News

ଭୋଟ ଦେଉଛନ୍ତି ପଦ୍ମପୁର ଜନତା

ପଦମପୁର ଉପନିର୍ବାଚନ ପାଇଁ ଆରମ୍ଭ ହୋଇ ସାରିଛି ଭୋଟ ଗ୍ରହଣ । ଭୋଟ ଦେଉଛନ୍ତି ସେଠାକାର ଜନତା l ମତଦାନ କରି ନିଜ ପ୍ରିୟ ନେତାଙ୍କୁ ବାଛୁଛନ୍ତି ପଦମପୁରବାସୀ । ଶୀତଦିନ ଓ ମାଓବାଦୀ ପ୍ରବଣ ଅଞ୍ଚଳ ହୋଇଥିବାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ହେବ ମତଦାନ ।

05 December, 2022 12:51 PM IST By: Tanushree Mahapatra

ପଦମପୁର ( padmapur ) ଉପନିର୍ବାଚନ ପାଇଁ ଆରମ୍ଭ ହୋଇ ସାରିଛି ଭୋଟ ଗ୍ରହଣ ( by poll )  । ଭୋଟ ଦେଉଛନ୍ତି ସେଠାକାର ଜନତା  l  ମତଦାନ କରି ନିଜ ପ୍ରିୟ ନେତାଙ୍କୁ ବାଛୁଛନ୍ତି ପଦମପୁରବାସୀ । ଶୀତଦିନ ଓ ମାଓବାଦୀ ପ୍ରବଣ ଅଞ୍ଚଳ ହୋଇଥିବାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ହେବ ମତଦାନ । ୩୧୯ଟି ବୁଥରେ ୨ ଲକ୍ଷ ୫୭ ହଜାର ୪୭୪ ଭୋଟର ମତାଧିକାର ସାବ୍ୟସ୍ତ କରୁଛନ୍ତି ।

ଦୃଷ୍ଟିବାଧିତଙ୍କ ପାଇଁ କରାଯାଇଛି ସ୍ବତନ୍ତ୍ର ବ୍ରେଲି ବାଲଟ ବ୍ୟବସ୍ଥା । ଦିବ୍ୟାଙ୍ଗଙ୍କୁ ଭୋଟ୍ ଦେବାକୁ ସେମାନଙ୍କ ଘରୁ ଆଣି ଛାଡ଼ିବା ପାଇଁ ସ୍ବତନ୍ତ୍ର ଗାଡ଼ି ବ୍ୟବସ୍ଥା କରାଯାଇଛି ।

ପ୍ରତ୍ୟେକ ବୁଥ ପାଇଁ ୪ ଜଣ ଲେଖାଏଁ ପୋଲିଂ ଅଧିକାରୀଙ୍କୁ ମିଶାଇ ନିର୍ବାଚନମଣ୍ଡଳୀରେ ମୋଟ୍ ୧୨୭୬ ଜଣ ପୋଲିଂ କର୍ମଚାରୀ ନିୟୋଜିତ ଅଛନ୍ତି । ଇଭିଏମ୍ ତ୍ରୁଟି ଦୂର ପାଇଁ ଆବଶ୍ୟକ ଇଭିଏମ୍ ଓ ଟେକ୍ନିସିଆନ୍ ଉପସ୍ଥିତ ଅଛନ୍ତି । ବରିଷ୍ଠ ନାଗରିକ, ଦିବ୍ୟାଙ୍ଗଙ୍କ ପାଇଁ ୧୫ଟି ମଡେଲ ବୁଥରେ ରାମ୍ପ, ଅସ୍ଥାୟୀ ସେଡ୍, ପିଇବା ପାଣି ବ୍ୟବସ୍ଥା କରାଯାଇଛି ।

