1. କୃଷି ଖବର

ବସ୍ତାରରେ ଆୟୋଜିତ ହେଲା ସମ୍ରିଦ୍ଧ କିସାନ ଉତ୍ସବ

ପ୍ରଗତିଶୀଳ କୃଷକଙ୍କୁ ମଧ୍ୟ ସମ୍ମାନିତ କରାଯାଇଛି....

Tanushree Mahapatra
Tanushree Mahapatra
Samridh kisan utsav in Bastar

Samridh kisan utsav in Bastar

ଆଜି ଛତିଶଗଡ଼ର ବସ୍ତାର ଠାରେ ସମ୍ରିଦ୍ଧ କିସାନ ଉତ୍ସବ ଆୟୋଜିତ ହୋଇଛି l ଆଜି ଅର୍ଥାତ ଶୁକ୍ରବାର ବସ୍ତାର ଠାରେ ଏହି ଏକ ଦିବସୀୟ କୃଷି ମେଳା ଆୟୋଜିତ ହୋଇଛି l କୃଷି ସମ୍ବନ୍ଧୀୟ ନୂତନ କୌଶଳ ସହିତ କୃଷି ସମ୍ବନ୍ଧୀୟ ସୂଚନା ଏବଂ ସେମାନଙ୍କର ଧାରଣା ମଧ୍ୟ ବାଣ୍ଟିପାରିବେ ଅନ୍ୟ ଚାଷୀଙ୍କ ସହିତ ଏହି ଅସହ ନେଇ ଆଜିର କୃଷି ମେଳା ଏଡିଜିଟ ହୋଇଥିଲା l

ଏହା ବ୍ୟତୀତ ସମ୍ରିଦ୍ଧ କିସାନ ଉତ୍ସବରେ କୃଷକମାନଙ୍କୁ କୃଷି ଜାଗରଣ ଦ୍ୱାରା ନିଆଯାଇଥିବା ସ୍ୱତନ୍ତ୍ର ପଦକ୍ଷେପ ' ମିଲେନିୟର୍ ଫାର୍ମର ଅଫ୍ ଇଣ୍ଡିଆ' ପୁରସ୍କାର ବିଷୟରେ ମଧ୍ୟ ଅବଗତ କରାଯାଇଥିଲା । ଯାହାଫଳରେ କୃଷକମାନେ MFOI ବିଷୟରେ ଅଧିକ ଜାଣିପାରିବେ l ଏହା ସହିତ, ସମ୍ରିଦ୍ଧ କିସାନ୍ ଉତ୍ସବ ସମୟରେ ଚାଷ କ୍ଷେତ୍ରରେ ଉତ୍କୃଷ୍ଟ କାର୍ଯ୍ୟ କରୁଥିବା କୋଟିପତି ଏବଂ ପ୍ରଗତିଶୀଳ କୃଷକଙ୍କୁ ମଧ୍ୟ ସମ୍ମାନିତ କରାଯାଇଛି  l ସମ୍ରିଦ୍ଧ କିସାନ ଉତ୍ସବ ହେଉଛି ଏକ ଦିବସୀୟ କୃଷି ମେଳା l

MFOI ୨୦୨୩ ପୁରସ୍କାର ଆୱାର୍ଡ ସୋ ସଫଳ ହେବାପରେ ଏହି ପୁରସ୍କାର ସୋ ଅଧୀନରେ ଦୁଇଟି ନୂଆ କାର୍ଯ୍ୟକ୍ରମ କିମ୍ବା ନୂଆ ପଦକ୍ଷେପ ଆରମ୍ଭ ହୋଇଥିଲା l ଯାହାର ନାମ ରହିଥିଲା ସମ୍ରିଦ୍ଧ କିସାନ ଉତ୍ସବ ଏବଂ MFOI VVIF କିସାନ ଭାରତ ଯାତ୍ରା l କୃଷକମାନଙ୍କୁ ଏକ ପ୍ଲାଟଫର୍ମ ଯୋଗାଇବା MFOI Samridh Kisan Utsav 2024 ର ମୂଳ ଉଦ୍ଦେଶ୍ୟ l ଯାହା ମାଧ୍ୟମରେ ଚାଷୀଙ୍କ ମଧ୍ୟରେ ଜ୍ଞାନର ଆଦାନ ପ୍ରଦାନ ହେବ ଏବଂ କୃଷକମାନେ କୃଷିରେ ନୂତନ ପରୀକ୍ଷଣ କରି ସେମାନଙ୍କର ଆୟ ବୃଦ୍ଧି କରିପାରିବେ l କୃଷି ଜାଗରଣ ଦ୍ୱାରା ଆୟୋଜିତ ହେବାକୁ ଥିବା ଏହି କୃଷି ମେଳାର ମୁଖ୍ୟ ପ୍ରାୟୋଜକ ରହିଛି ମହିନ୍ଦ୍ରା ଟ୍ରାକ୍ଟର l

