News

ରାଜସ୍ଥାନ ଯୋଧପୁରରେ ଆୟୋଜିତ ହେଲା ସମ୍ରିଦ୍ଧ କିସାନ ଉତ୍ସବ

ଉତ୍ପାଦନ ବୃଦ୍ଧି ପାଇଁ ପରିକଳ୍ପିତ କରିଥାଏ ନୂଆ ସ୍ବପ୍ନ...

26 June, 2024 3:51 PM IST By: Tanushree Mahapatra

ରାଜସ୍ଥାନର ଯୋଧପୁରରେ କୃଷି ଜାଗରଣ ଦ୍ୱାରା ସମ୍ରିଦ୍ଧ କିସାନ ଉତ୍ସବ ଆୟୋଜନ କରାଯାଇଥିଲା l ଯାହା  ଅଦ୍ଭୁତ ସଫଳତା ପାଇଛି l ମହିନ୍ଦ୍ରା ଟ୍ରାକ୍ଟର ଦ୍ୱାରା ପ୍ରାୟୋଜିତ, ଧାନୁକା ଏଗ୍ରିଟେକ୍ ଲିମିଟେଡ୍ ସହଯୋଗରେ ଏବଂ ନଲେଜ ପାର୍ଟନର ଭାବେ ଭାରତୀୟ କୃଷି ଅନୁସନ୍ଧାନ ଏହି ଏକ ଦିବସୀୟ ମେଳାରେ ସାମିଲ ହୋଇଛନ୍ତି l ପ୍ରଗତିଶୀଳ କୃଷକଙ୍କୁ ପ୍ରମାଣପତ୍ର ସହିତ ସମ୍ମାନିତ କରାଯାଇଥିଲା ଏହି ଏକ ଦିବସୀୟ କୃଷି ମେଳାରେ l କୃଷି କ୍ଷେତ୍ରରେ ପ୍ରଗତି ଏବଂ କୃଷି ସମୃଦ୍ଧତାକୁ ଆଗକୁ ନେବା ପାଇଁ ଏହା ଆଶା ପ୍ରକଟ କରିଛି l ଏଠାରେ ଅନେକ ଚାଷୀ ଉପସ୍ଥିତ ଥିଲେ ଯାହାଙ୍କୁ ମହିନ୍ଦ୍ରା କମ୍ପାନୀର କର୍ମଚାରୀ ଟ୍ରାକ୍ଟର ସମ୍ବନ୍ଧୀୟ ସମସ୍ତ ତଥ୍ୟ ପ୍ରଦାନ କରିଥିଲେ l

ଏହି ମେଳାରେ ପଚରାମ ବିଷ୍ଣୋଇ ( Up jila parmukh), ଶ୍ରବଣ କୁମାର ବିଷ୍ଣୋଇ ( Sarpanch jan partinidi) , ଭୀମ ସିଂ (Sarpanch), କାନସିଂ ରାଠୋର( ex sarpanch ) , ପ୍ରତାପରାମ ( Asst. Agriculture officer) , ପ୍ରତାପ ସିଂ( Asst.Agriculture Officer), ଏମ.ଆର. ସାଇନି ( Zonal Manager dhanuka agri tech limited ) , ଭାରତ ବେନିୱାଲ ( territory Manager Mahindra ) ଉପସ୍ଥିତ ଥିଲେ l

