News

ରାଜ୍ୟରେ କୁଆପଥର ମାଡ଼ ! ‘ବାତ୍ୟା ପାଇଁ ପ୍ରସ୍ତୁତ ସରକାର’

ସମ୍ଭାବ୍ୟ ଗ୍ରୀଷ୍ମକାଳୀନ ବାତ୍ୟାର ମୁକାବିଲା ପାଇଁ ନେବାକୁ ଥିବା ପଦେକ୍ଷପ ଉପରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରତି ବର୍ଷ ଲଗାତାର ମେ ମାସରେ ଖରା ଦିନିଆ ଝଡ ବାତ୍ୟା ଆସୁଛି ଏଥିରୁ ପ୍ରସ୍ତୁତ ରହିବା ପାଇଁ ସମସ୍ତ ପ୍ରକାର ବ୍ୟବସ୍ଥା ଗ୍ରହଣ କରାଯାଇଛି ।

27 April, 2023 7:00 AM IST By: Priyambada Rana

କାଳବୈଶାଖୀର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ଭିତରେ ରାଜ୍ୟର ବିଭିନ୍ନ ସ୍ଥାନରେ କୁଆପଥର ବର୍ଷା ସମ୍ଭାବନା ରହିଛି। ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ବାଲେଶ୍ୱର, ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଆଦି ଜିଲ୍ଲାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ବର୍ଷା ସହିତ ଘଣ୍ଟାକୁ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ନେଇ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି କନ୍ଧମାଳ, ଗଞ୍ଜାମ, ବଲାଙ୍ଗୀର, ନୂଆପଡ଼ା ଓ କଳାହାଣ୍ଡି ଜିଲ୍ଲାରେ କୁଆପଥର ବର୍ଷାର ସମ୍ଭାବନା ରହିଛି । ଏହି ସମୟରେ ପବନରବେଗ ଘଣ୍ଟା ପ୍ରତି ୪୦ରୁ ୫୦ କି.ମି ରହିବ ବୋଲି ଆକଳନ କରାଯାଇଛି । ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ପ୍ରଭାବ ଜାରି ରହିବ । ଉତ୍ତର ପୂର୍ବ ବାଂଲାଦେଶ ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣି ବଳୟ ପ୍ରଭାବରେ ସାରା ରାଜ୍ୟରେ ମେଘୁଆ ପାଗ ଜାରି ରହିଛି ।

ଆଗକୁ ରାଜ୍ୟରେ ଆଉ ଏକ ପଶ୍ଚିମାଝଡ଼ ସକ୍ରିୟ ହେବାର ସମ୍ଭାବନା ରହିଛି। ଫଳରେ ୨୭ ତାରିଖରୁ ବର୍ଷାର ପରିମାଣ ବୃଦ୍ଧି ପାଇବ । କାଳବୈଶାଖୀ ସମୟରେ ଘରୁ ନ ବାହାରିବା ପାଇଁ ପରାମର୍ଶ ଦିଆଯାଇଛି । କାଳବୈଶାଖୀ ଯୋଗୁଁ ରାଜ୍ୟରେ ତାପମାତ୍ରା ୩ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇଛି । ତେବେ ୨୮ ତାରିଖରୁ ପାଗରେ ପରିବର୍ତ୍ତନ ସହ ପୁଣି ତାତି ବଢିବାର ସମ୍ଭାବନା ରହିଛି ।

