News

Rain update: ତାତିରୁ ମିଳିବ ସାମାନ୍ୟ ଆଶ୍ବସ୍ତି

କେତେକ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା.....

04 March, 2024 9:52 AM IST By: Tanushree Mahapatra

ତାତିରେ ଫୁଟୁଛି ଓଡ଼ିଶା । ପ୍ରାୟତଃ ୮ ଦିନ ପରେ ପୁଣି ଉପରମୁହାଁ ହୋଇଛି ଦିନ ତାପମାତ୍ରା । ରାଜ୍ୟର ଅଧିକାଂଶ ସହରର ସର୍ବୋଚ୍ଚ ତାପମାତ୍ରା ୩୫ ଡିଗ୍ରୀ ଉପରେ ରହିଛି l ସେହିପରି ୭ଟି ସହରର ତାପମାତ୍ରା ୩୬ ଡିଗ୍ରୀ ଟପିଯାଇଛି ।

ସେପଟେ ଉପକୂଳ ଓଡ଼ିଶାରେ ତାପମାତ୍ରା ଗୋଟିଏରୁ ଦୁଇ ଡିଗ୍ରୀ କମିଛି l ପଶ୍ଚିମ ଓଡ଼ିଶାରେ ଦିନର ତାପମାତ୍ରା ସ୍ବାଭାବିକଠାରୁ ୧ ରୁ ୩ ଡିଗ୍ରୀ ଅଧିକ ଅଛି । ସୂଚନା ଅନୁଯାୟୀ, ସୋମବାର କେତେକ ଜିଲ୍ଲାରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଜିଲ୍ଲାଙ୍କ ମଧ୍ୟରେ ରହିଛି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଯାଜପୁର, ସୁନ୍ଦରଗଡ଼, ଢେଙ୍କାନାଳ ଓ ଭଦ୍ରକ l ଏହୀ ଜିଲ୍ଲାରେ ବର୍ଷା ହେବା ନେଇ ସମ୍ଭାବନା ରହିଛି ।

ସେହିପରି ୭ ଓ ୮ ତାରିଖରେ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର କେତେକ ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି l  ଏହି କାରଣ ଯୋଗୁଁ ହାଲୁକା ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ୭ ତାରିଖରେ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ସମ୍ବଲପୁର, ଦେବଗଡ଼ ଓ ମୟୂରଭଞ୍ଜ ଜିଲ୍ଲାରେ ସ୍ବଳ୍ପରୁ ମଧ୍ଯମ ଧରଣର ବର୍ଷା ହେବ। ସେହପରି ୮ ତାରିଖରେ ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର ଓ ଜଗତସିଂହପୁରରେ ସାମାନ୍ୟ ବର୍ଷା ହେବା ନେଇ ସମ୍ଭାବନା ରହିଛି  । ଏ ନେଇ ପାଣିପାଗ ବିଭାଗ ସୂଚନା ଜାରି କରିଛି l

ଅନ୍ୟପଟେ ୪ ତାରିଖରେ କେତେକ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି l ବାକି ଜିଲ୍ଲାରେ ପାଗ ଶୁଖିଲା ରହିବା ନେଇ କେନ୍ଦ୍ର ପକ୍ଷରୁ ପୂର୍ବନୁମାନ କରାଯାଇଛି । କେନ୍ଦ୍ର ପକ୍ଷରୁ ଜାରି ସୂଚନା ଅନୁଯାୟୀ ଗତକାଲି ମାଲକାନଗିରି, ଭୁବନେଶ୍ୱର ବ୍ୟତୀତ ଅନ୍ୟ ଜିଲ୍ଲା ଯଥା: ଝାରସୁଗୁଡା, ଭବାନୀପାଟଣା, ବଲାଙ୍ଗୀର, ଟିଟିଲାଗଡ, ସୋନପୁର, ନୟାଗଡ, ବୌଦ୍ଧ, ପାରଳାଖେମୁଣ୍ଡି, ରାୟଗଡା, ଢେଙ୍କନାଳ ଓ ଜଗତସିଂହପୁରରେ ତାପମାତ୍ରା ୩୫ ଡିଗ୍ରୀ ସେଲସିୟସ୍‌ ଉପରେ ରହିଥିଲା ।

କୃଷି-ସାମ୍ବାଦିକତା ପ୍ରତି ଆପଣଙ୍କ ସମର୍ଥନ ଦେଖାନ୍ତୁ

ପ୍ରିୟ ବନ୍ଧୁଗଣ, ଆମର ପାଠକ ହୋଇଥିବାରୁ ଆପଣଙ୍କୁ ଧନ୍ୟବାଦ । କୃଷି ସାମ୍ବାଦିକତାକୁ ଆଗକୁ ବଢ଼ାଇବା ପାଇଁ ଆପଣଙ୍କ ଭଳି ପାଠକ ଆମପାଇଁ ପ୍ରେରଣା । ଉଚ୍ଚମାନର କୃଷି ସାମ୍ବାଦିକତା ଯୋଗାଇଦେବାପାଇଁ ଏବଂ ଗ୍ରାମୀଣ ଭାରତର ପ୍ରତିଟି କୋଣରେ କୃଷକ ଓ ଲୋକଙ୍କ ପାଖରେ ପହଞ୍ଚିବା ପାଇଁ ଆମେ ଆପଣଙ୍କ ସମର୍ଥନ ଦରକାର କରୁଛୁ ।

ଆମ ଭବିଷ୍ୟତ ପାଇଁ ଆପଣଙ୍କ ପ୍ରତିଟି ଅର୍ଥଦାନ ମୂଲ୍ୟବାନ

ଏବେ ହିଁ କିଛି ଅର୍ଥଦାନ ନିଶ୍ଚୟ କରନ୍ତୁ (Contribute Now)