1. କୃଷି ଖବର

ପ୍ରଧାନମନ୍ତ୍ରୀ ଫସଲ ବୀମା; ଚାଷୀଙ୍କୁ କ୍ଷତିପୂରଣ ପ୍ରଦାନ

ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ବୀମାଭୁକ୍ତ ଚାଷୀମାନଙ୍କୁ କ୍ଷତିପୂରଣ ପାଇଁ ପଦକ୍ଷେପ ନେବାକୁ ବୀମା କମ୍ପାନି, ବ୍ୟାଙ୍କ ଏବଂ ବିଭାଗୀୟ ଅଧିକାରୀଙ୍କୁ କୃଷିମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ନିର୍ଦ୍ଦେଶ ଦେଇଛନ୍ତି ।

Sudesna Nayak
Sudesna Nayak
the prime minister has ordered crop insurance and compensation to the beneficiaries

the prime minister has ordered crop insurance and compensation to the beneficiaries

ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ବୀମାଭୁକ୍ତ ଚାଷୀମାନଙ୍କୁ କ୍ଷତିପୂରଣ ପାଇଁ ପଦକ୍ଷେପ ନେବାକୁ ବୀମା କମ୍ପାନି, ବ୍ୟାଙ୍କ ଏବଂ ବିଭାଗୀୟ ଅଧିକାରୀଙ୍କୁ କୃଷିମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ନିର୍ଦ୍ଦେଶ ଦେଇଛନ୍ତି ।

ସୂଚନା ଅନୁଯାୟୀ, କୃଷିମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଏସଂକ୍ରାନ୍ତରେ ଆୟୋଜିତ ବୈଠକରେ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ ମଧ୍ୟ ଉପସ୍ଥିତି ଥିଲେ । ଝାରସୁଗୁଡ଼ା ଜିଲ୍ଲାର ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାର ହିତାଧିକାରୀ ଚାଷୀ (FARMERS)ଙ୍କୁ ନେଇ ବୈଠକରେ ଆଲୋଚନା ହୋଇଥିଲା । ପାଣିପାଗର ଅନିଶ୍ଚିତତା ଓ ବିଭିନ୍ନ ପ୍ରାକୃତିକ ବିପର୍ଯ୍ୟୟକୁ ଦୃଷ୍ଟିରେ ରଖି ସମସ୍ତ ଚାଷୀ (FARMERS) ଫସଲ ବୀମା ପଞ୍ଜୀକରଣ କରି ନିଜ ଫସଲକୁ ସୁରକ୍ଷିତ ରଖିବା ପାଇଁ କୃଷିମନ୍ତ୍ରୀ କହିଥିଲେ ।

ଏଥିସହିତ ଫସଲ ବୀମାରେ ବୈଷୟିକ ଜ୍ଞାନକୌଶଳ ବିନିଯୋଗ କରି କ୍ଷତି ଆକଳନ ପ୍ରକ୍ରିୟାକୁ ନିର୍ଭୁଲ ଓ ସୁଦୃଢ଼ କରିବା ନେଇ ଗୁରୁତ୍ବ ଦିଆଯାଇଛି । ବୈଠକରେ ସମବାୟ ବିଭାଗର ସଚିବ ସଂଜୀବ କୁମାର ଚଢ଼ା, କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ଏମ୍‌. ମୁଥୁକୁମାର, ସମବାୟ ସମିତି ନିବନ୍ଧକ ଉଦ୍ଧବ ଚରଣ ମାଝୀ, ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କର ପରିଚାଳନା ନିର୍ଦ୍ଦେଶକ ଗୋପବନ୍ଧୁ ଶତପଥୀ, ଅର୍ଥନୀତି ଓ ପରିସଂଖ୍ୟାନ ନିର୍ଦ୍ଦେଶକ ବି.ବି. ନନ୍ଦଙ୍କ ସମେତ ହିଁ ରିଲାଏନ୍ସ ଜିଆଇସି ଲିମିଟେଡ୍‌ର ପ୍ରତିନିଧି, ବିଭାଗୀୟ ବରିଷ୍ଠ ଅଧିକାରୀ, ଝାରସୁଗୁଡ଼ା ଜିଲ୍ଲାର ଲଖନପୁର, କୁଲାବିରା, ଲାଇକେରା, କିରିମିରା ଓ ଝାରସୁଗୁଡ଼ା ବ୍ଲକ୍‌ର ଅନେକ ଚାଷୀ (FARMERS) ମଧ୍ଯ ଉପସ୍ଥିତ ଥିଲେ ।

ପ୍ରକାଶ ଥାଉ ଯେ, ବୈଠକରେ ସମବାୟ ସଚିବ ସଂଜୀବ କୁମାର ଚଢ଼ା, କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ଡ.ଏମ୍. ମୁଥୁକୁମାର ଏବଂ ନିବନ୍ଧକ ସମବାୟ ସମିତି ଉଦ୍ଧବ ଚରଣ ମାଝୀ, ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କର ପରିଚାଳନା ନିର୍ଦ୍ଦେଶକ ଗୋପବନ୍ଧୁ ଶତପଥୀ, ଅର୍ଥନୀତି ଓ ପରିସଂଖ୍ୟାନ ନିର୍ଦ୍ଦେଶକ ଡ. ବି.ବି. ନନ୍ଦଙ୍କ ସମେତ ରିଲାଏନ୍ସ ଜିଆଇସି ଲିମିଟେଡ୍‌ର ପ୍ରତିନିଧି, ବିଭାଗୀୟ ବରିଷ୍ଠ ଅଧିକାରୀ, ଝାରସୁଗୁଡ଼ା ଜିଲ୍ଲାର ଲଖନପୁର, କୁଲାବିରା, ଲାଇକେରା, କିରିମିରା ଓ ଝାରସୁଗୁଡ଼ା ବ୍ଲକ୍‌ର ଅନେକ ଚାଷୀ ହିଁ ଉପସ୍ଥିତ ଥିଲେ ।

ଚାଷୀଙ୍କ ପାଇଁ ଖୁସି ଖବର, ବଢ଼ିଲା ସର୍ବନିମ୍ନ ସହାୟକ ମୂଲ୍ୟ

ନାମ ପଞ୍ଜିକରଣ କରନ୍ତୁ,ସରକାରୀ ଯୋଜନାର ଲାଭ ଉଠାନ୍ତୁ

Like this article?

Hey! I am Sudesna Nayak . Did you liked this article and have suggestions to improve this article? Mail me your suggestions and feedback.

Share your comments