News

ଖୋର୍ଦ୍ଧା କୃଷି ବିଜ୍ଞାନ କେନ୍ଦ୍ରରେ ଆୟୋଜିତ ହେଲା ସମ୍ରିଦ୍ଧ କିସାନ ଉତ୍ସବ

ଏହି କୃଷି ମେଳାର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ଚାଷୀଙ୍କ ମଧ୍ୟରେ କୃଷି ଜ୍ଞାନର ଆଦାନ ପ୍ରଦାନ କରିବା ଯାହାଦ୍ୱାରା କୃଷି କ୍ଷେତ୍ରରେ ଗୁଣାତ୍ମକ ଉନ୍ନତି ହୋଇପାରିବ l

11 June, 2024 2:12 PM IST By: Tanushree Mahapatra

ଖୋର୍ଦ୍ଧା ଜିଲ୍ଲାରେ ଅବସ୍ଥିତ କୃଷି ବିଜ୍ଞାନ କେନ୍ଦ୍ରରେ ଆୟୋଜିତ ହେଲା ସମ୍ରିଦ୍ଧ କିସାନ ଉତ୍ସବ l ଯାହା ଏକ ଦିବସୀୟ କୃଷି ମେଳା l କୃଷି ଜାଗରଣ ଦ୍ୱାରା ଆୟୋଜିତ ହୋଇଥିବା ଏହି ଏକ ଦିବସୀୟ କୃଷି ମେଳା " ସମ୍ରିଦ୍ଧ କିସାନ ଉତ୍ସବ "ର ମୁଖ୍ୟ ପ୍ରାୟୋଜକ ହେଉଛି ମହିନ୍ଦ୍ରା ଟ୍ରାକ୍ଟର l ଏହି କୃଷି ମେଳାର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ଚାଷୀଙ୍କ ମଧ୍ୟରେ କୃଷି ଜ୍ଞାନର ଆଦାନ ପ୍ରଦାନ କରିବା ଯାହାଦ୍ୱାରା କୃଷି କ୍ଷେତ୍ରରେ ଗୁଣାତ୍ମକ ଉନ୍ନତି ହୋଇପାରିବ l ଆଜି ଆୟୋଜିତ ଏହି କୃଷି ମେଳାରେ ୧୬୦ରୁ ଅଧିକ କୃଷକ ସାମିଲ ହୋଇଥିଲେ l ଡଃ ପି ଆର ସାହୁ (SMS, FY , KVK , Khordha ) ସ୍ୱାଗତ ଭାଷଣ ଦେଇ କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ l

ଏହି କାର୍ଯ୍ୟକ୍ରମର ମୁଖ୍ୟ ଅତିଥି ଡଃ. ପି କେ ସାହୁ (director , ICAR-CIFA) ,ଡଃ ହରପ୍ରିୟା ନାୟକ ( senior scientist and head , khordha ) , ସନ୍ତୋଷ ମିତ୍ର ( state head , mahindra tractors ) , ସୁରେନ୍ଦ୍ର ସିଂ (farm machinary, SMS (CP), KVK -Khordha ) ,ମହେନ୍ଦ୍ର ପ୍ରଧାନ ( dealer , mahindra -bbsr) , ଶ୍ରୀଯୁକ୍ତ କର ( area manager, mahindra tractor ),ଶୁଭ୍ର ସୁମନ ମହାନ୍ତି ( ରିଜିନାଲ ମ୍ୟାନେଜର, କୃଷି ଜାଗରଣ ) ଉପସ୍ଥିତ ଥିଲେ l ସୁରେନ୍ଦ୍ର ସିଂ(SMS(CP),KVK-Khordha) ସେଠାରେ ଉପସ୍ଥିତ ଥିବା ଦକ୍ଷ ଚାଷୀଙ୍କୁ ସମ୍ମାନିତ କରିଥିଲେ କୃଷି ଜାଗରଣ ତରଫରୁ  l

