News

PMAY: ଖୁବ ଶୀଘ୍ର ଓଡ଼ିଶାର ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ଘର, ୭ ହଜାର କୋଟି ବ୍ୟୟବରାଦ

ଖୁବ ଶୀଘ୍ର ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଓଡ଼ିଶାର ଯୋଗ୍ୟ ହିତାଧିକାରୀଙ୍କୁ ସାମିଲ କରାଯିବ। ଓଡ଼ିଶାର ଭାଗ ରହିଛି ପ୍ରାୟ ୭ ହଜାର କୋଟି ଟଙ୍କା ।

12 August, 2022 11:13 AM IST By: Shuvanshu Kar

ଖୁବ ଶୀଘ୍ର ପ୍ରଧାନମନ୍ତ୍ରୀ ଆବାସ ଯୋଜନା(Pradhan Mantri Awas Yojana )ରେ ଓଡ଼ିଶାର ଯୋଗ୍ୟ ହିତାଧିକାରୀଙ୍କୁ ସାମିଲ କରିବା ପାଇଁ ବାଟ ଫିଟିଛି । ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ(Union Minister Dharmendra Pradhan) । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ସବୁ ଗରିବଙ୍କ ମୁଣ୍ଡ ଉପରେ ସମ୍ମାନର ସହ ପକ୍କା ଘର ପ୍ରଦାନ କରିବାର ଲକ୍ଷ୍ୟ ରଖିଛନ୍ତି ।

୨୦୨୨-୨୩ ଆର୍ଥିକ ବର୍ଷରେ ଭାରତ ସରକାର ପିଏମ୍ ଗ୍ରାମୀଣ ଓ ସହରୀ ଆବାସ ଯୋଜନା ପାଇଁ ୪୮ ହଜାର କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି । ସେଥିମଧ୍ୟରୁ ଓଡ଼ିଶାର ଭାଗ ରହିଛି ପ୍ରାୟ ୭ ହଜାର କୋଟି ଟଙ୍କା । ଏଥିପାଇଁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ଧର୍ମେନ୍ଦ୍ର ।

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ପିଏମ ଆବାସ ଯୋଜନା ପୋର୍ଟାଲରେ ଯୋଗ୍ୟ ହିତାଧିକାରୀଙ୍କ ପାଇଁ ପ୍ରାୟ ୮ ଲକ୍ଷ ଘର ଯୋଡ଼ାଯିବ । ଏହା ବ୍ୟତିତ ଫନୀରେ କ୍ଷତିଗ୍ରସ୍ତ ଅଞ୍ଚଳ ପାଇଁ ଲକ୍ଷାଧିକ ଘର ପ୍ରଦାନ କରାଯିବ । ଏସବୁକୁ ମିଶାଇଲେ ଆଗାମୀ ଦିନରେ ଓଡ଼ିଶାରେ ପ୍ରାୟ ୧୦ ଲକ୍ଷ ଘର ନିର୍ମାଣ କରାଯିବାର ଯୋଜନା ରହିଛି । ସେହିପରି ଭୂମିହୀନଙ୍କୁ ପକ୍କା ଘର ଦେବା ପାଇଁ ପ୍ରଧାନମନ୍ତ୍ରୀ ମୋଦି ବିଶେଷ ପ୍ରାଥମିକତା ଦେଉଛନ୍ତି । ପିଏମ୍ ଆବାସ୍ ଯୋଜନାରେ ଉଭୟ ଗାଁ ଓ ସହର ପାଇଁ ଅଧିକରୁ ଅଧିକ ଘର ନିର୍ମାଣ ପାଇଁ ଅର୍ଥ ମିଳିଲେ ରାଜ୍ୟର ଗରିବ, ପଛୁଆ ଓ ଆଦିବାସୀ ଅଞ୍ଚଳର ଅଧିବାସୀମାନେ ଉପକୃତ ହେବେ ।

