News

ସମ୍ବଲପୁର କୃଷି ବିଜ୍ଞାନ କେନ୍ଦ୍ରରେ ଆୟୋଜିତ ହେଲା ସମ୍ରିଦ୍ଧ କିସାନ ଉତ୍ସବ

ସମ୍ବଲପୁର କୃଷି ବିଜ୍ଞାନ କେନ୍ଦ୍ରରେ ଆୟୋଜିତ ହୋଇଥିଲା କୃଷି ଜାଗରଣ ଦ୍ୱାରା ସମ୍ରିଦ୍ଧ କିସାନ ଉତ୍ସବ l

15 July, 2024 5:34 PM IST By: Tanushree Mahapatra

ଆଜି ସମ୍ବଲପୁର କୃଷି ବିଜ୍ଞାନ କେନ୍ଦ୍ରରେ ( At - garmunda , po - C.A chipilima) ଆୟୋଜିତ ହୋଇଥିଲା କୃଷି ଜାଗରଣ ଦ୍ୱାରା ସମ୍ରିଦ୍ଧ କିସାନ ଉତ୍ସବ l ଯାହାର ମୁଖ୍ୟ ପ୍ରାୟୋଜକ ରହିଛି ମହିନ୍ଦ୍ରା ଟ୍ରାକ୍ଟରସ l ଜେସିବି, ସୋମନି ସିଡ୍ସ ଏବଂ ICAR ର ସମ୍ପୂର୍ଣ୍ଣ ସହଯୋଗ ରହିଛି ଏହି ଏକ ଦିବସୀୟ କୃଷି ମେଳାକୁ l ଏହି ଏକ ଦିବସୀୟ କୃଷି ମେଳାକୁ ସମ୍ବଲପୁର କୃଷି ବିଜ୍ଞାନ କେନ୍ଦ୍ରର ସମ୍ପୂର୍ଣ୍ଣ ସହଯୋଗ ରହିଛି l କୃଷି ଜାଗରଣ ଦ୍ୱାରା ଆୟୋଜିତ ହୋଇଥିବା MFOI ୨୦୨୩ ପୁରସ୍କାର ଆୱାର୍ଡ ସୋ ସଫଳ ହେବାପରେ ଏହି ପୁରସ୍କାର ସୋ ଅଧୀନରେ ଦୁଇଟି ନୂଆ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା l ଯାହାର ନାମ ରହିଥିଲା " ସମ୍ରିଦ୍ଧ କିସାନ ଉତ୍ସବ " ଏବଂ " MFOI VVIF କିସାନ ଭାରତ ଯାତ୍ରା " l

କୃଷି ସମ୍ବନ୍ଧୀୟ ନୂତନ କୌଶଳ ସହିତ କୃଷି ସମ୍ବନ୍ଧୀୟ ସୂଚନା ପାଇପାରିବେ ଏବଂ ଚାଷୀ ସେମାନଙ୍କର ଧାରଣା ମଧ୍ୟ ବାଣ୍ଟିପାରିବେ ଅନ୍ୟ ଚାଷୀଙ୍କ ସହିତ l ଏହା ବ୍ୟତୀତ ସମ୍ରିଦ୍ଧ କିସାନ ଉତ୍ସବରେ କୃଷକମାନଙ୍କୁ କୃଷି ଜାଗରଣ ଦ୍ୱାରା ନିଆଯାଇଥିବା ସ୍ୱତନ୍ତ୍ର ପଦକ୍ଷେପ ' ମିଲେନିୟର୍ ଫାର୍ମର ଅଫ୍ ଇଣ୍ଡିଆ' ପୁରସ୍କାର ବିଷୟରେ ମଧ୍ୟ ଅବଗତ କରାଯାଉଛି । ଯାହାଫଳରେ କୃଷକମାନେ MFOI ବିଷୟରେ ଅଧିକ ଜାଣିପାରିବେ l ଏହା ସହିତ, ସମ୍ରିଦ୍ଧ କିସାନ୍ ଉତ୍ସବ ସମୟରେ ଚାଷ କ୍ଷେତ୍ରରେ ଉତ୍କୃଷ୍ଟ କାର୍ଯ୍ୟ କରୁଥିବା କୋଟିପତି ଏବଂ ପ୍ରଗତିଶୀଳ କୃଷକଙ୍କୁ ମଧ୍ୟ ସମ୍ମାନିତ କରାଯାଇଥିଲା କୃଷି ଜାଗରଣ ତରଫରୁ l ସମ୍ରିଦ୍ଧ କିସାନ ଉତ୍ସବ ହେଉଛି ଏକ ଦିବସୀୟ କୃଷି ମେଳା ଯାହା l

