News

ଶୁକ୍ରବାର ଘଡଘଡି ସହ ପ୍ରବଳ ବର୍ଷା, ୟେଲୋ ଓ୍ୱାର୍ଣ୍ଣିଂ ଜାରି

ଆସୁଛି ପଶ୍ଚିମା ଝଡ଼ । ପଶ୍ଚିମା ଝଡ଼ର ପ୍ରଭାବରେ ରାଜ୍ୟରେ ପୁଣି ଥରେ ବର୍ଷା ହେବ । ଆଜି ତଥା ଶୁକ୍ରବାର ରାଜ୍ୟର ୧୦ଟି ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବ ।

25 February, 2022 9:50 AM IST By: Sudesna Nayak

ଆସୁଛି ପଶ୍ଚିମା ଝଡ଼ । ପଶ୍ଚିମା ଝଡ଼ର ପ୍ରଭାବରେ ରାଜ୍ୟରେ ପୁଣି ଥରେ ବର୍ଷା (Rain)ହେବ । ଆଜି ତଥା ଶୁକ୍ରବାର (Friday) ରାଜ୍ୟର ୧୦ଟି ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା (Rain)ହେବ ।

ସୂଚନା ଅନୁଯାୟୀ, ଆଜି ତଥା ଶୁକ୍ରବାର ସୁନ୍ଦରଗଡ଼ ଜିଲ୍ଲା, ଦେଓଗଡ଼ ଜିଲ୍ଲା, ସମ୍ବଲପୁର ଜିଲ୍ଲା, ଅନୁଗୁଳ ଜିଲ୍ଲା, ଢେଙ୍କାନାଳ ଜିଲ୍ଲା, କେନ୍ଦୁଝର ଜିଲ୍ଲା, ମୟୂରଭଞ୍ଜ ଜିଲ୍ଲା, ଯାଜପୁର ଜିଲ୍ଲା, ଭଦ୍ରକ ଜିଲ୍ଲା ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା (Rain) ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

ପଶ୍ଚିମ ମଧ୍ୟପ୍ରଦେଶ ଓ ଏହା ସଂଲଗ୍ନ ପୂର୍ବ ରାଜସ୍ଥାନରୁ ନାଗାଲାଣ୍ଡ ତଥା ପୂର୍ବ ମଧ୍ୟପ୍ରଦେଶ, ଦକ୍ଷିଣପୂର୍ବ ଉତ୍ତରପ୍ରଦେଶ, ଝାଡ଼ଖଣ୍ଡ, ପଶ୍ଚିମବଙ୍ଗର ଗାଙ୍ଗେୟ ଉପତ୍ୟକା ଓ ଆସାମରେ ଘୂର୍ଣ୍ଣିବଳୟ ଏବଂ ଉପରିଭାଗରେ ଟ୍ରପଲାଇନ୍‌ ସୃଷ୍ଟି ହୋଇଛି । ଯାହାର ପ୍ରଭାବରେ ଶୁକ୍ରବାର (Friday) ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା (Rain) ହେବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି ।

ସୁନ୍ଦରଗଡ଼ ଜିଲ୍ଲା, ଦେଓଗଡ଼ ଜିଲ୍ଲା, ସମ୍ବଲପୁର ଜିଲ୍ଲା, ଅନୁଗୁଳ ଜିଲ୍ଲା, ଢେଙ୍କାନାଳ ଜିଲ୍ଲା, କେନ୍ଦୁଝର ଜିଲ୍ଲା, ମୟୂରଭଞ୍ଜ ଜିଲ୍ଲା, ଯାଜପୁର ଜିଲ୍ଲା, ଭଦ୍ରକ ଜିଲ୍ଲା ଓ ବାଲେଶ୍ୱର ଜିଲ୍ଲାର କେତେକ ଅଞ୍ଚଳରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା (Rain) ହେବ ।

ସେହିପରି ଉତ୍ତର ଓଡ଼ିଶାର ଅବଶିଷ୍ଟ ଅଞ୍ଚଳ, ସୋନପୁର ଜିଲ୍ଲା, ବୌଦ୍ଧ ଜିଲ୍ଲା, କନ୍ଧମାଳ ଜିଲ୍ଲା, ନୟାଗଡ଼ ଜିଲ୍ଲା, ଖୋର୍ଦ୍ଧା ଜିଲ୍ଲା, ପୁରୀ ଜିଲ୍ଲା ଓ ଗଞ୍ଜାମ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଁ ଭାଁ ବର୍ଷା (Rain)ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଡକ୍ଟର ଏଚ୍‌ ଆର୍‌ ବିଶ୍ୱାସ ପୂର୍ବାନୁମାନ କରିଛନ୍ତି । ଏହି ଜିଲ୍ଲାଗୁଡ଼ିକ ପାଇଁ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ (Yellow Warning) ବି ଜାରି କରାଯାଇଛି । ରାଜ୍ୟରେ ଧୀରେ ଧୀରେ ତାପମାତ୍ରା ବଢ଼ିବ ବୋଲି ସେ ଆକଳନ କରିଛନ୍ତି ।

