
Thunderstorms heavy rainfall in odisha
ମେ’୩୦ ଯାଏଁ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ କାଳବୈଶାଖୀ (Thunderstorms) ଲାଗି ରହିବ । ଉପକୂଳ ଓଡ଼ିଶା ସମେତ ଉତ୍ତର ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା (Rain)ପବନ ହୋଇପାରେ ।
ସୂଚନା ଅନୁଯାୟୀ, ବଜ୍ରପାତର ସମ୍ଭାବନା ଅଧିକ ଥିବାରୁ ସତର୍କତା ଅବଲମ୍ବନ କରିବାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର (IMD) ପକ୍ଷରୁ ସତର୍କ କରାଯାଇଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର (IMD)ର ସୂଚନା ମୁତାବକ ଏହି ସମୟ ମଧ୍ୟରେ ପଶ୍ଚିମ ଓଡ଼ିଶାରେ ତାପମାତ୍ରା ଆହୁରି ବଢ଼ିବ । ଆସନ୍ତା ୩ ଦିନ ମଧ୍ୟରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ଦିନର ସର୍ବୋଚ୍ଚ ତାପମାତ୍ରା ୨ ରୁ ୩ ଡିଗ୍ରି ପର୍ଯ୍ୟନ୍ତ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଏହାପରେ ପାଗରେ ସେଭଳି ବଡ଼ଧରଣର ପରିବର୍ତ୍ତନ ହେବ ନାହିଁ ।
ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଅର୍ଧାଧିକ ଜିଲ୍ଲାରେ କାଳବୈଶାଖୀ (Thunderstorms)ର ତାଣ୍ଡବ ଆଶଙ୍କା ଥିବାରୁ ପାଣିପାଗ କେନ୍ଦ୍ର (IMD)ପକ୍ଷରୁ ୟେଲୋ ୱାର୍ଣ୍ଣିଂ (Yellow Warning) ଜାରି ହୋଇଛି । ବାଲେଶ୍ବର ଜିଲ୍ଲା, ଭଦ୍ରକ ଜିଲ୍ଲା, ଯାଜପୁର ଜିଲ୍ଲା, କେନ୍ଦ୍ରାପଡ଼ା ଜିଲ୍ଲା, କଟକ ଜିଲ୍ଲା, ଜଗତ୍ସିଂହପୁର ଜିଲ୍ଲା, ପୁରୀ ଜିଲ୍ଲା, ଖୋର୍ଦ୍ଧା ଜିଲ୍ଲା,ନୟାଗଡ଼ ଜିଲ୍ଲା, ଗଞ୍ଜାମ ଜିଲ୍ଲା, ଗଜପତି ଜିଲ୍ଲା, କେନ୍ଦୁଝର ଜିଲ୍ଲା, ମୟୂରଭଞ୍ଜ ଜିଲ୍ଲା, ଢେଙ୍କାନାଳ ଜିଲ୍ଲା, କନ୍ଧମାଳ ଜିଲ୍ଲା, ଅନୁଗୁଳ ଜିଲ୍ଲା, ମାଲକାନଗିରି ଜିଲ୍ଲା, କୋରାପୁଟ ଜିଲ୍ଲା, ରାୟଗଡ଼ା ଜିଲ୍ଲା, ନବରଙ୍ଗପୁର ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି ।
ପ୍ରକାଶ ଥାଉ ଯେ, ଗତ ୨୪ ଘଣ୍ଟା ମଧ୍ୟରେ ରାୟଗଡ଼ା ଜିଲ୍ଲା, କୋରାପୁଟ ଜିଲ୍ଲା,କନ୍ଧମାଳ ଜିଲ୍ଲା, ବଲାଙ୍ଗୀର ଜିଲ୍ଲା, ନବରଙ୍ଗପୁର ଜିଲ୍ଲା, ଗଜପତି ଜିଲ୍ଲା, ରାୟଗଡ଼ା ଜିଲ୍ଲା, ଗଞ୍ଜାମ ଜିଲ୍ଲାର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା (Rain) ହୋଇଥିବା ନେଇ ପାଣିପାଗ କେନ୍ଦ୍ର (IMD) ପକ୍ଷରୁ କୁହାଯାଇଛି ।
Share your comments