ଆଜିର ଏହି ଏକ ଦିବସୀୟ କୃଷି ମେଳାରେ ୨୦୦ ରୁ ଅଧିକ ଚାଷୀ ସାମିଲ ହୋଇଥିଲେ l ସମ୍ବଲପୁର କୃଷି ବୈଜ୍ଞାନିକଙ୍କ ସହିତ ବିନୀତ କୁମାର ଯାଦବ (Territory Manager, Mahindra Tractors) ଏବଂ ଅରକ୍ଷିତ ସାହୁ (Asst. Manager, JCB Construction Equipment) ଉପସ୍ଥିତ ଥିଲେ l ଚାଷୀଙ୍କ ସହିତ ନିଜ କମ୍ପାନୀର ନୂତନ କୃଷି ଯନ୍ତ୍ରପାତି ବିଷୟରେ ଆଲୋଚନା କରିଥିଲେ l ଆପଣ ମଧ୍ୟ ଏହି କୃଷି ମେଳାରେ ସାମିଲ ହୋଇ ପାରିବେ l

ଯୋଗଦେବା ପାଇଁ କ'ଣ କରିବେ ?

କୃଷକ, କୃଷି କମ୍ପାନୀ ଏବଂ କୃଷି କ୍ଷେତ୍ର ସହିତ ଜଡିତ ଅନ୍ୟମାନେ ମଧ୍ୟ MFOI ୨୦୨୪ ପୁରସ୍କାର ଏବଂ MFOI ସମ୍ରିଦ୍ଧ କିସାନ୍ ଉତ୍ସବ ୨୦୨୪ ରେ ଅଂଶ ଗ୍ରହଣ କରିପାରିବେ l ଏଥିପାଇଁ କୃଷି ଜାଗରଣ ତୁମ ସମସ୍ତଙ୍କୁ ନିମନ୍ତ୍ରଣ କରୁଛି l MFOI ୨୦୨୪ କିମ୍ବା Samridh Kisan Utsav କାର୍ଯ୍ୟକ୍ରମରେ ନିଜ ଷ୍ଟଲ୍ ବୁକିଂ ପାଇଁ କିମ୍ବା ଯେକୌଣସି ପ୍ରକାରର ପ୍ରାୟୋଜକ ପାଇଁ, ଆପଣ କୃଷି ଜାଗରଣ ସହିତ ଯୋଗାଯୋଗ କରିପାରିବେ l ଅନ୍ୟାନ୍ୟ ପୁରସ୍କାର ଶୋ କିମ୍ବା ଅନ୍ୟ କୌଣସି ପ୍ରୋଗ୍ରାମ ସହିତ ଜଡିତ ସୂଚନା ପାଇଁ, ଏହି ଗୁଗୁଲ୍ ଫର୍ମ ପୂରଣ କରନ୍ତୁ- https://forms.gle/sJdL4yWVaCpg838y6   l ଅଧିକ ସୂଚନା ପାଇଁ MFOI ର ଅଫିସିଆଲ୍ ୱେବସାଇଟ୍ https://millionairefarmer.in/   ପରିଦର୍ଶନ କରନ୍ତୁ l

ଅଧିକ ପଢ଼ନ୍ତୁ

ରାଜ୍ୟ ସ୍ତରରେ ଆୟୋଜିତ ହେଲା ଚତୁର୍ଥ ପଞ୍ଚଗବ୍ୟ ସେମିନାର

ତାମିଲନାଡ଼ୁରେ ଆୟୋଜିତ ହେଲା ସମ୍ରିଦ୍ଧ କିସାନ ଉତ୍ସବ

କୃଷି-ସାମ୍ବାଦିକତା ପ୍ରତି ଆପଣଙ୍କ ସମର୍ଥନ ଦେଖାନ୍ତୁ

ପ୍ରିୟ ବନ୍ଧୁଗଣ, ଆମର ପାଠକ ହୋଇଥିବାରୁ ଆପଣଙ୍କୁ ଧନ୍ୟବାଦ । କୃଷି ସାମ୍ବାଦିକତାକୁ ଆଗକୁ ବଢ଼ାଇବା ପାଇଁ ଆପଣଙ୍କ ଭଳି ପାଠକ ଆମପାଇଁ ପ୍ରେରଣା । ଉଚ୍ଚମାନର କୃଷି ସାମ୍ବାଦିକତା ଯୋଗାଇଦେବାପାଇଁ ଏବଂ ଗ୍ରାମୀଣ ଭାରତର ପ୍ରତିଟି କୋଣରେ କୃଷକ ଓ ଲୋକଙ୍କ ପାଖରେ ପହଞ୍ଚିବା ପାଇଁ ଆମେ ଆପଣଙ୍କ ସମର୍ଥନ ଦରକାର କରୁଛୁ ।

ଆମ ଭବିଷ୍ୟତ ପାଇଁ ଆପଣଙ୍କ ପ୍ରତିଟି ଅର୍ଥଦାନ ମୂଲ୍ୟବାନ

ଏବେ ହିଁ କିଛି ଅର୍ଥଦାନ ନିଶ୍ଚୟ କରନ୍ତୁ (Contribute Now)