News

ଆଉ ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ବର୍ଷା

ରାଜ୍ୟରେ ଆଉ ୨ ଦିନ ବର୍ଷିବ ବର୍ଷା । ଆହୁରି ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ବର୍ଷା । ବର୍ଷା ସହ ଘନ କୁହୁଡିରେ ଅସ୍ତବ୍ୟସ୍ତ ହେବ ଜନଜୀବନ ।

29 December, 2021 11:21 AM IST By: Sudesna Nayak

ରାଜ୍ୟରେ ଆଉ ୨ ଦିନ ବର୍ଷିବ ବର୍ଷା । ଆହୁରି ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ବର୍ଷା । ବର୍ଷା ସହ ଘନ କୁହୁଡିରେ ଅସ୍ତବ୍ୟସ୍ତ ହେବ ଜନଜୀବନ ।

ଓଡ଼ିଶାକୁ ଆସୁଥିବା ଜଳୀୟବାଷ୍ପ ପୂର୍ଣ୍ଣ ଉଷ୍ଣ ବାୟୁ ପ୍ରବାହ ପାଇଁ ରାଜ୍ୟରେ ଏଭଳି ପାଗ ଜାରି ରହିବ । ଏହାସହ କେନ୍ଦ୍ରୀୟ ଉତ୍ତର ପ୍ରଦେଶ ଏବଂ ଏହାର ଆଖପାଖରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ଜାରି ରହିବ ବର୍ଷା ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଜାରି ରହିଛି। ବର୍ଷା ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ବୃଦ୍ଧି ପାଇଛି । ବିଶେଷ କରି ଆଜି (ବୁଧବାର) ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ଦେବଗଡ, କେନ୍ଦୁଝର ଏବଂ ବରଗଡ ଜିଲ୍ଲାର କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବ ବୋଲି ଜଣାପଡିଛି ।

ଆସନ୍ତାକାଲି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେପଟେ ଘନ କୁହୁଡି ପାଇଁ ୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ମଧ୍ୟ କରାଯାଇଛି । ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର, କଳାହାଣ୍ଡି ଏବଂ କନ୍ଧମାଳ ଜିଲ୍ଲାରେ ଘନ କୁହୁଡ଼ି ଦେଖାଦେବ ।

ବର୍ଷା ପାଇଁ ରାଜ୍ୟରେ ସ୍ୱାଭାବିକ ଠାରୁ ୪ ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇଛି । ତେବେ ନୂଆବର୍ଷରୁ ପୁଣି ରାଜ୍ୟରେ ତାପମାତ୍ରା କମିବ ସହିତ ଶୀତ ବଢ଼ିବ ବୋଲି ଜଣାପଡିଛି ।

ପ୍ରକାଶ ଥାଉ ଯେ, ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଡ. ଏଚଆର ବିଶ୍ବାସ କହିଛନ୍ତି ଯେ, ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ । ସେହିପରି ୩୦ ଓ ୩୧ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ହେବ ବୋଲି ଡ. ବିଶ୍ବାସ କହିଛନ୍ତି । ତେବେ ନୂଆ ବର୍ଷରେ ପାଗ ଶୁଖିଲା ରହିବ ।

ଅଧିକ ପଢନ୍ତୁ...

ବଦଳିଲା ପାଗ : ଚାରି ଦିନ ଘନ କୁହୁଡ଼ି ସହ ବର୍ଷା, ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆଜିଠୁ ବର୍ଷା, ୨୯ ଯାଏଁ ବର୍ଷିବ

କୃଷି-ସାମ୍ବାଦିକତା ପ୍ରତି ଆପଣଙ୍କ ସମର୍ଥନ ଦେଖାନ୍ତୁ

ପ୍ରିୟ ବନ୍ଧୁଗଣ, ଆମର ପାଠକ ହୋଇଥିବାରୁ ଆପଣଙ୍କୁ ଧନ୍ୟବାଦ । କୃଷି ସାମ୍ବାଦିକତାକୁ ଆଗକୁ ବଢ଼ାଇବା ପାଇଁ ଆପଣଙ୍କ ଭଳି ପାଠକ ଆମପାଇଁ ପ୍ରେରଣା । ଉଚ୍ଚମାନର କୃଷି ସାମ୍ବାଦିକତା ଯୋଗାଇଦେବାପାଇଁ ଏବଂ ଗ୍ରାମୀଣ ଭାରତର ପ୍ରତିଟି କୋଣରେ କୃଷକ ଓ ଲୋକଙ୍କ ପାଖରେ ପହଞ୍ଚିବା ପାଇଁ ଆମେ ଆପଣଙ୍କ ସମର୍ଥନ ଦରକାର କରୁଛୁ ।

ଆମ ଭବିଷ୍ୟତ ପାଇଁ ଆପଣଙ୍କ ପ୍ରତିଟି ଅର୍ଥଦାନ ମୂଲ୍ୟବାନ

ଏବେ ହିଁ କିଛି ଅର୍ଥଦାନ ନିଶ୍ଚୟ କରନ୍ତୁ (Contribute Now)