ଆଜି କୃଷି ଜାଗରଣ ଦ୍ୱାରା ଏହି ଏକ ଦିବସୀୟ ମେଳା ବସ୍ତାର କୃଷି ବିଜ୍ଞାନ କେନ୍ଦ୍ର ସହାୟତାରେ S.G college of agriculture station, kumhrawand , jagdalpur , bastar, ଛତିଶଗଡ଼ ଠାରେ ଆୟୋଜିତ କରାଯାଇଛି l କୃଷି ଜାଗରଣ ଟିମ ଏବଂ କୃଷି ବୈଜ୍ଞାନିକଙ୍କ ସହାୟତାରେ ଏହା ଆୟୋଜନ କରାଯାଇ ଚାଷୀଙ୍କ ସହିତ ବିଭିନ୍ନ ବିଷୟରେ ଆଲୋଚନା କରାଯାଇଛି l ଦକ୍ଷ ଚାଷୀଙ୍କୁ ସମ୍ମାନିତ ମଧ୍ୟ କରାଯାଇଛି କୃଷି ଯାଇଛି କୃଷି ଜାଗରଣ ଟିମ ପକ୍ଷରୁ l

ଯୋଗଦେବା ପାଇଁ କ'ଣ କରିବେ ?

କୃଷକ, କୃଷି କମ୍ପାନୀ ଏବଂ କୃଷି କ୍ଷେତ୍ର ସହିତ ଜଡିତ ଅନ୍ୟମାନେ ମଧ୍ୟ MFOI ୨୦୨୪ ପୁରସ୍କାର ଏବଂ MFOI ସମ୍ରିଦ୍ଧ କିସାନ୍ ଉତ୍ସବ ୨୦୨୪ ର ଏକ ଅଂଶ ଗ୍ରହଣ କରିପାରିବେ l ଏଥିପାଇଁ କୃଷି ଜାଗରଣ ତୁମ ସମସ୍ତଙ୍କୁ ନିମନ୍ତ୍ରଣ କରୁଛି l MFOI ୨୦୨୪ କିମ୍ବା Samridh Kisan Utsav କାର୍ଯ୍ୟକ୍ରମରେ ନିଜ ଷ୍ଟଲ୍ ବୁକିଂ ପାଇଁ କିମ୍ବା ଯେକୌଣସି ପ୍ରକାରର ପ୍ରାୟୋଜକ ପାଇଁ, ଆପଣ କୃଷି ଜାଗରଣ ସହିତ ଯୋଗାଯୋଗ କରିପାରିବେ l ଏହି ସମୟରେ, ପୁରସ୍କାର ଶୋ କିମ୍ବା ଅନ୍ୟ କୌଣସି ପ୍ରୋଗ୍ରାମ ସହିତ ଜଡିତ ସୂଚନା ପାଇଁ, ଏହି ଗୁଗୁଲ୍ ଫର୍ମ ପୂରଣ କରନ୍ତୁ- https://forms.gle/sJdL4yWVaCpg838y6  l ଅଧିକ ସୂଚନା ପାଇଁ MFOI ର ଅଫିସିଆଲ୍ ୱେବସାଇଟ୍ https://millionairefarmer.in/  ପରିଦର୍ଶନ କରନ୍ତୁ l

ଅଧିକ ପଢ଼ନ୍ତୁ

ମୟୁରଭଞ୍ଜ କୃଷି ବିଜ୍ଞାନ କେନ୍ଦ୍ରରେ ଆୟୋଜିତ ହେଲା ସମ୍ରିଦ୍ଧ କିସାନ ଉତ୍ସବ

Like this article?

Hey! I am Tanushree Mahapatra. Did you liked this article and have suggestions to improve this article? Mail me your suggestions and feedback.

Share your comments

ଆମ ନ୍ୟୁଜଲେଟରକୁ ସବସ୍କ୍ରାଇବ୍ କରନ୍ତୁ । ଆପଣ ଆପଣଙ୍କ ଆଗ୍ରହ ଥିବା ଟପିକ୍‌ ବାଛିବେ ଏବଂ ଆମେ ଆପଣଙ୍କୁ ବଛା ବଛା ନ୍ୟୁଜ ଓ ଆପଣଙ୍କ ପସନ୍ଦ ଅନୁଯାୟୀ ଲାଟେଷ୍ଟ ଅପଡେଟ୍‌ ପଠାଇଦେବୁ ।

ନ୍ୟୁଜଲେଟର ସବସ୍କ୍ରାଇବ୍‌ କରନ୍ତୁ