News

ଶନିବାର ପୁଣି ଛେଚିବ ବର୍ଷା : ଚିନ୍ତାରେ ଚାଷୀ

ଓଡ଼ିଶା ପଶ୍ଚିମାଞ୍ଚଳରେ କିଛି ସ୍ଥାନରେ ଶନିବାର (Saturday)ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା (Rain) ହେବାର ସମ୍ଭାବନା ରହିଛି ।

22 January, 2022 10:31 AM IST By: Sudesna Nayak

ଓଡ଼ିଶା ପଶ୍ଚିମାଞ୍ଚଳରେ କିଛି ସ୍ଥାନରେ ଶନିବାର (Saturday)ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା (Rain) ହେବାର ସମ୍ଭାବନା ରହିଛି ।

ସୂଚନା ଅନୁଯାୟୀ, ନୂଆପଡ଼ା ଜିଲ୍ଲା, ବରଗଡ଼ ଜିଲ୍ଲା, ଝାରସୁଗୁଡ଼ା ଜିଲ୍ଲା, ସୁନ୍ଦରଗଡ଼ ଜିଲ୍ଲା, କେନ୍ଦୁଝର ଜିଲ୍ଲା, ମୟୂରଭଞ୍ଜ ଜିଲ୍ଲା ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା (Rain) ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

ପାଣିପାଗ ବିଭାଗ ଏଭଳି ସତର୍କ ସୂଚନା ଜାରି କରିବା ପରେ ଚାଷୀମାନେ (Framers)ଛାନିଆ ହୋଇ ଯାଇଛନ୍ତି । ବର୍ଷାରେ କ୍ଷତି ଆଶଙ୍କାରେ ତରବରିଆ ଭାବେ ଧାନ ଅମଳରେ ଲାଗି ପଡ଼ିଛନ୍ତି ।

ସେହିପରି ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ରାଜ୍ୟରେ ଦୁଇରୁ ତିନି ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢ଼ିବ । ରାଜ୍ୟର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡ଼ି (Fog)ହେବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି ।

ଶନିବାର (Saturday) ରାଜ୍ୟର ଅଧିକାଂଶ ସ୍ଥାନରେ ପାଗ ଶୁଖିଲା ରହିବ । ମାତ୍ର ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା (Rain) ହେବାର ସମ୍ଭାବନା ରହିଛି । ୨୩ ତାରିଖରେ ଉତ୍ତର ଓଡ଼ିଶାରେ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍‌. ବିଶ୍ୱାସ ପୂର୍ବାନୁମାନ କରିଛନ୍ତି । ରାଜ୍ୟରେ ବର୍ତ୍ତମାନ ସ୍ୱାଭାବିକଠୁ ଅଧିକ ତାପମାତ୍ରା ରହିଥିବା ବେଳେ ଆହୁରି ଦୁଇଦିନ ଅଧିକ ରହିବ ତାପମାତ୍ରା । ୨-୩ ଡିଗ୍ରୀ ସେଲସିୟସ୍‌ ତାପମାତ୍ରା ବଢ଼ିବ । ଶୀତ (Cold)କମିବ । ସେହିପରି ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡ଼ି (Fog)ହେବ ବୋଲି ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍‌. ବିଶ୍ୱାସ ଆକଳନ କରିଛନ୍ତି ।

କହିବାକୁ ଗଲେ, ଅନୁରୂପ ଭାବେ ସୋଆ ଜଳବାୟୁ ଓ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ଚନ୍ଦ୍ର ସାହୁ ପୂର୍ବାନୁମାନ କରି କହିଛନ୍ତି ଯେ, ଶନିବାର (Saturday)ପଶ୍ଚିମ ଓ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପ ବର୍ଷା ହେବାର ସମ୍ଭାବନା ରହିଛି । ୨୩ ତାରିଖ ପର୍ଯ୍ୟନ୍ତ ଏଭଳି ପାଗ ରହିବ ବୋଲି ଡ. ସାହୁ ଆକଳନ କରିଛନ୍ତି । ଏଥିପାଇଁ ୟେଲୋ ୱାର୍ଣ୍ଣିଂ (Yellow Alert) ଜାରି କରିଛି ।

ପ୍ରକାଶ ଥାଉ ଯେ, ଶୁକ୍ରବାର (Friday)ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ସେଲସିୟସ୍‌ ଥିବା ବେଳେ ଦାରିଙ୍ଗବାଡ଼ି ୧୦.୫ ଡିଗ୍ରୀ ସେଲସିୟସ୍‌, କେନ୍ଦୁଝରଗଡ଼ରେ ୧୦.୮ ଡିଗ୍ରୀ ସେଲସିୟସ୍‌, ଝାରସୁଗୁଡ଼ାରେ ୧୧.୨ ଡିଗ୍ରୀ ସେଲସିୟସ୍‌ ଓ ଟିଟିଲାଗଡ଼ରେ ୧୧.୩ ଡିଗ୍ରୀ ସେଲସିୟସ୍‌ ସର୍ବନିମ୍ନ ତାପମାତ୍ରା ରହିଥିଲା ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ରେକର୍ଡ କରିଛି । ମୟୂରଭଞ୍ଜ ଓ ସୁନ୍ଦରଗଡ଼ର ବିଭିନ୍ନ ସ୍ଥାନରେ ସାମାନ୍ୟ ବର୍ଷା (Rain) ହୋଇଥିବା ସୂଚନା ମିଳିଛି ।

ଆଜି ଠୁ ବର୍ଷା ; ଫସଲ କ୍ଷତି ଆଶଙ୍କାରେ ଚିନ୍ତାରେ ଚାଷୀ, ଜାରି ହେଲା ଆଲର୍ଟ

ଶୁକ୍ରବାର ଠୁ ଛେଚିବ ବର୍ଷା : କମିବ ଶୀତ

କୃଷି-ସାମ୍ବାଦିକତା ପ୍ରତି ଆପଣଙ୍କ ସମର୍ଥନ ଦେଖାନ୍ତୁ

ପ୍ରିୟ ବନ୍ଧୁଗଣ, ଆମର ପାଠକ ହୋଇଥିବାରୁ ଆପଣଙ୍କୁ ଧନ୍ୟବାଦ । କୃଷି ସାମ୍ବାଦିକତାକୁ ଆଗକୁ ବଢ଼ାଇବା ପାଇଁ ଆପଣଙ୍କ ଭଳି ପାଠକ ଆମପାଇଁ ପ୍ରେରଣା । ଉଚ୍ଚମାନର କୃଷି ସାମ୍ବାଦିକତା ଯୋଗାଇଦେବାପାଇଁ ଏବଂ ଗ୍ରାମୀଣ ଭାରତର ପ୍ରତିଟି କୋଣରେ କୃଷକ ଓ ଲୋକଙ୍କ ପାଖରେ ପହଞ୍ଚିବା ପାଇଁ ଆମେ ଆପଣଙ୍କ ସମର୍ଥନ ଦରକାର କରୁଛୁ ।

ଆମ ଭବିଷ୍ୟତ ପାଇଁ ଆପଣଙ୍କ ପ୍ରତିଟି ଅର୍ଥଦାନ ମୂଲ୍ୟବାନ

ଏବେ ହିଁ କିଛି ଅର୍ଥଦାନ ନିଶ୍ଚୟ କରନ୍ତୁ (Contribute Now)