କୃଷି ଜାଗରଣ ଦ୍ୱାରା ଆୟୋଜିତ ହୋଇଥିବା MFOI ୨୦୨୩ ପୁରସ୍କାର ଆୱାର୍ଡ ସୋ ସଫଳ ହେବାପରେ ଏହି ପୁରସ୍କାର ସୋ ଅଧୀନରେ ଦୁଇଟି ନୂଆ କାର୍ଯ୍ୟକ୍ରମ କିମ୍ବା ନୂଆ ପଦକ୍ଷେପ ଆରମ୍ଭ ହୋଇଥିଲା l ଯାହାର ନାମ ରହିଥିଲା ସମ୍ରିଦ୍ଧ କିସାନ ଉତ୍ସବ ଏବଂ MFOI VVIF କିସାନ ଭାରତ ଯାତ୍ରା l କୃଷକମାନଙ୍କୁ ଏକ ପ୍ଲାଟଫର୍ମ ଯୋଗାଇବା MFOI Samridh Kisan Utsav 2024 ର ମୂଳ ଉଦ୍ଦେଶ୍ୟ l ଯାହା ମାଧ୍ୟମରେ ଚାଷୀଙ୍କ ମଧ୍ୟରେ ଜ୍ଞାନର ଆଦାନ ପ୍ରଦାନ ହେବ ଏବଂ କୃଷକମାନେ କୃଷିରେ ନୂତନ ପରୀକ୍ଷଣ କରି ସେମାନଙ୍କର ଆୟ ବୃଦ୍ଧି କରିପାରିବେ l କୃଷି ଜାଗରଣ ଦ୍ୱାରା ଆୟୋଜିତ ହେବାକୁ ଥିବା ଏହି କୃଷି ମେଳାର ମୁଖ୍ୟ ପ୍ରାୟୋଜକ ରହିଛି ମହିନ୍ଦ୍ରା ଟ୍ରାକ୍ଟର l
କୃଷି ସମ୍ବନ୍ଧୀୟ ନୂତନ କୌଶଳ ସହିତ କୃଷି ସମ୍ବନ୍ଧୀୟ ସୂଚନା ପାଇପାରିବେ ଏବଂ ସେମାନଙ୍କର ଧାରଣା ମଧ୍ୟ ବାଣ୍ଟିପାରିବେ ଅନ୍ୟ ଚାଷୀଙ୍କ ସହିତ l ଏହା ବ୍ୟତୀତ ସମ୍ରିଦ୍ଧ କିସାନ ଉତ୍ସବରେ କୃଷକମାନଙ୍କୁ କୃଷି ଜାଗରଣ ଦ୍ୱାରା ନିଆଯାଇଥିବା ସ୍ୱତନ୍ତ୍ର ପଦକ୍ଷେପ ' ମିଲେନିୟର୍ ଫାର୍ମର ଅଫ୍ ଇଣ୍ଡିଆ' ପୁରସ୍କାର ବିଷୟରେ ମଧ୍ୟ ଅବଗତ କରାଯାଉଛି । ଯାହାଫଳରେ କୃଷକମାନେ MFOI ବିଷୟରେ ଅଧିକ ଜାଣିପାରିବେ l ଏହା ସହିତ, ସମ୍ରିଦ୍ଧ କିସାନ୍ ଉତ୍ସବ ସମୟରେ ଚାଷ କ୍ଷେତ୍ରରେ ଉତ୍କୃଷ୍ଟ କାର୍ଯ୍ୟ କରୁଥିବା କୋଟିପତି ଏବଂ ପ୍ରଗତିଶୀଳ କୃଷକଙ୍କୁ ମଧ୍ୟ ସମ୍ମାନିତ କରାଯାଉଛି l ସମ୍ରିଦ୍ଧ କିସାନ ଉତ୍ସବ ହେଉଛି ଏକ ଦିବସୀୟ କୃଷି ମେଳା l
ମଧ୍ୟପ୍ରଦେଶରେ ସମ୍ରିଦ୍ଧ କିସାନ ଉତ୍ସବ :-
