News

Heavy rain: ଆଜି ପ୍ରବଳ ବର୍ଷିବ !

ଆଜି ଏହି ସବୁ ଜିଲ୍ଲାରେ ପ୍ରବଳ ଛେଚିବ ବର୍ଷା....

21 August, 2024 10:34 AM IST By: Tanushree Mahapatra

ରାଜ୍ୟରେ ବର୍ଷା ଜାରି ରହିଛି ଗତ କିଛିଦିନ ହେବ l ଆସନ୍ତା ସପ୍ତାହେ ପର୍ଯ୍ୟନ୍ତ ପାଗରେ ବିଶେଷ କୌଣସି ପରିବର୍ତ୍ତନ ହେବ ନାହିଁ ।

ତେବେ ବୁଧବାର ଦିନ ତଥା ଆଜି ରାଜ୍ୟର ପ୍ରାୟ ୨୪ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରି ସୂଚନା ପ୍ରଦାନ କରାଯାଇଛି। ଅଧିକାଂଶ ଜିଲ୍ଲାରେ ଆଜି ୭ ରୁ ୧୧ ସେ.ମି ପର୍ଯ୍ୟନ୍ତ ବର୍ଷା ହେବାକୁ ଥିବାରୁ ପାଣିପାଗ କେନ୍ଦ୍ର ୟେଲୋ ଆଲର୍ଟ ମଧ୍ୟ  ଦେଇଛି।

ସେହିଭଳି ଆଜି କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ିର ଆଶଙ୍କା ମଧ୍ୟ ରହିଛି । ଏହିସବୁ ଜିଲ୍ଲାଗୁଡିକ ହେଲା କଟକ, ନବରଙ୍ଗପୁର, କୋରାପୁଟ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୋଳ, ଢ଼େଙ୍କାନାଳ,କଳାହାଣ୍ଡି, ରାୟଗଡ଼ା, ଗଜପତି, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, କନ୍ଧମାଳ, ଜଗତ୍‌ସିଂହପୁର, ଯାଜପୁର, ପୁରୀ, କେନ୍ଦ୍ରାପଡ଼ା, ଭଦ୍ରକ,ବାଲେଶ୍ୱର ଓ ନୂଆପଡ଼ା।

ଗୁରୁବାର ତଥା ଆସନ୍ତାକାଲି ଉତ୍ତର ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଅନୁମାନ କରାଯାଇଛି । ଅନ୍ୟପଟେ ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର ଓ ଝାରସୁଗୁଡ଼ାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି l ଏହି ସମସ୍ତ ଜିଲ୍ଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

ଅଧିକ ପଢ଼ନ୍ତୁ

ଆନ୍ଧ୍ରର ବାନବାସିରେ ସମ୍ରିଦ୍ଧ କିସାନ ଉତ୍ସବ ଆୟୋଜିତ

ଆଳୁ ପରେ ଏବେ ଉପରମୁହାଁ ପିଆଜ ଦର !

କୃଷି-ସାମ୍ବାଦିକତା ପ୍ରତି ଆପଣଙ୍କ ସମର୍ଥନ ଦେଖାନ୍ତୁ

ପ୍ରିୟ ବନ୍ଧୁଗଣ, ଆମର ପାଠକ ହୋଇଥିବାରୁ ଆପଣଙ୍କୁ ଧନ୍ୟବାଦ । କୃଷି ସାମ୍ବାଦିକତାକୁ ଆଗକୁ ବଢ଼ାଇବା ପାଇଁ ଆପଣଙ୍କ ଭଳି ପାଠକ ଆମପାଇଁ ପ୍ରେରଣା । ଉଚ୍ଚମାନର କୃଷି ସାମ୍ବାଦିକତା ଯୋଗାଇଦେବାପାଇଁ ଏବଂ ଗ୍ରାମୀଣ ଭାରତର ପ୍ରତିଟି କୋଣରେ କୃଷକ ଓ ଲୋକଙ୍କ ପାଖରେ ପହଞ୍ଚିବା ପାଇଁ ଆମେ ଆପଣଙ୍କ ସମର୍ଥନ ଦରକାର କରୁଛୁ ।

ଆମ ଭବିଷ୍ୟତ ପାଇଁ ଆପଣଙ୍କ ପ୍ରତିଟି ଅର୍ଥଦାନ ମୂଲ୍ୟବାନ

ଏବେ ହିଁ କିଛି ଅର୍ଥଦାନ ନିଶ୍ଚୟ କରନ୍ତୁ (Contribute Now)