1. କୃଷି ଖବର

ଆଜି ଚତୁର୍ଦ୍ଧାମୂର୍ତ୍ତିଙ୍କ ନୀଳେଦ୍ରି ବିଜେ

ଚତୁର୍ଦ୍ଧାମୂର୍ତ୍ତି ଆଜି ଗୋଟି ପହଣ୍ଡିରେ ଶ୍ରୀମନ୍ଦିର ରତ୍ନମଣ୍ଡପକୁ ବିଜେ କରିବେ | ପ୍ରଭୁଙ୍କ ଭ୍ରମଣରେ ଅଭିମାନ କରି ରହିଥିବା ମା’ ଲକ୍ଷ୍ମୀ ସାଆନ୍ତାଣୀଙ୍କୁ ରସଗୋଲା ଦେଇ ସ୍ବୟଂ ବିଶ୍ବନିୟନ୍ତା ମହାପ୍ରଭୁ ଶ୍ରୀଜଗନ୍ନାଥ ମାନଭଞ୍ଜନ କରିବେ |

Rajashree
Rajashree
Today Niledri bije of Lord jagannath

Today Niledri bije of Lord jagannath

ଆଜି ବାହୁଡ଼ିବେ ମହାବାହୁ | ନବଦିନାତ୍ମକ ଯାତ୍ରା ସାରି ନିଳକନ୍ଦରକୁ ବାହୁଡିବେ ମହାବାହୁ(Bahuda yatra) | ଗତକାଲି ଶେଷ ହେଲା ଶ୍ରୀଜିଉଙ୍କ ଅଧରପଣା |୩ ରଥରେ ୩ଟି ଲେଖାଏଁ ମୋଟ ୯ଟି ମାଟି ତୁମ୍ଭରେ ଏହି ପଣା ଲାଗି ହେବାର ପରମ୍ପରା ରହିଥାଏ | ମହାପ୍ରଭୁଙ୍କ ନିକଟରେ ଲାଗୁ ହେଉଥିବା ତୁମ୍ଭର ଉଚ୍ଚତା ମହାପ୍ରଭୁଙ୍କ ଅଧର ଉଚ୍ଚର ହୋଇଥିବାରୁ ଏହାକୁ ଅଧର ପଣା କୁହାଯାଏ | ରଥରେ ଥିବା ପାର୍ଶ୍ୱ ଦେବଦେବୀ, ଚଣ୍ଡି ଚାମଣ୍ଡା ଓ ଅଶରୀରୀମାନଙ୍କ ଉଦ୍ଦେଶ୍ୟରେ ଏହି ପଣା ଅର୍ପଣ କରାଯାଇଥାଏ |

ଚତୁର୍ଦ୍ଧାମୂର୍ତ୍ତି ଆଜି ଗୋଟି ପହଣ୍ଡିରେ ଶ୍ରୀମନ୍ଦିର (Shreemandir)ରତ୍ନମଣ୍ଡପକୁ ବିଜେ କରିବେ | ପ୍ରଭୁଙ୍କ ଭ୍ରମଣରେ ଅଭିମାନ କରି ରହିଥିବା ମା’ ଲକ୍ଷ୍ମୀ ସାଆନ୍ତାଣୀଙ୍କୁ ରସଗୋଲା ଦେଇ ସ୍ବୟଂ ବିଶ୍ବନିୟନ୍ତା ମହାପ୍ରଭୁ ଶ୍ରୀଜଗନ୍ନାଥ (shri jagannath) ମାନଭଞ୍ଜନ କରିବେ | ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ନୀତି ଶେଷ ହୋଇଥିବା ସହ ଶ୍ରୀମନ୍ଦିର ପ୍ରଶାସନ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ କରିଛି |

ଶ୍ରୀମନ୍ଦିର(Shreemandir) ନିର୍ଘଣ୍ଟ ନୀତି ଅନୁଯାୟୀ, ଆଜି ଭୋର ୪ଟାରେ ତିନି ରଥରେ ମଙ୍ଗଳ ଆଳତି ପରେ ସାଢ଼େ ୪ଟାରେ ମଇଲମ ଓ ତଡ଼ପଲାଗି, (tadap lagi) ସକାଳ ୫ଟାରେ ଅବକାଶ ନୀତି ପରେ ସକାଳ ସାଢ଼େ ୫ଟାରେ ମହାପ୍ରଭୁଙ୍କ ବେଶଶେଷ ହେବ | ଅପରାହ୍ଣ ସାଢ଼େ ଗୋଟାଏରୁ ତିନି ରଥରେ ଚାରବନ୍ଧା ସରିବା ପରେ ସାଢ଼େ ୩ଟାରେ ସିଂହାସନ ମାଜଣା କରାଯିବ |

୩ଟା ୫୦ରେ ପୁଷ୍ପାଞ୍ଜଳି ପରେ ଅପରାହ୍ଣ ୪ଟାରେ ପହଣ୍ଡି ଆରମ୍ଭ ହେବ | ରାତି ୧୦ଟା ସୁଦ୍ଧା ପହଣ୍ଡି ଶେଷ ହେବାର କାର୍ଯ୍ୟକ୍ରମ ରହିଛି | ଅପରାହ୍ଣ ଗୋଟାଏରେ ଦଇତାପତି ସର୍ବାଙ୍ଗ, ଗୋଟାଏ ୧୦ରେ ଶ୍ରୀମୁଖ ଖଣ୍ଡୁଆ, ରାତି ଗୋଟାଏ ୧୫ରୁ ୨ଟା ୧୫ ଚାରମାଳ ପିଟା ନୀତି ଅନୁଷ୍ଠିତ ହେବ।

ରାତି ସାଢ଼େ ୨ଟାରେ ସୁଦର୍ଶନ ସିଂହାସନକୁ ବିଜେ କରିବେ। ଶ୍ରୀମୁଖ ଖଣ୍ଡୁଆ ମଇଲମ ପରେ ରାତି ୨ଟା ୪୫ରେ ଚକା ପୋଛା, ରାତି ୩ଟାରେ ସିଂହାସନ ଧୁଆ, ରାତି ୩ଟା ୧୦ ସୁଧା ମାଧବ, ଶ୍ରୀଦେବୀ, ଭୂଦେବୀ ସିଂହାସନକୁ ବିଜେ ପରେ ସାଢ଼େ ୩ଟାରେ ମହାସ୍ନାନ ଶେଷ ହେବ। ରାତି ୩ଟା ୩୫ରେ ରୋଷହୋମ, ମଇଲମ, (Mailama) ୩ଟା ୪୫ରେ ଚନ୍ଦନଲାଗି, ୪ଟାରେ ସୂର୍ଯ୍ୟପୂଜା, ୪ଟା ୧୫ରେ ଦ୍ବାରପାଳ ପୂଜା, ବଡ଼ସିଂହାର ବେଶ, ୪ଟା ୪୫ରେ ବଡ଼ସିଂହାର (Bada singhara)ଭୋଗ ହୋଇ ସକାଳ ୫ଟାରେ ରାତି ପହୁଡ଼ ହେବ |

ରଥ ଯା ଗଡି ଯା….

ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା,ଭକ୍ତମୟ ବଡଦାଣ୍ଡ

Like this article?

Hey! I am Rajashree . Did you liked this article and have suggestions to improve this article? Mail me your suggestions and feedback.

Share your comments