କୃଷି ଜାଗରଣ ଦ୍ୱାରା ଆୟୋଜିତ ହୋଇଥିବା MFOI ୨୦୨୩ ପୁରସ୍କାର ଆୱାର୍ଡ ସୋ ସଫଳ ହେବାପରେ ଏହି ପୁରସ୍କାର ସୋ ଅଧୀନରେ ଦୁଇଟି ନୂଆ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା l ଯାହାର ନାମ ରହିଥିଲା ସମ୍ରିଦ୍ଧ କିସାନ ଉତ୍ସବ ଏବଂ MFOI VVIF କିସାନ ଭାରତ ଯାତ୍ରା l କୃଷି ସମ୍ବନ୍ଧୀୟ ନୂତନ କୌଶଳ ସହିତ କୃଷି ସମ୍ବନ୍ଧୀୟ ସୂଚନା ପାଇପାରିବେ ଏବଂ ସେମାନଙ୍କର ଧାରଣା ମଧ୍ୟ ବାଣ୍ଟିପାରିବେ ଅନ୍ୟ ଚାଷୀଙ୍କ ସହିତ l ଏହା ବ୍ୟତୀତ ସମ୍ରିଦ୍ଧ କିସାନ ଉତ୍ସବରେ କୃଷକମାନଙ୍କୁ କୃଷି ଜାଗରଣ ଦ୍ୱାରା ନିଆଯାଇଥିବା ସ୍ୱତନ୍ତ୍ର ପଦକ୍ଷେପ ' ମିଲେନିୟର୍ ଫାର୍ମର ଅଫ୍ ଇଣ୍ଡିଆ' ପୁରସ୍କାର ବିଷୟରେ ମଧ୍ୟ ଅବଗତ କରାଯାଉଛି । ଯାହାଫଳରେ କୃଷକମାନେ MFOI ବିଷୟରେ ଅଧିକ ଜାଣିପାରିବେ l ଏହା ସହିତ, ସମ୍ରିଦ୍ଧ କିସାନ୍ ଉତ୍ସବ ସମୟରେ ଚାଷ କ୍ଷେତ୍ରରେ ଉତ୍କୃଷ୍ଟ କାର୍ଯ୍ୟ କରୁଥିବା କୋଟିପତି ଏବଂ ପ୍ରଗତିଶୀଳ କୃଷକଙ୍କୁ ମଧ୍ୟ ସମ୍ମାନିତ କରାଯାଉଛି l ସମ୍ରିଦ୍ଧ କିସାନ ଉତ୍ସବ ହେଉଛି ଏକ ଦିବସୀୟ କୃଷି ମେଳା l

ଯୋଗଦେବା ପାଇଁ କ'ଣ କରିବେ ?

କୃଷକ, କୃଷି କମ୍ପାନୀ ଏବଂ କୃଷି କ୍ଷେତ୍ର ସହିତ ଜଡିତ ଅନ୍ୟମାନେ ମଧ୍ୟ MFOI ୨୦୨୪ ପୁରସ୍କାର ଏବଂ MFOI ସମ୍ରିଦ୍ଧ କିସାନ୍ ଉତ୍ସବ ୨୦୨୪ ର ଏକ ଅଂଶ ଗ୍ରହଣ କରିପାରିବେ l ଏଥିପାଇଁ କୃଷି ଜାଗରଣ ତୁମ ସମସ୍ତଙ୍କୁ ନିମନ୍ତ୍ରଣ କରୁଛି l MFOI ୨୦୨୪ କିମ୍ବା Samridh Kisan Utsav କାର୍ଯ୍ୟକ୍ରମରେ ନିଜ ଷ୍ଟଲ୍ ବୁକିଂ ପାଇଁ କିମ୍ବା ଯେକୌଣସି ପ୍ରକାରର ପ୍ରାୟୋଜକ ପାଇଁ, ଆପଣ କୃଷି ଜାଗରଣ ସହିତ ଯୋଗାଯୋଗ କରିପାରିବେ l ଏହି ସମୟରେ, ପୁରସ୍କାର ଶୋ କିମ୍ବା ଅନ୍ୟ କୌଣସି ପ୍ରୋଗ୍ରାମ ସହିତ ଜଡିତ ସୂଚନା ପାଇଁ, ଏହି ଗୁଗୁଲ୍ ଫର୍ମ ପୂରଣ କରନ୍ତୁ- https://forms.gle/sJdL4yWVaCpg838y6  l ଅଧିକ ସୂଚନା ପାଇଁ MFOI ର ଅଫିସିଆଲ୍ ୱେବସାଇଟ୍ https://millionairefarmer.in/  ପରିଦର୍ଶନ କରନ୍ତୁ l

For collaboration, partnership and sponsorship connect:-

Anika Bassi : 93542 19435

Megha Sharma : 9891668292

Poonam Biswakarma : 98188936522

କୃଷି-ସାମ୍ବାଦିକତା ପ୍ରତି ଆପଣଙ୍କ ସମର୍ଥନ ଦେଖାନ୍ତୁ

ପ୍ରିୟ ବନ୍ଧୁଗଣ, ଆମର ପାଠକ ହୋଇଥିବାରୁ ଆପଣଙ୍କୁ ଧନ୍ୟବାଦ । କୃଷି ସାମ୍ବାଦିକତାକୁ ଆଗକୁ ବଢ଼ାଇବା ପାଇଁ ଆପଣଙ୍କ ଭଳି ପାଠକ ଆମପାଇଁ ପ୍ରେରଣା । ଉଚ୍ଚମାନର କୃଷି ସାମ୍ବାଦିକତା ଯୋଗାଇଦେବାପାଇଁ ଏବଂ ଗ୍ରାମୀଣ ଭାରତର ପ୍ରତିଟି କୋଣରେ କୃଷକ ଓ ଲୋକଙ୍କ ପାଖରେ ପହଞ୍ଚିବା ପାଇଁ ଆମେ ଆପଣଙ୍କ ସମର୍ଥନ ଦରକାର କରୁଛୁ ।

ଆମ ଭବିଷ୍ୟତ ପାଇଁ ଆପଣଙ୍କ ପ୍ରତିଟି ଅର୍ଥଦାନ ମୂଲ୍ୟବାନ

ଏବେ ହିଁ କିଛି ଅର୍ଥଦାନ ନିଶ୍ଚୟ କରନ୍ତୁ (Contribute Now)