙ୍କାନାଳ ଜିଲ୍ଲା, ନବରଙ୍ଗପୁର ଜିଲ୍ଲା, ମାଲକାନଗିରି ଜିଲ୍ଲା ଓ କୋରାପୁଟ ଜିଲ୍ଲାରେ ମଧ୍ୟ ମଧ୍ୟମ ଧରଣର ବର୍ଷା ହୋଇପାରେ । ଏସବୁ ଜିଲ୍ଲାରେ ଫେୟାରଲି ୱାଇଡ୍‌ ସ୍ପ୍ରେଡ୍‌ ବା ୫୧ ରୁ ୭୫% ବର୍ଷା ହୋଇପାରେ ବୋଲି ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

୧୩ ତାରିଖରେ କଳାହାଣ୍ଡି ଜିଲ୍ଲା, କନ୍ଧମାଳ ଜିଲ୍ଲା, ବଲାଙ୍ଗୀର ଜିଲ୍ଲା, ନୂଆପଡ଼ା ଜିଲ୍ଲା, ବୌଦ୍ଧ ଜିଲ୍ଲା, ଅନୁଗୁଳ ଜିଲ୍ଲା, ଢେଙ୍କାନାଳ ଜିଲ୍ଲା, କଟକ ଜିଲ୍ଲା, ନୟାଗଡ଼ ଜିଲ୍ଲା, କେନ୍ଦୁଝର ଜିଲ୍ଲା, ମୟୂରଭଞ୍ଜ ଜିଲ୍ଲା, ବାଲେଶ୍ୱର ଜିଲ୍ଲା, ଭଦ୍ରକ ଜିଲ୍ଲା, ଯାଜପୁର ଜିଲ୍ଲା ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ଅଧିକ ବର୍ଷା (Rain) ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଏଣୁ ଏହି ସବୁ ଜିଲ୍ଲା ପାଇଁ ବି ୟେଲୋୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

୧୪ ତାରିଖ ଦିନ କଳାହାଣ୍ଡି ଜିଲ୍ଲା, କନ୍ଧମାଳ ଜିଲ୍ଲା, ବଲାଙ୍ଗୀର ଜିଲ୍ଲା, ନୂଆପଡ଼ା ଜିଲ୍ଲା, ବୌଦ୍ଧ ଜିଲ୍ଲା, ଅନୁଗୁଳ ଜିଲ୍ଲା, ଢେଙ୍କାନାଳ ଜିଲ୍ଲା, କଟକ ଜିଲ୍ଲା, ଯାଜପୁର ଜିଲ୍ଲା ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ କୁଆପଥର ପଡ଼ିବା ସହ ୬୦ରୁ ୧୧୦ ମିମି ଯାଏ ବର୍ଷା ହେବାର ସମ୍ଭାବନା ରହିଛି । ଏଣୁ ଏହି ସବୁ ଜିଲ୍ଲା ପାଇଁ ବି ୟେଲୋୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

ପ୍ରକାଶ ଥାଉ ଯେ, ଏବେ ରାଜ୍ୟର ପାରଦ ଊର୍ଦ୍ଧ୍ବମୁଖା ହୋଇଥିବା ବେଳେ ଆସନ୍ତା ୨ ଦିନରେ ଆହୁରି ୩ ଡିଗ୍ରି ପର୍ଯ୍ୟନ୍ତ ବୃଦ୍ଧି ପାଇବ ବୋଲି କେନ୍ଦ୍ର କହିଛି । ଆସନ୍ତା ୨୪ ଘଣ୍ଟାରେ ରାଜଧାନୀ ଭୁବନେଶ୍ବର(Bhubaneswar) ସମେତ ଏହାର ଆଖପାଖ ଅଞ୍ଚଳର ସର୍ବନିମ୍ନ ତାପମାତ୍ରା ୧୭ ଡିଗ୍ରିକୁ ବୃଦ୍ଧି ପାଇବ । ଶୀତ କମିବ । ପାଗ ମେଘୁଆ ରହିବ ଏବଂ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର କହିଛି ।

ମାଡ଼ି ଆସୁଛି ବର୍ଷା; ୧୧ ରୁ ଏହିସବୁ ଜିଲ୍ଲାରେ ବଢିବ ବର୍ଷାର ପରିମାଣ,ଚାଷୀଙ୍କ ପାଇଁ ସତର୍କ

ଶନିବାର ଠୁ ବର୍ଷା, ୧୫ ଯାଏଁ ଛେଚିବ

କୃଷି-ସାମ୍ବାଦିକତା ପ୍ରତି ଆପଣଙ୍କ ସମର୍ଥନ ଦେଖାନ୍ତୁ

ପ୍ରିୟ ବନ୍ଧୁଗଣ, ଆମର ପାଠକ ହୋଇଥିବାରୁ ଆପଣଙ୍କୁ ଧନ୍ୟବାଦ । କୃଷି ସାମ୍ବାଦିକତାକୁ ଆଗକୁ ବଢ଼ାଇବା ପାଇଁ ଆପଣଙ୍କ ଭଳି ପାଠକ ଆମପାଇଁ ପ୍ରେରଣା । ଉଚ୍ଚମାନର କୃଷି ସାମ୍ବାଦିକତା ଯୋଗାଇଦେବାପାଇଁ ଏବଂ ଗ୍ରାମୀଣ ଭାରତର ପ୍ରତିଟି କୋଣରେ କୃଷକ ଓ ଲୋକଙ୍କ ପାଖରେ ପହଞ୍ଚିବା ପାଇଁ ଆମେ ଆପଣଙ୍କ ସମର୍ଥନ ଦରକାର କରୁଛୁ ।

ଆମ ଭବିଷ୍ୟତ ପାଇଁ ଆପଣଙ୍କ ପ୍ରତିଟି ଅର୍ଥଦାନ ମୂଲ୍ୟବାନ

ଏବେ ହିଁ କିଛି ଅର୍ଥଦାନ ନିଶ୍ଚୟ କରନ୍ତୁ (Contribute Now)