ସେପଟେ ସମ୍ଭାବ୍ୟ ଗ୍ରୀଷ୍ମକାଳୀନ ବାତ୍ୟାର ମୁକାବିଲା ପାଇଁ ନେବାକୁ ଥିବା ପଦେକ୍ଷପ ଉପରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରତି ବର୍ଷ ଲଗାତାର ମେ ମାସରେ ଖରା ଦିନିଆ ଝଡ ବାତ୍ୟା ଆସୁଛି ଏଥିରୁ ପ୍ରସ୍ତୁତ ରହିବା ପାଇଁ ସମସ୍ତ ପ୍ରକାର ବ୍ୟବସ୍ଥା ଗ୍ରହଣ କରାଯାଇଛି । ପାରାଦୀପ ଓ ଗୋପାଳପୁରରେ ଡୋପଲର ରାଡାର କାର୍ଯ୍ୟ କରୁଛି । ଯାହା ସାଇକ୍ଲୋନନ୍ ଟ୍ରାକିଂ ଏବଂ ପାଣିପାଗ ପୂର୍ବାନୁମାନ କରିବାରେ ସାହାଯ୍ୟ କରିବ। ସାଇକ୍ଲୋନ ପରିସ୍ଥିତିରେ ଟେଲିକମ୍ ସିଷ୍ଟମକୁ କାର୍ଯ୍ୟକ୍ଷମ ରଖିବା ପାଇଁ ବିଏସ୍ଏନ୍ଏଲ୍ ଏବଂ ଟେଲିକମ୍ ସେବା ପ୍ରଦାନକାରୀଙ୍କ ଦ୍ୱାରା ଆପଦକାଳୀନ ବ୍ୟବସ୍ଥା କରାଯାଇଛି।

ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ସମ୍ବେଦନଶୀଳ ସ୍ଥାନ ମାନଙ୍କରେ ଆଗୁଆ ମୋବାଇଲ୍ ଟାୱାରଗୁଡିକୁ ନିୟୋଜିତ କରିବା ପାଇଁ ଯୋଜନା କରାଯାଇଅଛି । ସମ୍ଭାବ୍ୟ ବାତ୍ୟା ପ୍ରବଣ ଅଞ୍ଚଳର ସମସ୍ତ ସେଲ ଫୋନ୍ ଗ୍ରାହକଙ୍କୁ ଭଏସ୍ ମେସେଜ୍ ସହିତ SMS ମାଧ୍ୟମରେ ସାଇକ୍ଲୋନନ୍ ଚେତାବନୀ ଏବଂ IMD ର ଆଲର୍ଟ ମେସେଜ୍ ପଠାଇବାକୁ BSNL କୁ ନିର୍ଦ୍ଦେଶ ଦିଆଯାଇଛି। ମେ’ ମାସ ୧ ତାରିଖରୁ ବିଭାଗ ଓ ଜିଲ୍ଲାମାନଙ୍କରେ ୨୪ ଘଣ୍ଟିଆ ନିୟନ୍ତ୍ରଣ କକ୍ଷ ଚାଲୁ କରିବା ପାଇଁ ନିଷ୍ପତ୍ତି ନିଆଯାଇଅଛି। ଏହି କଣ୍ଟ୍ରୋଲ୍ ରୁମ୍ ଦାୟିତ୍ୱରେ ଜଣେ ପ୍ରଥମ ଶ୍ରେଣୀ ଅଧିକାରୀ ରହିବେ।

ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ସତର୍କ ସୂଚନା ଜାରି

କୃଷି-ସାମ୍ବାଦିକତା ପ୍ରତି ଆପଣଙ୍କ ସମର୍ଥନ ଦେଖାନ୍ତୁ

ପ୍ରିୟ ବନ୍ଧୁଗଣ, ଆମର ପାଠକ ହୋଇଥିବାରୁ ଆପଣଙ୍କୁ ଧନ୍ୟବାଦ । କୃଷି ସାମ୍ବାଦିକତାକୁ ଆଗକୁ ବଢ଼ାଇବା ପାଇଁ ଆପଣଙ୍କ ଭଳି ପାଠକ ଆମପାଇଁ ପ୍ରେରଣା । ଉଚ୍ଚମାନର କୃଷି ସାମ୍ବାଦିକତା ଯୋଗାଇଦେବାପାଇଁ ଏବଂ ଗ୍ରାମୀଣ ଭାରତର ପ୍ରତିଟି କୋଣରେ କୃଷକ ଓ ଲୋକଙ୍କ ପାଖରେ ପହଞ୍ଚିବା ପାଇଁ ଆମେ ଆପଣଙ୍କ ସମର୍ଥନ ଦରକାର କରୁଛୁ ।

ଆମ ଭବିଷ୍ୟତ ପାଇଁ ଆପଣଙ୍କ ପ୍ରତିଟି ଅର୍ଥଦାନ ମୂଲ୍ୟବାନ

ଏବେ ହିଁ କିଛି ଅର୍ଥଦାନ ନିଶ୍ଚୟ କରନ୍ତୁ (Contribute Now)