କୃଷି ସମ୍ବନ୍ଧୀୟ ନୂତନ କୌଶଳ ସହିତ କୃଷି ସମ୍ବନ୍ଧୀୟ ସୂଚନା ଏବଂ ଚାଷୀଙ୍କ ଧାରଣା ମଧ୍ୟ ବାଣ୍ଟିପାରିବେ ଅନ୍ୟ ଚାଷୀଙ୍କ ସହିତ l ସେହି ଉଦ୍ଦେଶ୍ୟ ନେଇ ଏହି ମେଳା ଆୟୋଜନ କରାଯାଉଛି କୃଷି ଜାଗରଣ ଦ୍ୱାରା l ଏହା ବ୍ୟତୀତ ସମ୍ରିଦ୍ଧ କିସାନ ଉତ୍ସବରେ କୃଷକମାନଙ୍କୁ କୃଷି ଜାଗରଣ ଦ୍ୱାରା ନିଆଯାଇଥିବା ସ୍ୱତନ୍ତ୍ର ପଦକ୍ଷେପ ' ମିଲେନିୟର୍ ଫାର୍ମର ଅଫ୍ ଇଣ୍ଡିଆ' ପୁରସ୍କାର ବିଷୟରେ ମଧ୍ୟ ଅବଗତ କରାଯାଉଛି । ଯାହାଫଳରେ କୃଷକମାନେ MFOI ବିଷୟରେ ଅଧିକ ଜାଣିପାରିବେ l

ମହିନ୍ଦ୍ରା ଟ୍ରାକ୍ଟର ପ୍ରଦର୍ଶିତ କାର୍ଯ୍ୟକ୍ରମ :-

ଏହି କାର୍ଯ୍ୟକ୍ରମର ମୁଖ୍ୟ ଆକର୍ଷଣ ହେଉଛି ମହିନ୍ଦ୍ରା ଟ୍ରାକ୍ଟରଗୁଡିକର ସର୍ବଶେଷ ଅଫର୍, ଯାହା ଚାଷ ପ୍ରଣାଳୀରେ ବୈପ୍ଲବିକ ଏବଂ ଉତ୍ପାଦନ ବୃଦ୍ଧି ପାଇଁ ପରିକଳ୍ପିତ କରିଥାଏ ନୂଆ ସ୍ବପ୍ନକୁ l ଏହି କାର୍ଯ୍ୟକ୍ରମରେ ଯୋଗଦେଉଥିବା କୃଷକମାନେ ନିଜ କ୍ଷେତ୍ରରେ ସର୍ବୋଚ୍ଚ ଫଳାଫଳ ପାଇଁ ଟ୍ରାକ୍ଟର ବ୍ୟବହାରକୁ ଅପ୍ଟିମାଇଜ୍ କରିବା ପାଇଁ ପ୍ରଦର୍ଶନ ଏବଂ ବିଶେଷଜ୍ଞଙ୍କ ମାର୍ଗଦର୍ଶନ ପାଇଥିଲେ l

'MFOI ସମ୍ରିଦ୍ଧ କିସାନ୍ ଉତ୍ସବ' କୋଟିପତି ଚାଷୀଙ୍କ ଉଲ୍ଲେଖନୀୟ ସଫଳତାକୁ ସମ୍ମାନିତ କରେ, ଯାହାର ଉତ୍ସର୍ଗ କୃଷି କ୍ଷେତ୍ରକୁ ଆଗକୁ ନେବାରେ ସାହାଯ୍ୟ କରୁଛି । ଅତିରିକ୍ତ ଭାବରେ, ପ୍ରଗତିଶୀଳ କୃଷକମାନେ କୃଷି କ୍ଷେତ୍ରରେ ନୂତନତ୍ୱ ଏବଂ ସ୍ଥିରତା ଦିଗରେ ସେମାନଙ୍କର ଅବଦାନ ପାଇଁ ସ୍ୱୀକୃତି ପାଇବେ ଯାହା କୃଷି କ୍ଷେତ୍ରରେ ଆଣିବ ବୈପ୍ଲବିକ ପରିବର୍ତ୍ତନ l ନିଜ ଚାଷ ପ୍ରଣାଳୀ ବିଷୟରେ ଆଲୋଚନା କରିବାର ମଉକା ପାଇଛନ୍ତି ଚାଷୀ l ନୂତନ ଜ୍ଞାନକୌଶଳ ଜାଣିବାରେ ସକ୍ଷମ ହେଉଛନ୍ତି ଚାଷୀ ଯାହା ତାଙ୍କ ଅମଳ ଓ ଆୟ ଦୁହିଁଙ୍କୁ ଦ୍ଵିଗୁଣ କରିବ l

ଯୋଗଦେବା ପାଇଁ କ'ଣ କରିବେ ?

