1. କୃଷି ଖବର

ଲଘୁଚାପ ପ୍ରଭାବରେ ୪ ଦିନ ପ୍ରବଳ ବର୍ଷା: ଭିଜିବ ଏହି ସବୁ ଜିଲ୍ଲା,ଜାଣନ୍ତୁ...

ଉତ୍ତର ଓଡ଼ିଶା ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୋମବାର ସକାଳେ ଏକ ଲଘୁଚାପ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷିଛି । ଆସନ୍ତା ୪ ଦିନ ଯାଏଁ ପ୍ରବଳ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

Sudesna Nayak
Sudesna Nayak
Rainfall in odisha JULY

Rainfall in odisha JULY

ଉତ୍ତର ଓଡ଼ିଶା ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୋମବାର (Monday) ସକାଳେ ଏକ ଲଘୁଚାପ (Low Pressure) ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷିଛି (RAIN) । କନ୍ଧମାଳର ଜି.ଉଦୟଗିରିରେ ସର୍ବାଧିକ ୧୨୦ ମିଲିମିଟର ବର୍ଷା (RAIN) ହୋଇଛି । ବୌଦ୍ଧ ଜିଲ୍ଲା, ଅନୁଗୁଳ ଜିଲ୍ଲା, ବରଗଡ଼ ଜିଲ୍ଲା, କେନ୍ଦୁଝର ଜିଲ୍ଲା, କନ୍ଧମାଳ ଜିଲ୍ଲା, ସମ୍ବଲପୁର ଜିଲ୍ଲା ଓ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷିଛି । ଆସନ୍ତା ୪ ଦିନ ଯାଏଁ ପ୍ରବଳ ବର୍ଷା (RAIN) ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ (IMD)ପୂର୍ବାନୁମାନ କରିଛି ।

ସୂଚନା ଅନୁଯାୟୀ, ମଙ୍ଗଳବାର (Tuesday)ଗଞ୍ଜାମ ଜିଲ୍ଲା, ଗଜପତି ଜିଲ୍ଲା , ପୁରୀ ଜିଲ୍ଲା, ଜଗତସିଂହପୁର ଜିଲ୍ଲା, କଟକ ଜିଲ୍ଲା, ଢେଙ୍କାନାଳ ଜିଲ୍ଲା, ବଲାଙ୍ଗିର ଜିଲ୍ଲା, ବରଗଡ଼ ଜିଲ୍ଲା, ନୂଆପଡ଼ା ଜିଲ୍ଲା, ସମ୍ବଲପୁର ଜିଲ୍ଲା ଓ ଅନୁଗୁଳ ଜିଲ୍ଲାରେ ପ୍ରବଳ ବର୍ଷା (RAIN)ହୋଇପାରେ ।

ବୁଧବାର (Wednesday)ମାଲକାନଗିରି ଜିଲ୍ଲା, କୋରାପୁଟ ଜିଲ୍ଲା, ନବରଙ୍ଗପୁର ଜିଲ୍ଲା, ରାୟଗଡ଼ା ଜିଲ୍ଲା, କନ୍ଧମାଳ ଜିଲ୍ଲା, କଳାହାଣ୍ଡି ଜିଲ୍ଲା, ବୌଦ୍ଧ ଜିଲ୍ଲା ଓ ବଲାଙ୍ଗୀର ଜିଲ୍ଲାରେ ପ୍ରବଳ ବର୍ଷା (RAIN) ସମ୍ଭାବନା ଥିବା ପାଣିପାଗ ବିଭାଗ ପୂର୍ବାନୁମାନ ଦେଇଛି । ୭ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶା(Odisha)ରେ ପ୍ରବଳରୁ ଅତି ପ୍ରବଳ ବର୍ଷା (RAIN) ସମ୍ଭାବନା ଅଛି । ୮ ତାରିଖରେ ନୂଆପଡ଼ା ଜିଲ୍ଲା, ନବରଙ୍ଗପୁର ଜିଲ୍ଲା, କୋରାପୁଟ ଜିଲ୍ଲା, କଳାହାଣ୍ଡି ଜିଲ୍ଲା ଓ ମାଲକାନଗିରି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା (RAIN) ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ (IMD)ପୂର୍ବାନୁମାନ କରିଛି ।

ସେପଟେ ସୋମବାର (Monday)ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷିଛି । ରାଜଧାନୀ ଭୁବନେଶ୍ୱର (Bhubaneswar)ରେ ବି ବିଜୁଳି ଓ ଘଡ଼ଘଡ଼ି ସହ ପ୍ରବଳ ବର୍ଷା (RAIN) ହୋଇଛି । ଏଠାରେ ୪୭ ମିମି ବର୍ଷା ରେକର୍ଡ ହୋଇଛି । ମାଲକାନଗିରିରେ ୨୫.୪ ଓ କେନ୍ଦ୍ରାପଡ଼ାରେ ୩୦ମିମି ବର୍ଷା (RAIN) ହୋଇଛି ।

ପ୍ରକାଶ ଥାଉ ଯେ, ଲଘୁଚାପ ପ୍ରଭାବରେ ରାଜ୍ୟରେ ଅଧିକ ବର୍ଷା (RAIN) ହେବ । ଏହା ଚାଷ କାମକୁ ସୁହାଇବ । ଖରିଫ ଚାଷ ପାଇଁ ଏହା ବେଶ୍‌ ଅନୁକୂଳ ବୋଲି ପାଣିପାଗ କେନ୍ଦ୍ର (IMD) ପକ୍ଷରୁ କୁହାଯାଇଛି । ଜୁନ୍‌ ମାସ ଶେଷ ସୁଦ୍ଧା ରାଜ୍ୟରେ ନିଅଣ୍ଟିଆ ବର୍ଷା ପରିମାଣ ୪୦% ଥିଲା । ଜୁଲାଇ (JULY) ମାସର ପ୍ରଥମ ୪ ଦିନରେ ଏହି ନିଅଣ୍ଟିଆ ବର୍ଷାରେ ୧୧% ଭରଣା ହୋଇଛି । ୧ ରୁ ୪ ଜୁଲାଇ ଭିତରେ ରାଜ୍ୟରେ ସ୍ୱାଭାବିକ ଭାବେ ୨୫୬ ମିମି ବର୍ଷା ହେବା କଥା । କିନ୍ତୁ ୧୮୧ ମିମି ବର୍ଷା (RAIN)ହୋଇଛି । ୨୯% କମ୍‌ ବର୍ଷା ହୋଇଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ ବିଭାଗ (IMD) ପକ୍ଷରୁ କୁହାଯାଇଛି ।

୨୪ ଘଣ୍ଟାରେ ଲଘୁଚାପ, ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା...

ଜୁଲାଇ ପ୍ରଥମ ୧୦ ଦିନ ଭୀଷଣ ବର୍ଷିବ

Like this article?

Hey! I am Sudesna Nayak . Did you liked this article and have suggestions to improve this article? Mail me your suggestions and feedback.

Share your comments