ଏକ ଦିବସୀୟ କୃଷି ମେଳା ଯାହାର ନାମ ସମ୍ରିଦ୍ଧ କିସାନ ଉତ୍ସବ ମଧ୍ୟପ୍ରଦେଶରେ ଆୟୋଜିତ ହେବାକୁ ଯାଉଛି l ଏହି ରାଜ୍ୟର ୩ ଟି ସ୍ଥାନରେ ଏହି କୃଷି ମେଳା ଆୟୋଜିତ ହେବାକୁ ଯାଉଛି କୃଷି ଜାଗରଣ ଦ୍ୱାରା l ଚଳିତ ମାସ ଜୁନରେ ୧୦ , ୧୫ ଏବଂ ୧୯ ତାରିଖରେ ଏହା ଆୟୋଜିତ ହେବାକୁ ଯାଉଛି l ଗୱାଲିଅର୍ , ଭୋପାଲ ଏବଂ ଦେୱାସ ଭଳି ସ୍ଥାନରେ ଏହା ଆୟୋଜିତ ହେବ l ଗୱାଲିଅର୍ ରେ ଜୁନ ୧୦ ତାରିଖ , ଭୋପାଲରେ ଜୁନ ୧୫ ତାରିଖରେ ଏବଂ ଦେୱାସ ରେ ଜୁନ ୧୯ ତାରିଖ କୃଷି ଜାଗରଣ ଦ୍ୱାରା ଏହି କାର୍ଯ୍ୟକ୍ରମ ଆୟୋଜିତ କରାଯାଉଛି l ଚାଷୀଙ୍କୁ ତାଙ୍କ ଦକ୍ଷ କୃଷି କାର୍ଯ୍ୟ ପାଇଁ ସମ୍ମାନିତ ମଧ୍ୟ କରାଯିବ l ଏହି ସ୍ଥାନରେ ଅବସ୍ଥିତ କୃଷି ବିଜ୍ଞାନ କେନ୍ଦ୍ରର ସହଯୋଗରେ ଏହା ପରିଚାଳିତ ହେବ l
ଯୋଗଦେବା ପାଇଁ କ'ଣ କରିବେ ?
କୃଷକ, କୃଷି କମ୍ପାନୀ ଏବଂ କୃଷି କ୍ଷେତ୍ର ସହିତ ଜଡିତ ଅନ୍ୟମାନେ ମଧ୍ୟ MFOI ୨୦୨୪ ପୁରସ୍କାର ଏବଂ MFOI ସମ୍ରିଦ୍ଧ କିସାନ୍ ଉତ୍ସବ ୨୦୨୪ ର ଏକ ଅଂଶ ଗ୍ରହଣ କରିପାରିବେ l ଏଥିପାଇଁ କୃଷି ଜାଗରଣ ତୁମ ସମସ୍ତଙ୍କୁ ନିମନ୍ତ୍ରଣ କରୁଛି l MFOI ୨୦୨୪ କିମ୍ବା Samridh Kisan Utsav କାର୍ଯ୍ୟକ୍ରମରେ ନିଜ ଷ୍ଟଲ୍ ବୁକିଂ ପାଇଁ କିମ୍ବା ଯେକୌଣସି ପ୍ରକାରର ପ୍ରାୟୋଜକ ପାଇଁ, ଆପଣ କୃଷି ଜାଗରଣ ସହିତ ଯୋଗାଯୋଗ କରିପାରିବେ l ଏହି ସମୟରେ, ପୁରସ୍କାର ଶୋ କିମ୍ବା ଅନ୍ୟ କୌଣସି ପ୍ରୋଗ୍ରାମ ସହିତ ଜଡିତ ସୂଚନା ପାଇଁ, ଏହି ଗୁଗୁଲ୍ ଫର୍ମ ପୂରଣ କରନ୍ତୁ- https://forms.gle/sJdL4yWVaCpg838y6 l ଅଧିକ ସୂଚନା ପାଇଁ MFOI ର ଅଫିସିଆଲ୍ ୱେବସାଇଟ୍ https://millionairefarmer.in/ ପରିଦର୍ଶନ କରନ୍ତୁ l ଏହା ବ୍ୟତୀତ, ଆପଣ ଦିଆଯାଇଥିବା ନମ୍ବରକୁ ମଧ୍ୟ କଲ କରିପାରିବେ - ଶୁଭ୍ର ମହାନ୍ତି : 971 883 8998 , ମେଘା ଶର୍ମା : 989 166 8292 , ହର୍ଷ କପୁର: 989 172 4466 l
ଅଧିକ ପଢ଼ନ୍ତୁ