୨୦୧୮ରେ ଆବାସ ପ୍ଲସ ପୋର୍ଟାଲ ଖୋଳାଯାଇଥିବା ବେଳେ ରାଜ୍ୟ ସରକାର ଯୋଗ୍ୟ ହିତାଧିକାରୀଙ୍କ ସଠିକ୍ ତାଲିକା ପ୍ରଦାନ କରିପାରିନଥିଲେ । ପରବର୍ତ୍ତୀ ସମୟରେ ଓଡ଼ିଶାରେ ଫୋନୀ ବାତ୍ୟା ଯୋଗୁଁ ବ୍ୟାପକ କ୍ଷୟକ୍ଷତି ହୋଇଥିଲା । ଏହା ପରେ ମଧ୍ୟ ରାଜ୍ୟ ସରକାରଙ୍କୁ ଦିଆଯାଇଥିବା ତାଲିକାରେ ତ୍ରୁଟି ଦେଖାଯିବା ସହ ଘର ନିର୍ମାଣରେ ଅନିୟମିତତା ଅଭିଯୋଗ ଆସିଥିଲା । ଭାରତ ସରକାର ମଧ୍ୟ ଏ ଦିଗରେ ରାଜ୍ୟ ସରକାରଙ୍କୁ ପ୍ରଶ୍ନ କରିଥିଲେ । ଏ ସବୁ ବିଷୟକୁ ନେଇ ଏକ ବୈଠକରେ ବିସ୍ତୁତ ଆଲୋଚନା କରାଯାଇଛି ।

ଭାରତ ସରକାର ଟଙ୍କା ପଠାଉଥିଲେ ମଧ୍ୟ ପିଏମ ଘର କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇପାରୁନାହିଁ । ଆବାସ ପ୍ଲସ ପୋର୍ଟାଲରେ ଓଡ଼ିଶା ସରକାରଙ୍କ ବିଭାଗୀୟ ମନ୍ତ୍ରୀ ପ୍ରଦୀପ ଅମାତଙ୍କ ନିଜସ୍ୱ ଜିଲ୍ଲାରେ କୌଣସି ଗୃହ ଆବଣ୍ଟନ କରାଯାଇନାହିଁ । ପିଏମ ଆବାସ ଯୋଜନା ଅନ୍ତର୍ଗତ ନାମାଙ୍କନ ପ୍ରକ୍ରିୟା ଠାରୁ ଆରମ୍ଭ କରି ଯୋଗ୍ୟ ହିତାଧିକାରୀ ଚୟନ, ଅନ୍ୟାନ୍ୟ ଅନୁଷଙ୍ଗିକ ପ୍ରକ୍ରିୟା ତଥା ସ୍ୱଚ୍ଛ ଓ ପାରଦର୍ଶୀ ଉପାୟରେ ଏହି ଯୋଜନାର କ୍ରିୟାନ୍ୱୟନ ସହ ଅଧା ନିର୍ମାଣ ହୋଇ ପଡ଼ି ରହିଥିବା ଘରକୁ ଶୀଘ୍ର ସମ୍ପୂର୍ଣ୍ଣ କରିବା ଦିଗରେ ଅନୁଷ୍ଠିତ ବୈଠକ ଫଳପ୍ରଦ ହୋଇଛି ।

ବିଢିଲା PMAY-U ଅବଧି, ନିର୍ମାଣ ହେବ ୧୨୨.୬୯ ଲକ୍ଷ ଘର

PMAY-Urban Mission: ୧୦୩୬ କୋଟି ଟଙ୍କାର କେନ୍ଦ୍ରୀୟ ସହାୟତା

କୃଷି-ସାମ୍ବାଦିକତା ପ୍ରତି ଆପଣଙ୍କ ସମର୍ଥନ ଦେଖାନ୍ତୁ

ପ୍ରିୟ ବନ୍ଧୁଗଣ, ଆମର ପାଠକ ହୋଇଥିବାରୁ ଆପଣଙ୍କୁ ଧନ୍ୟବାଦ । କୃଷି ସାମ୍ବାଦିକତାକୁ ଆଗକୁ ବଢ଼ାଇବା ପାଇଁ ଆପଣଙ୍କ ଭଳି ପାଠକ ଆମପାଇଁ ପ୍ରେରଣା । ଉଚ୍ଚମାନର କୃଷି ସାମ୍ବାଦିକତା ଯୋଗାଇଦେବାପାଇଁ ଏବଂ ଗ୍ରାମୀଣ ଭାରତର ପ୍ରତିଟି କୋଣରେ କୃଷକ ଓ ଲୋକଙ୍କ ପାଖରେ ପହଞ୍ଚିବା ପାଇଁ ଆମେ ଆପଣଙ୍କ ସମର୍ଥନ ଦରକାର କରୁଛୁ ।

ଆମ ଭବିଷ୍ୟତ ପାଇଁ ଆପଣଙ୍କ ପ୍ରତିଟି ଅର୍ଥଦାନ ମୂଲ୍ୟବାନ

ଏବେ ହିଁ କିଛି ଅର୍ଥଦାନ ନିଶ୍ଚୟ କରନ୍ତୁ (Contribute Now)