ପ୍ରକାଶ ଥାଉ ଯେ, ସେହିପରି ସୋଆ ଜଳବାୟୁ ଓ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ଚନ୍ଦ୍ର ସାହୁ ପୂର୍ବାନୁମାନ କରିଛନ୍ତି, ରାଜ୍ୟରେ ତାପମାତ୍ରାରେ ଏବେ ବିଶେଷ ପରିବର୍ତ୍ତନ ହେବନି । ପଶ୍ଚିମା ଝଡ଼ର ପ୍ରଭାବରେ ୨୫ ତାରିଖ ଓ ୨୬ ତାରିଖରେ ରାଜ୍ୟରେ କାଁ ଭାଁ ବର୍ଷା (Rain) ହେବ । ମାର୍ଚ୍ଚ ପ୍ରଥମ ସପ୍ତାହ ପର୍ଯ୍ୟନ୍ତ ରାଜ୍ୟରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନି ବୋଲି ସେ ଆକଳନ କରିଛନ୍ତି । ଅପରପକ୍ଷେ, ଗୁରୁବାର ଦାରିଙ୍ଗବାଡ଼ିରେ ମାତ୍ର ୨ ମିମି ବର୍ଷା (Rain) ହୋଇଥିବା ବେଳେ ରାଜ୍ୟର ବିଭିନ୍ନ ସହରରେ ସର୍ବୋଚ୍ଚ ତାପମାତ୍ରା ବୃଦ୍ଧି ପାଇଥିବା ଦେଖାଯାଇଛି । ବଲାଙ୍ଗୀର (Balangir) ସର୍ବୋଚ୍ଚ ତାପମାତ୍ରା ୩୭ ଡିଗ୍ରୀ ସେଲସିୟସ୍‌ ପହଞ୍ଚିଥିବା ବେଳେ ସୋନପୁର (Sonepur) ଓ ଟିଟିଲାଗଡ଼ରେ ୩୬.୪, ଭବାନୀପାଟଣାରେ ୩୬ ଓ ବୌଦ୍ଧରେ ୩୫ ଡିଗ୍ରୀ ସେଲସିୟସ୍‌ ସର୍ବୋଚ୍ଚ ତାପମାତ୍ରା ରହିଥିଲା ।

୨୫ ରୁ ଛେଚିବ ବର୍ଷା, ୟେଲୋ ଓ୍ୱାର୍ଣ୍ଣିଂ ଜାରି

ଆସୁଛି ପଶ୍ଚିମା ଝଡ଼ ;୨୪ ଓ ୨୫ରେ ପ୍ରବଳ ବର୍ଷା

କୃଷି-ସାମ୍ବାଦିକତା ପ୍ରତି ଆପଣଙ୍କ ସମର୍ଥନ ଦେଖାନ୍ତୁ

ପ୍ରିୟ ବନ୍ଧୁଗଣ, ଆମର ପାଠକ ହୋଇଥିବାରୁ ଆପଣଙ୍କୁ ଧନ୍ୟବାଦ । କୃଷି ସାମ୍ବାଦିକତାକୁ ଆଗକୁ ବଢ଼ାଇବା ପାଇଁ ଆପଣଙ୍କ ଭଳି ପାଠକ ଆମପାଇଁ ପ୍ରେରଣା । ଉଚ୍ଚମାନର କୃଷି ସାମ୍ବାଦିକତା ଯୋଗାଇଦେବାପାଇଁ ଏବଂ ଗ୍ରାମୀଣ ଭାରତର ପ୍ରତିଟି କୋଣରେ କୃଷକ ଓ ଲୋକଙ୍କ ପାଖରେ ପହଞ୍ଚିବା ପାଇଁ ଆମେ ଆପଣଙ୍କ ସମର୍ଥନ ଦରକାର କରୁଛୁ ।

ଆମ ଭବିଷ୍ୟତ ପାଇଁ ଆପଣଙ୍କ ପ୍ରତିଟି ଅର୍ଥଦାନ ମୂଲ୍ୟବାନ

ଏବେ ହିଁ କିଛି ଅର୍ଥଦାନ ନିଶ୍ଚୟ କରନ୍ତୁ (Contribute Now)