1. କୃଷି ଖବର

୨୬ପରେ ରାଜ୍ୟରେ ଶୁଖିଲା ପାଗ

ଏଥିସହ ଦେବଗଡ଼, ସମ୍ବଲପୁର, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, କଟକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ପୁରୀ ଆଦି ଜିଲ୍ଲାର କିଛି କିଛି ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନାକୁ ନେଇ ‌ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

Rajashree
Rajashree
Today Weather update ,rain alert to state

Today Weather update ,rain alert to state

ଗତ କାଲି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା( Heavy rain) ହୋଇଛି | ଆଉ ଦୁଇ ଦିନ ରାଜ୍ୟରେ ଏଭଳି ସ୍ଥିତି ଲାଗି ରହିବ | ୨୫ରୁ ଧୀରେ ଧୀରେ ବର୍ଷାର ପ୍ରଭାବ କମିବ | ଆଜି ସୁନ୍ଦରଗଡ଼, ବରଗଡ଼ ଓ ଝାରସୁଗୁଡ଼ା ଆଦି ଜିଲ୍ଲାର ବିଭିନ୍ନ ଜାଗାରେ ଭୀଷଣ ବର୍ଷାର ସମ୍ଭାବନା ରହିଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି |

ଏଥିସହ ଦେବଗଡ଼, ସମ୍ବଲପୁର, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, କଟକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ପୁରୀ ଆଦି ଜିଲ୍ଲାର କିଛି କିଛି ଅଞ୍ଚଳରେ ପ୍ରବଳ ବର୍ଷାର (RAIN)ସମ୍ଭାବନାକୁ ନେଇ ‌ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ୨୪ ତାରିଖ ଦିନ ଗଜପତି, ଗଞ୍ଜାମ ଓ କନ୍ଧମାଳ ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି |

ପୁରୀ, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, ଅନୁଗୁଳ, ସୋନପୁର, ସମ୍ବଲପୁର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ଦେବଗଡ଼ ଜିଲ୍ଲା ମାନଙ୍କରେ ପ୍ରବଳ ବର୍ଷା ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି | ୨୫ ତାରିଖରୁ ରାଜ୍ୟରେ ବର୍ଷା କମିବ | ବାକି କେତକ ଅଞ୍ଚଳରେ ୨୫ ଓ ୨୬ ତାରିଖରେ ବର୍ଷା (RAIN)ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି |

ଗତକାଲି ଠୁ ଆଉ 2ଦିନ ଧରି ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା (RAIN)ହେବ । ଆସନ୍ତା ୨୫ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷିବ । ପରେ ୨୬ ତାରିଖରୁ ପରବର୍ତୀ ସପ୍ତାହେ ଯାଏଁ ବିଶେଷ ବର୍ଷା (RAIN)ର ସମ୍ଭାବନା ନାହିଁ ।

ଆସନ୍ତା ୩ ଦିନ ବର୍ଷା, ୨୬ରୁ ସପ୍ତାହେ ଯାଏଁ ପାଗ ରହିବ ଶୁଖିଲା

୨୪ ତାରିଖ ଯାଏଁ ଛେଚିବ ବର୍ଷା

Like this article?

Hey! I am Rajashree . Did you liked this article and have suggestions to improve this article? Mail me your suggestions and feedback.

Share your comments