News

ବିଶିଷ୍ଟ ଅଭିନେତ୍ରୀ ଝରଣା ଦାସଙ୍କ ପରଲୋକ

ଓଡ଼ିଆ ଚଳଚ୍ଚିତ୍ର ଜଗତର ସ୍ୱନାମଧନ୍ୟ ଅଭିନେତ୍ରୀ ଝରଣା ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସ୍ଵର୍ଗତ ଝରଣା ଦାସଙ୍କୁ ଜଣେ ଯଶସ୍ବୀ କଳାକାର ଭାବରେ ବର୍ଣ୍ଣନା କରିଛନ୍ତି।

02 December, 2022 2:58 PM IST By: Tanushree Mahapatra

ଓଡ଼ିଆ ଚଳଚ୍ଚିତ୍ର ଜଗତର ସ୍ୱନାମଧନ୍ୟ ଅଭିନେତ୍ରୀ ଝରଣା ଦାସଙ୍କ ( jharana dash )  ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ( naveen patnaik )  ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସ୍ଵର୍ଗତ ଝରଣା ଦାସଙ୍କୁ ଜଣେ ଯଶସ୍ବୀ କଳାକାର ଭାବରେ ବର୍ଣ୍ଣନା କରିଛନ୍ତି। ସେ କହିଛନ୍ତି, ଆକାଶବାଣୀ ସହିତ ଉଭୟ ମଞ୍ଚ ଓ ଚଳଚ୍ଚିତ୍ରରେ ବିଭିନ୍ନ ଭୂମିକାରେ ତାଙ୍କର ପ୍ରଭାବଶାଳୀ ଅଭିନୟ ତାଙ୍କୁ ଅପାର ଲୋକପ୍ରିୟତା ଆଣି ଦେଇଥିଲା।

ଝରଣା ଦାସଙ୍କ ସ୍ଵର ଓ ଚମତ୍କାର ଅଭିନୟ ତାଙ୍କୁ ଜଣେ କିମ୍ବଦନ୍ତୀ ଅଭିନେତ୍ରୀ ଭାବରେ ଅଜସ୍ର ସୁନାମ ଦେଇଥିଲା।

ତାଙ୍କର ବିୟୋଗ ଓଡ଼ିଆ ଚଳଚ୍ଚିତ୍ର ତଥା ସାଂସ୍କୃତିକଜଗତରେ ବିରାଟ ଶୂନ୍ୟତା ସୃଷ୍ଟି କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ପରଲୋକଗତ ଆତ୍ମାର ସଦ୍ ଗତି କାମନା କରିଛନ୍ତି। ଏହାଛଡ଼ା ସ୍ଵର୍ଗତା ଝରଣା ଦାସଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ସଂପନ୍ନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

ସୂଚନାଯୋଗ୍ୟ, ଗତକାଲି ବିଳମ୍ବିତ ରାତିରେ କଟକ ଚଣ୍ଡୀ ଛକ ନିକଟସ୍ଥ ବାସଭବନରେ ଝରଣା ଦାସଙ୍କର ଦେହାନ୍ତ ହୋଇଛି। ମୃତ୍ୟ ବେଳକୁ ତାଙ୍କୁ ୮୨ ବର୍ଷ ହୋଇଥିଲା। ବେତାରରେ ସେ ବେଶ ଲୋକପ୍ରିୟ ହେବା ପରେ ଷାଠିଏ ଦଶକରେ ସେ ଚଳଚ୍ଚିତ୍ର ଜଗତରେ ପାଦ ଥାପିଥିଲେ। ବରିଷ୍ଠ ଅଭିନେତ୍ରୀ ଝରଣା ଦାସ ଶ୍ରୀଜଗନ୍ନାଥ, ନାରୀ,  ଅଦିନମେଘ, ଅମଡ଼ାବାଟ, ଅଭିନେତ୍ରୀ, ମହ୍ଲାଜହ୍ନ, ହିସାବନିକାଶ, ପୂଜାଫୁଲ, ସମୟ ବଡ଼ ବଳବାନ, ଆ ଜହ୍ନରେ ଲେଖିବା ନାଆଁ  ଏବଂ ହୀରାନୀଳା ଆଦି ସିନେମାରେ ଅଭିନୟ କରି ବେଶ୍ ଲୋକପ୍ରିୟତା ହାସଲ କରିଥିଲେ। ଏହାଛଡ଼ା ସେ ବେଶ କେତୋଟି ଧାରାବାହିକରେ ବି ଅଭିନୟ କରିଥିଲେ।

ଓଡ଼ିଆ ଚଳଚ୍ଚିତ୍ର ଜଗତର ସ୍ୱନାମଧନ୍ୟ ଅଭିନେତ୍ରୀ ଝରଣା ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ସ୍ଵର୍ଗତ ଝରଣା ଦାସଙ୍କୁ ଜଣେ ଯଶସ୍ବୀ କଳାକାର ଭାବରେ ବର୍ଣ୍ଣନା କରିଛନ୍ତି ।ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ପରଲୋକଗତ ଆତ୍ମାର ସଦଗତି କାମନା କରିଛନ୍ତି । ସ୍ଵର୍ଗତଃ ଝରଣା ଦାସଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଅନ୍ୟପତ୍ତେ ଏ ନେଇ ରାଷ୍ଟ୍ରପତି ମଧ୍ୟ ଶୋକ ପ୍ରକାଶ କରିଛନ୍ତି l

ମେକ୍‌ ଇନ ଓଡ଼ିଶା କନକ୍ଲେଭରେ ମୁଖ୍ୟମନ୍ତ୍ରୀ ନବୀନ

କୃଷି-ସାମ୍ବାଦିକତା ପ୍ରତି ଆପଣଙ୍କ ସମର୍ଥନ ଦେଖାନ୍ତୁ

ପ୍ରିୟ ବନ୍ଧୁଗଣ, ଆମର ପାଠକ ହୋଇଥିବାରୁ ଆପଣଙ୍କୁ ଧନ୍ୟବାଦ । କୃଷି ସାମ୍ବାଦିକତାକୁ ଆଗକୁ ବଢ଼ାଇବା ପାଇଁ ଆପଣଙ୍କ ଭଳି ପାଠକ ଆମପାଇଁ ପ୍ରେରଣା । ଉଚ୍ଚମାନର କୃଷି ସାମ୍ବାଦିକତା ଯୋଗାଇଦେବାପାଇଁ ଏବଂ ଗ୍ରାମୀଣ ଭାରତର ପ୍ରତିଟି କୋଣରେ କୃଷକ ଓ ଲୋକଙ୍କ ପାଖରେ ପହଞ୍ଚିବା ପାଇଁ ଆମେ ଆପଣଙ୍କ ସମର୍ଥନ ଦରକାର କରୁଛୁ ।

ଆମ ଭବିଷ୍ୟତ ପାଇଁ ଆପଣଙ୍କ ପ୍ରତିଟି ଅର୍ଥଦାନ ମୂଲ୍ୟବାନ

ଏବେ ହିଁ କିଛି ଅର୍ଥଦାନ ନିଶ୍ଚୟ କରନ୍ତୁ (Contribute Now)