News

କାଳବୈଶାଖୀ:୧୮ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା

ଆଜି ଠାରୁ ଆଗାମୀ ୧୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସହ କାଳବୈଶାଖୀର ସମ୍ଭାବନା ରହିଛି ।

14 April, 2022 12:04 PM IST By: Sudesna Nayak

ଆଜି ଠାରୁ ଆଗାମୀ ୧୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା (RAIN)ସହ କାଳବୈଶାଖୀର ସମ୍ଭାବନା ରହିଛି ।

ସୂଚନା ଅନୁଯାୟୀ, ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ୧୪ ତାରିଖ ଗୁରୁବାର (Thursday)ଅପରାହ୍ନ ସୁଦ୍ଧା ରାଜ୍ୟର ମାଲକାନଗିରି ଜିଲ୍ଲା, କୋରାପୁଟ ଜିଲ୍ଲା, ନବରଙ୍ଗପୁର ଜିଲ୍ଲା, ନୂଆପଡା ଜିଲ୍ଲା, ରାୟଗଡା ଜିଲ୍ଲା, କଳାହାଣ୍ଡି ଜିଲ୍ଲା, କନ୍ଧମାଳ ଜିଲ୍ଲା, କେନ୍ଦୁଝର ଜିଲ୍ଲା ଓ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ଝଡ଼ ବର୍ଷା (RAIN)ଜନିତ କାଳବୈଶାଖୀ ହେବାର ସମ୍ଭାବନା ରହଥିବା ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି । ଏହାକୁ ଦୃଷ୍ଟିରେ ରଖି ଏହି ୯ ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ (Yellow Warning)ଜାରି କରିବା ସହ କାଳବୈଶାଖୀ ସମୟରେ ପଦାକୁ ନ ବାହାରିବା ପାଇଁ ଲୋକଙ୍କୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।

ସେହିପରି ଜାରି ସତର୍କ ସୂଚନା ଅନୁଯାୟୀ ମାଲକାନଗିରି ଜିଲ୍ଲା, କୋରାପୁଟ ଜିଲ୍ଲା, ରାୟଗଡ଼ା ଜିଲ୍ଲା, ଗଜପତି ଜିଲ୍ଲା, ନବରଙ୍ଗପୁର ଜିଲ୍ଲା, ନୂଆପଡା ଜିଲ୍ଲା, କଳାହାଣ୍ଡି ଜିଲ୍ଲା, ସୁନ୍ଦରଗଡ଼ ଜିଲ୍ଲା, କେନ୍ଦୁଝର ଜିଲ୍ଲା, ମୟୂରଭଞ୍ଜ ଜିଲ୍ଲା, ବାଲେଶ୍ୱର ଜିଲ୍ଲା, ଅନୁଗୁଳ ଜିଲ୍ଲା ଓ ଢ଼େଙ୍କାନାଳ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା (RAIN)ବଜ୍ରପାତ ହେବାର ସମ୍ଭାବନା ରହିଛି ।

ଅନ୍ୟ ପକ୍ଷରେ ଓଡ଼ିଶା (ODISHA)ର ଜିଲ୍ଲାଗୁଡ଼ିକରେ ଆସନ୍ତା ୩ ରୁ ୪ ଦିନ ମଧ୍ୟରେ ସର୍ବାଧିକ ତାପମାତ୍ରା (ଦିନର ତାପମାତ୍ରା)ରେ କୌଣସି ବଡ଼ ଧରଣର ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ । ତେବେ, ଆସନ୍ତା ୨ ଦିନ ମଧ୍ୟରେ ଆଭ୍ୟନ୍ତରୀଣ ଓଡିଶା (ODISHA)ର ଜିଲ୍ଲାଗୁଡ଼ିକର ଅନେକ ସ୍ଥାନରେ ଦିନର ତାପମାତ୍ରା ସ୍ୱାଭାବିକ ଠାରୁ ୨ ରୁ ୪ ଡିଗ୍ରି ସେଲସିୟସ ପର୍ଯ୍ୟନ୍ତ ଅଧିକା ରହିପାରେ ।

ଆସନ୍ତା ୨୪ ଘଣ୍ଟା ପାଇଁ ଭୁବନେଶ୍ୱର ଏବଂ ଏହାର ଆଖପାଖ ଅଞ୍ଚଳରେ ଆକାଶ ମୁଖ୍ୟତଃ ସ୍ୱଚ୍ଛ ରହିବା ସହ ଅପରାହ୍ନ/ ସନ୍ଧ୍ୟା ଆଡ଼କୁ ଆକାଶ ଆଂଶିକ ମେଘୁଆ ରହିବ । ସର୍ବାଧିକ ଏବଂ ସର୍ବନିମ୍ନ ତାପମାତ୍ରା ଯଥାକ୍ରମେ ପ୍ରାୟ ୩୮ ଓ ୨୭ ଡିଗ୍ରି ସେଲସିୟସ ରହିବାର ସମ୍ଭାବନା ଅଛି ।

ପ୍ରକାଶ ଥାଉ ଯେ, ଗତକାଲି ରାଜ୍ୟର ସର୍ବାଧିକ ତାପମାତ୍ରା ୪୩ ଡିଗ୍ରି ସେଲସିୟସ ବଲାଙ୍ଗୀର ଓ ସୋନପୁର ଠାରେ ରେକର୍ଡ କରାଯାଇଥିଲା ବେଳେ ଏବଂ ସର୍ବନିମ୍ନ ତାପମାତ୍ରା ୨୨.୮ଡିଗ୍ରି ସେଲସିୟସ କେନ୍ଦୁଝରରେ ରେକର୍ଡ କରାଯାଇଥିଲା ।

ତାତି ଛୁଇଁଲା ୪୩ ଡିଗ୍ରୀ :୧୬ ତାରିଖ ଯାଏଁ ରାଜ୍ୟରେ କାଳବୈଶାଖୀ

ଦିନକୁ ଦିନ ବଢୁଛି ତାତି, ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏସବୁ ଜିଲ୍ଲାରେ ବର୍ଷା

କୃଷି-ସାମ୍ବାଦିକତା ପ୍ରତି ଆପଣଙ୍କ ସମର୍ଥନ ଦେଖାନ୍ତୁ

ପ୍ରିୟ ବନ୍ଧୁଗଣ, ଆମର ପାଠକ ହୋଇଥିବାରୁ ଆପଣଙ୍କୁ ଧନ୍ୟବାଦ । କୃଷି ସାମ୍ବାଦିକତାକୁ ଆଗକୁ ବଢ଼ାଇବା ପାଇଁ ଆପଣଙ୍କ ଭଳି ପାଠକ ଆମପାଇଁ ପ୍ରେରଣା । ଉଚ୍ଚମାନର କୃଷି ସାମ୍ବାଦିକତା ଯୋଗାଇଦେବାପାଇଁ ଏବଂ ଗ୍ରାମୀଣ ଭାରତର ପ୍ରତିଟି କୋଣରେ କୃଷକ ଓ ଲୋକଙ୍କ ପାଖରେ ପହଞ୍ଚିବା ପାଇଁ ଆମେ ଆପଣଙ୍କ ସମର୍ଥନ ଦରକାର କରୁଛୁ ।

ଆମ ଭବିଷ୍ୟତ ପାଇଁ ଆପଣଙ୍କ ପ୍ରତିଟି ଅର୍ଥଦାନ ମୂଲ୍ୟବାନ

ଏବେ ହିଁ କିଛି ଅର୍ଥଦାନ ନିଶ୍ଚୟ କରନ୍ତୁ (Contribute Now)