News

ନବଦିନାତ୍ମକ ଯାତ୍ରା ସାରି ବାହୁଡୁଛନ୍ତି ମହାବାହୁ

ଆଜି ସଅଳ ସଅଳ ପହଣ୍ଡିବିଜେ ଆରମ୍ଭ ହୋଇଥିଲା | ପ୍ରଥମେ ଶ୍ରୀସୁଦର୍ଶନଙ୍କ ପହଣ୍ଡି ହୋଇଥିଲା | ଶ୍ରୀସୁଦର୍ଶନଙ୍କ ପରେ ବଡ଼ଠାକୁର ବଳଭଦ୍ର,ଏହା ପରେ ଦେବୀ ସୁଭଦ୍ରା ଓ ଶେ‌ଷରେ ଶ୍ରୀଜଗନ୍ନାଥଙ୍କ ପହଣ୍ଡି ବିଜେ ସରିଥିଲା |

09 July, 2022 3:26 PM IST By: Rajashree

ଆଜି ମହାପ୍ରଭୁଙ୍କ ବାହୁଡା ଯାତ୍ରା( Bahuda yatra) | ନବଦିନାତ୍ମକ ଯାତ୍ରା କରି ଭକ୍ତଜନଙ୍କୁ ଆଡ଼ପ ମଣ୍ଡପରେ ଦୁର୍ଲଭ ଦର୍ଶନ ଦେଇ ଆଜି ଶ୍ରୀଜିଉ ଫେରୁଛନ୍ତି ଜନ୍ମବେଦୀକୁ | ଭୋର୪ଟାରୁ ଠାକୁରଙ୍କ ନୀତିକାନ୍ତି ଆରମ୍ଭ ହୋଇଥିବା ବେଳେ ମଧ୍ୟାହ୍ନ ୧୨ଟାରେ ପହଣ୍ଡି ସରିବାର ନୀତି ନିର୍ଦ୍ଧାରଣ ହୋଇଥିଲା | ଏହାପରେ ତିନି ରଥରେ ଗଜପତି ମହାରାଜ ସୁବର୍ଣ୍ଣଖଡ଼ିକାରେ ଛେରାପହଁରା କରିବା ପରେ ରଥଟଣା କାର୍ଯ୍ୟ ଆରମ୍ଭ ହୋଇଛି( Bahuda yatra) |

ବର୍ତ୍ତମାନ ଭକ୍ତମାନେ ପ୍ରଥମେ ଶ୍ରୀବଳଭଦ୍ରଙ୍କ ତାଳଧ୍ବଜ ରଥ ଟାଣୁଛନ୍ତି | ଆଜି ସଅଳ ସଅଳ ପହଣ୍ଡିବିଜେ ଆରମ୍ଭ ହୋଇଥିଲା | ପ୍ରଥମେ ଶ୍ରୀସୁଦର୍ଶନଙ୍କ ପହଣ୍ଡି ହୋଇଥିଲା | ଶ୍ରୀସୁଦର୍ଶନଙ୍କ ପରେ ବଡ଼ଠାକୁର ବଳଭଦ୍ର,ଏହା ପରେ ଦେବୀ ସୁଭଦ୍ରା ଓ ଶେ‌ଷରେ ଶ୍ରୀଜଗନ୍ନାଥଙ୍କ ପହଣ୍ଡି ବିଜେ ସରିଥିଲା( Bahuda yatra) | ଏହି ସମୟରେ ବଡ଼ଦାଣ୍ଡରେ ଘଣ୍ଟଘଣ୍ଟା ଓ କାହାଳୀ ନାଦରେ ପ୍ରକମ୍ପିତ ହେଉଥିଲା | ଭୋର ୪ଟାରୁ ଠାକୁରଙ୍କ ନୀତିକାନ୍ତି ପରେ ପହଣ୍ଡି ଆରମ୍ଭ ହୋଇଥିଲା |