। ୬ଟି ପିଙ୍କ୍ ବୁଥରେ କେବଳ ମହିଳା ପୋଲିଂ କର୍ମଚାରୀ ରହିଛନ୍ତି । ନିର୍ବାଚନମଣ୍ଡଳୀରେ ୭୯ଟି ଅତି ସମ୍ବେଦନଶୀଳ ବୁଥ ଚିହ୍ନଟ ହେଇଥିବା ବେଳେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ସେହିପରି ୧୨୦ଟି ସମ୍ବେଦନଶୀଳ ବୁଥରେ ହୋଇଛି ଓ୍ବେବକାଷ୍ଟିଂ ଓ ୬୬ଟି ବୁଥରେ ସିସିଟିଭି କ୍ୟାମେରା ବ୍ୟବସ୍ଥା । ୯୧ ଜଣ କେନ୍ଦ୍ରୀୟ ମାଇକ୍ରୋ ଅବଜର୍ଭର୍ ନିୟୋଜିତ ହୋଇଛନ୍ତି ।

ବରଗଡ଼ ଜିଲ୍ଲା ମାଓବାଦୀ ପ୍ରବଣ ହୋଇଥିବାରୁ ୧୪୧୩ ପୋଲିସ ଅଧିକାରୀଙ୍କ ସମେତ ୯ କମ୍ପାନୀ ସଶସ୍ତ୍ର କେନ୍ଦ୍ରୀୟ ପୋଲିସ ବାହିନୀ ମୁତୟନ କରାଯାଇଛି ।

। ୭୪ଟି ନକ୍ସଲ ପ୍ରବଣ ବୁଥରେ ୧୫ଟି ଆଣ୍ଟି ନକ୍ସଲ ସ୍କ୍ବାଡ ରହିଛନ୍ତି । ୧୧୨ଟି ବୁଥରେ ସ୍ବତନ୍ତ୍ର ସଶସ୍ତ୍ର ବାହିନୀ ମୁତୟନ ଅଛନ୍ତି । ଏହାସହିତ ୪୫ଟି ମୋବାଇଲ୍ ଟିମ୍ ମୁତୟନ କରାଯାଇଛି । ଶାନ୍ତିଶୃଙ୍ଖଳା ସହ ଚାଲିଛି ପଦମପୁର ଉପନିର୍ବାଚନ ପାଇଁ ମତଦାନ । ବିଭିନ୍ନ ବୁଥରେ ଲମ୍ବା ଲାଇନରେ ଛିଡ଼ା ହୋଇ ଭୋଟ ଦେଉଛନ୍ତି ଭୋଟର । ପୂର୍ବାହ୍ନ ୯ଟା ସୁଦ୍ଧା ମୋଟ ୮.୫ ପ୍ରତିଶତ ମତଦାନ ହୋଇଛି । ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶିଲ କୁମାର ଲୋହାନି ସୂଚନା ଦେଇଛନ୍ତି ।

ଆସନ୍ତାକାଲି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ

କୃଷି-ସାମ୍ବାଦିକତା ପ୍ରତି ଆପଣଙ୍କ ସମର୍ଥନ ଦେଖାନ୍ତୁ

ପ୍ରିୟ ବନ୍ଧୁଗଣ, ଆମର ପାଠକ ହୋଇଥିବାରୁ ଆପଣଙ୍କୁ ଧନ୍ୟବାଦ । କୃଷି ସାମ୍ବାଦିକତାକୁ ଆଗକୁ ବଢ଼ାଇବା ପାଇଁ ଆପଣଙ୍କ ଭଳି ପାଠକ ଆମପାଇଁ ପ୍ରେରଣା । ଉଚ୍ଚମାନର କୃଷି ସାମ୍ବାଦିକତା ଯୋଗାଇଦେବାପାଇଁ ଏବଂ ଗ୍ରାମୀଣ ଭାରତର ପ୍ରତିଟି କୋଣରେ କୃଷକ ଓ ଲୋକଙ୍କ ପାଖରେ ପହଞ୍ଚିବା ପାଇଁ ଆମେ ଆପଣଙ୍କ ସମର୍ଥନ ଦରକାର କରୁଛୁ ।

ଆମ ଭବିଷ୍ୟତ ପାଇଁ ଆପଣଙ୍କ ପ୍ରତିଟି ଅର୍ଥଦାନ ମୂଲ୍ୟବାନ

ଏବେ ହିଁ କିଛି ଅର୍ଥଦାନ ନିଶ୍ଚୟ କରନ୍ତୁ (Contribute Now)