News

ରାଜ୍ୟରେ ସକ୍ରିୟ ମୌସୁମୀ: ୟେଲୋ ୱାର୍ଣ୍ଣିଂ ଜାରି

ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ ଯେଉଁଥିପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଗତକାଲି ଅର୍ଥାତ ଶନିବାର ଦିନ ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ପୁରୀ, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲା‌ରେ ଭଲ ବର୍ଷା ହୋଇଥିବା ନଜର ରହିଛି ।

23 July, 2023 10:35 AM IST By: Tanushree Mahapatra

ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ ଯେଉଁଥିପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଗତକାଲି ଅର୍ଥାତ ଶନିବାର ଦିନ ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ପୁରୀ, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲା‌ରେ ଭଲ ବର୍ଷା ହୋଇଥିବା ନଜର ରହିଛି । ତେବେ ପାଣିପାଗ ବିଭୁଗ ଅନୁଯାୟୀ ଆସନ୍ତା ୩ ଦିନ ମଧ୍ୟ ରାଜ୍ୟରେ ମୌସୁମୀଜନିତ ବର୍ଷା ଲାଗି ରହିବ। ମୌସୁମୀଜନିତ ନିମ୍ନ ଚାପରେଖା ଦକ୍ଷିଣପଶ୍ଚିମରୁ ଉତ୍ତର ଆଣ୍ଡାମାନ ସାଗର ଆଡ଼କୁ ଗତି କରୁଥିବାରୁ ଏହା ପ୍ରଭାବରେ ରାଜ୍ୟର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, ସୋନପୁର, ବରଗଡ଼ ଓ ସମ୍ବଲପୁର ଅଞ୍ଚଳର କେତେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

ସେହିପରି ଗତକାଲି ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ସଂଲଗ୍ନ ଉତ୍ତର-ପଶ୍ଚିମ ଓ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ଦୁର୍ବଳ ହୋଇଥିବା ବିଭାଗ ସୂଚନା ଦେଇଛି । କିନ୍ତୁ ଏହାସହ ଜଡ଼ିତ ଘୂର୍ଣ୍ଣିବଳୟଟି ଦକ୍ଷିଣପୂର୍ବ ସ୍ଥାନ ଗୁଡିକ ଉପରେ ରହିଛି । ଯାହାକି ଆସନ୍ତା ୨୪ ତା‌ରିଖ ଆଡ଼କୁ ଅଧିକ ଘନୀଭୂତ ହୋଇ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି କରିବ । ଯାହାଦ୍ୱାରା ରାଜ୍ୟରେ ପ୍ରବଳ ବର୍ଷା ଆରମ୍ଭ ହୋଇଯିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଯାହା ଫଳରେ ରାଜ୍ୟରେ ୨୬ ତାରିଖରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବିଶେଷକରି ନବରଙ୍ଗପୁର, ମାଲକାନଗିରି, କୋରାପୁଟ, କଳାହାଣ୍ଡି, ନୂଆପଡ଼ା ଓ ବଲାଙ୍ଗୀର ଆଦି ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ଆଶଙ୍କା ରହିଛି। ଏହି ସବୁ ଅଞ୍ଚଳ ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯିବା ସହିତ ସତର୍କ ରହିବାକୁ ଚେତାବନୀ ଦିଆଯାଇଛି । ସେହିପରି ରାଜଧାନୀ ଭୁବନେଶ୍ବର ଓ ଏହାର ଆଖପାଖ ସଂଲଗ୍ନ ଅଞ୍ଚଳଗୁଡ଼ିକରେ  ପାଗ ମେଘୁଆ ରହିବ । ମଝିରେ ମଝିରେ ବର୍ଷା ହେବା ସମ୍ଭାବନା ରହିଛି । ଅନ୍ୟପଟେ ଦିନର ସର୍ବୋଚ୍ଚ ତାପମାତ୍ରା ୩୨ ଡିଗ୍ରି ରହିବା ସହିତ ସର୍ବନିମ୍ନ ତାପମାତ୍ରା ୨୬ ଡିଗ୍ରି ମଧ୍ୟରେ ରହିବ ବୋଲି ଆକଳନ କରାଯାଉଛି ।

ତେବେ ବର୍ଷା ଯୋଗୁଁ  ହୀରାକୁଦରୁ ଆଜି ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସିତ କରାଯାଉଛି l ୭ ନମ୍ବର ଗେଟ ଦେଇ ପ୍ରଥମ ବନ୍ୟାଜଳ ଛଡାଯାଇଥିଲା | ସେକେଣ୍ଡ ପ୍ରତି ପ୍ରାୟ ୭୫ ହଜାର କ୍ୟୁସେକ ଜଳ ନିଷ୍କାସିତ ହେଉଛି l ପର୍ଯ୍ୟାୟ କ୍ରମେ ଅନ୍ୟ ଗେଟ ଗୁଡିକୁ ଧୀରେ ଧୀରେ ଖୋଲା ଯାଉଛି | ସୂଚନା ଅନୁଯାୟୀ ଶୁକ୍ରବାର ସନ୍ଧ୍ୟା ୬ଟାରେ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ପ୍ରାୟ ୬୧୩.୫୮ଫୁଟ୍‌ରେ ପହଞ୍ଚିଥିବା ବେଳେ ଶନିବାର ଜଳସ୍ତର ୬୧୪.୪୩ ଫୁଟ୍‌ରେ ପହଞ୍ଚିଥିଲା । ଜଳସ୍ତରକୁ ଆଖିରେ ରଖି ଗେଟ ଗୁଡିକ ଖୋଲା ଯାଉଛି l

କୃଷି-ସାମ୍ବାଦିକତା ପ୍ରତି ଆପଣଙ୍କ ସମର୍ଥନ ଦେଖାନ୍ତୁ

ପ୍ରିୟ ବନ୍ଧୁଗଣ, ଆମର ପାଠକ ହୋଇଥିବାରୁ ଆପଣଙ୍କୁ ଧନ୍ୟବାଦ । କୃଷି ସାମ୍ବାଦିକତାକୁ ଆଗକୁ ବଢ଼ାଇବା ପାଇଁ ଆପଣଙ୍କ ଭଳି ପାଠକ ଆମପାଇଁ ପ୍ରେରଣା । ଉଚ୍ଚମାନର କୃଷି ସାମ୍ବାଦିକତା ଯୋଗାଇଦେବାପାଇଁ ଏବଂ ଗ୍ରାମୀଣ ଭାରତର ପ୍ରତିଟି କୋଣରେ କୃଷକ ଓ ଲୋକଙ୍କ ପାଖରେ ପହଞ୍ଚିବା ପାଇଁ ଆମେ ଆପଣଙ୍କ ସମର୍ଥନ ଦରକାର କରୁଛୁ ।

ଆମ ଭବିଷ୍ୟତ ପାଇଁ ଆପଣଙ୍କ ପ୍ରତିଟି ଅର୍ଥଦାନ ମୂଲ୍ୟବାନ

ଏବେ ହିଁ କିଛି ଅର୍ଥଦାନ ନିଶ୍ଚୟ କରନ୍ତୁ (Contribute Now)