ବାହୁଡ଼ା ଯାତ୍ରାର( Bahuda yatra) ନୀତି ନିର୍ଘଣ୍ଟ ଅନୁଯାୟୀ, ଶନିବାର ଭୋର ୪ଟାରେ ମଙ୍ଗଳ ଆଳତି, ୪ଟା ୧୫ରେ ମଇଲମ, ସାଢ଼େ ୪ଟାରେ ତଡ଼ପଲାଗି ଓ ରୋଷହୋମ, ୫ଟାରେ ଅବକାଶ, ୫ଟା ୧୫ରେ ସୂର୍ଯ୍ୟପୂଜା, ସାଢ଼େ ୫ଟାରେ ଦ୍ବାରପାଳ ପୂଜା ଓ ବେଶ ଶେଷ ହେବ | ୫ଟା ୪୫ରୁ ୬ଟା ୪୫ ଭିତରେ ଗୋପାଳବଲ୍ଲଭ ଓ ସକାଳଧୂପ(ଖେଚୁଡ଼ି ଭୋଗ) ନୀତି ସମ୍ପନ୍ନ ହେବ | ସକାପୂର୍ବାହ୍ଣ ସାଢ଼େ ୧୧ଟା ସୁଦ୍ଧା ସେନାପଟା ଲାଗି ଶେଷ ପରେ ୧୧ଟା ୪୫ରେ ମଙ୍ଗଳାର୍ପଣ ହୋଇ ବାହୁଡ଼ା ପହଣ୍ଡି ଆରମ୍ଭ ହେବ | ମଧ୍ୟାହ୍ନ ୧୨ଟାରୁ ଅପରାହ୍ଣ ସାଢ଼େ ୨ଟା ଭିତରେ ବାହୁଡ଼ା ପହଣ୍ଡି ( Bahuda yatra)ଶେଷ ପରେ ରଥ ଉପରେ ଅପରାହ୍ଣ ୧ଟାରୁ ସାଢ଼େ ୨ଟା ଭିତରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ବେଶ ଶେଷ ହେବ | ସାଢ଼େ ୨ଟାରୁ ସାଢ଼େ ୩ଟା ଭିତରେ ଛେରାପହଁରା ନୀତି | ଅପରାହ୍ଣ ୩ଟାରୁ ୪ଟା ଭିତରେ ଚାରମାଳ ଫିଟିବା ଓ ଘୋଡ଼ାଲାଗି କାର୍ଯ୍ୟ ସମ୍ପନ୍ନ | ପରେ ଅପରାହ୍ଣ ୪ଟାରେ ରଥଟଣା ଆରମ୍ଭ ହେବା ସ୍ଥିରୀକୃତ ହୋଇଥିଲା |

ସୂଚନାଅନୁଯାୟୀ, ବାହୁଡ଼ା ଯାତ୍ରା ପରେ ଜୁଲାଇ ୧୦ରେ ସୁନାବେଶ ଓ ହରିଶୟନ ନୀତି, ଜୁଲାଇ ୧୧ରେ ଅଧରପଣା ଓ ଗରୁଡ଼ଶୟନ ନୀତି, ଜୁଲାଇ ୧୨ରେ ନୀଳାଦ୍ରୀ ବିଜେ ନୀତି ଅନୁଷ୍ଠିତ ହେବ।

ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା,ଭକ୍ତମୟ ବଡଦାଣ୍ଡ

ଚଣା ବିକୁଛନ୍ତି ପଦ୍ମଶ୍ରୀ

କୃଷି-ସାମ୍ବାଦିକତା ପ୍ରତି ଆପଣଙ୍କ ସମର୍ଥନ ଦେଖାନ୍ତୁ

ପ୍ରିୟ ବନ୍ଧୁଗଣ, ଆମର ପାଠକ ହୋଇଥିବାରୁ ଆପଣଙ୍କୁ ଧନ୍ୟବାଦ । କୃଷି ସାମ୍ବାଦିକତାକୁ ଆଗକୁ ବଢ଼ାଇବା ପାଇଁ ଆପଣଙ୍କ ଭଳି ପାଠକ ଆମପାଇଁ ପ୍ରେରଣା । ଉଚ୍ଚମାନର କୃଷି ସାମ୍ବାଦିକତା ଯୋଗାଇଦେବାପାଇଁ ଏବଂ ଗ୍ରାମୀଣ ଭାରତର ପ୍ରତିଟି କୋଣରେ କୃଷକ ଓ ଲୋକଙ୍କ ପାଖରେ ପହଞ୍ଚିବା ପାଇଁ ଆମେ ଆପଣଙ୍କ ସମର୍ଥନ ଦରକାର କରୁଛୁ ।

ଆମ ଭବିଷ୍ୟତ ପାଇଁ ଆପଣଙ୍କ ପ୍ରତିଟି ଅର୍ଥଦାନ ମୂଲ୍ୟବାନ

ଏବେ ହିଁ କିଛି ଅର୍ଥଦାନ ନିଶ୍ଚୟ କରନ୍ତୁ (Contribute Now)