କୃଷକ, କୃଷି କମ୍ପାନୀ ଏବଂ କୃଷି କ୍ଷେତ୍ର ସହିତ ଜଡିତ ଅନ୍ୟମାନେ ମଧ୍ୟ MFOI ୨୦୨୪ ପୁରସ୍କାର ଏବଂ MFOI ସମ୍ରିଦ୍ଧ କିସାନ୍ ଉତ୍ସବ ୨୦୨୪ ର ଏକ ଅଂଶ ଗ୍ରହଣ କରିପାରିବେ l ଏଥିପାଇଁ କୃଷି ଜାଗରଣ ତୁମ ସମସ୍ତଙ୍କୁ ନିମନ୍ତ୍ରଣ କରୁଛି l MFOI ୨୦୨୪ କିମ୍ବା Samridh Kisan Utsav କାର୍ଯ୍ୟକ୍ରମରେ ନିଜ ଷ୍ଟଲ୍ ବୁକିଂ ପାଇଁ କିମ୍ବା ଯେକୌଣସି ପ୍ରକାରର ପ୍ରାୟୋଜକ ପାଇଁ, ଆପଣ କୃଷି ଜାଗରଣ ସହିତ ଯୋଗାଯୋଗ କରିପାରିବେ l ଏହି ସମୟରେ, ପୁରସ୍କାର ଶୋ କିମ୍ବା ଅନ୍ୟ କୌଣସି ପ୍ରୋଗ୍ରାମ ସହିତ ଜଡିତ ସୂଚନା ପାଇଁ, ଏହି ଗୁଗୁଲ୍ ଫର୍ମ ପୂରଣ କରନ୍ତୁ- https://forms.gle/sJdL4yWVaCpg838y6  l ଅଧିକ ସୂଚନା ପାଇଁ MFOI ର ଅଫିସିଆଲ୍ ୱେବସାଇଟ୍  https://millionairefarmer.in/  ପରିଦର୍ଶନ କରନ୍ତୁ l

For collaboration, partnership and sponsorship connect:-
Anika Bassi : 93542 19435
Megha Sharma : 9891668292
Poonam Biswakarma : 98188936522

କୃଷି-ସାମ୍ବାଦିକତା ପ୍ରତି ଆପଣଙ୍କ ସମର୍ଥନ ଦେଖାନ୍ତୁ

ପ୍ରିୟ ବନ୍ଧୁଗଣ, ଆମର ପାଠକ ହୋଇଥିବାରୁ ଆପଣଙ୍କୁ ଧନ୍ୟବାଦ । କୃଷି ସାମ୍ବାଦିକତାକୁ ଆଗକୁ ବଢ଼ାଇବା ପାଇଁ ଆପଣଙ୍କ ଭଳି ପାଠକ ଆମପାଇଁ ପ୍ରେରଣା । ଉଚ୍ଚମାନର କୃଷି ସାମ୍ବାଦିକତା ଯୋଗାଇଦେବାପାଇଁ ଏବଂ ଗ୍ରାମୀଣ ଭାରତର ପ୍ରତିଟି କୋଣରେ କୃଷକ ଓ ଲୋକଙ୍କ ପାଖରେ ପହଞ୍ଚିବା ପାଇଁ ଆମେ ଆପଣଙ୍କ ସମର୍ଥନ ଦରକାର କରୁଛୁ ।

ଆମ ଭବିଷ୍ୟତ ପାଇଁ ଆପଣଙ୍କ ପ୍ରତିଟି ଅର୍ଥଦାନ ମୂଲ୍ୟବାନ

ଏବେ ହିଁ କିଛି ଅର୍ଥଦାନ ନିଶ୍ଚୟ କରନ୍ତୁ (Contribute Now)