News

ଓଡିଶାକୁ ବାତ୍ୟା ଭୟ! ସୂଚନା ଦେଲେ ପାଣିପାଗ ବିଶେଷଜ୍ଞ

ସକ୍ରିୟ ହେଉଛି ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆସନ୍ତାକାଲି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି ।

05 May, 2022 10:18 AM IST By: Sudesna Nayak

ସକ୍ରିୟ ହେଉଛି ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆସନ୍ତାକାଲି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି ।

ସୂଚନା ଅନୁଯାୟୀ, ଘୂର୍ଣ୍ଣିବଳୟ ସୃଷ୍ଟି ହେବା ପରେ କେମିତି ରହିଛି ସମୁଦ୍ର ଭିତରର ଅବସ୍ଥା । ମହାକାଶରୁ ଉପଗ୍ରହ ମାଧ୍ୟମରେ ଉଠାଯାଇଥିବା ଏହି ଫଟୋ ସମୁଦ୍ର ଭିତରର ସ୍ଥିତିକୁ ବୟାନ କରୁଛି ।

ଫଟୋରୁ ଜଣାପଡୁଛି ସମୁଦ୍ର ଭିତରେ ହଲଚଲ ଆରମ୍ଭ ହୋଇଯାଇଛି । ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ଉତର ପଶ୍ଚିମ ଦିଗକୁ ଗତି କରି ୮ ତାରିଖରେ ଅବପାତରେ ପରିଣତ ହେବ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ତେବେ ଏହାପରେ ଲଘୁଚାପ, ବାତ୍ୟା (Cyclone)ର ରୂପ ନେବ କି ନାହିଁ, ଯଦି ହେବ କେତେ ଭୀଷଣ ହେବ, କୁଆଡେ ଯିବ, କେଉଁଠି ସ୍ଥଳଭାଗ ଛୁଇଁବ, ସ୍ଥଳଭାଗ ଛୁଇଁବା ସମୟରେ ଏହାର ପ୍ରକୋପ କେତେ ଥିବ, ଏନେଇ ଚିତ୍ର ସ୍ପଷ୍ଟ ହୋଇନି ।

ଲଘୁଚାପ ହେବା ପରେ ବାତ୍ୟା ନେଇ ସଠିକ ଆକଳନ କରିହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଅନ୍ୟପଟେ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, ମେ ମାସରେ ସୃଷ୍ଟି ହେଉଥିବା ଲଘୁଚାପ ବାତ୍ୟାରେ ପରିଣତ ହେବାର ଯଥେଷ୍ଟ ସମ୍ଭାବନା ରହିଥାଏ । ତେବେ ୬ ତାରିଖ ପରେ ଏହାର ଗତିପଥ ଜାଣିପଡ଼ିବ ।

ପ୍ରକାଶ ଥାଉ ଯେ, ବୁଧବାର (Wednesday) ସକାଳେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ୬ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଯାହାକି ପରବର୍ତ୍ତି ସମୟରେ ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ପରବର୍ତ୍ତୀ ୪୮ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି । ଏହି ଅବପାତ ବାତ୍ୟା (Cyclone) ରୂପ ନେବ କି ନାହିଁ ସେନେଇ ପାଣିପାଗ କେନ୍ଦ୍ର ଏପର୍ଯ୍ୟନ୍ତ କୌଣସି ସ୍ପଷ୍ଟ ଚିତ୍ର ଦେଇ ନାହିଁ ।

ଆସୁଛି ବାତ୍ୟା! ପୁରୀରୁ ପାରାଦୀପ ଭିତରେ କରିପାରେ ଲ୍ୟାଣ୍ଡଫଲ୍

ଆଜି ୧୫ଟି ଜିଲ୍ଲାରେ କାଳବୈଶାଖୀ, ଝଡ଼ତୋଫାନ ନେଇ ୟେଲୋ ୱାର୍ଣ୍ଣଂ ଜାରି

କୃଷି-ସାମ୍ବାଦିକତା ପ୍ରତି ଆପଣଙ୍କ ସମର୍ଥନ ଦେଖାନ୍ତୁ

ପ୍ରିୟ ବନ୍ଧୁଗଣ, ଆମର ପାଠକ ହୋଇଥିବାରୁ ଆପଣଙ୍କୁ ଧନ୍ୟବାଦ । କୃଷି ସାମ୍ବାଦିକତାକୁ ଆଗକୁ ବଢ଼ାଇବା ପାଇଁ ଆପଣଙ୍କ ଭଳି ପାଠକ ଆମପାଇଁ ପ୍ରେରଣା । ଉଚ୍ଚମାନର କୃଷି ସାମ୍ବାଦିକତା ଯୋଗାଇଦେବାପାଇଁ ଏବଂ ଗ୍ରାମୀଣ ଭାରତର ପ୍ରତିଟି କୋଣରେ କୃଷକ ଓ ଲୋକଙ୍କ ପାଖରେ ପହଞ୍ଚିବା ପାଇଁ ଆମେ ଆପଣଙ୍କ ସମର୍ଥନ ଦରକାର କରୁଛୁ ।

ଆମ ଭବିଷ୍ୟତ ପାଇଁ ଆପଣଙ୍କ ପ୍ରତିଟି ଅର୍ଥଦାନ ମୂଲ୍ୟବାନ

ଏବେ ହିଁ କିଛି ଅର୍ଥଦାନ ନିଶ୍ଚୟ କରନ୍ତୁ (Contribute Now)