1. କୃଷି ଖବର

ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ସତର୍କ ସୂଚନା ଜାରି

ରାଜ୍ୟରେ ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ କାଳବୈଶାଖୀର ପ୍ରଭାବ ରହିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଆଜି ଓ ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ବହୁ ସ୍ଥାନରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିବ। ତେବେ ଆସନ୍ତା ୨୪ ଘଣ୍ଟା ଅର୍ଥାତ୍ ଆଜି ପାଇଁ ସମଗ୍ର ଓଡ଼ିଶାରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷ ହେବା ନେଇ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି।

Priyambada Rana
Priyambada Rana
Odisha Weather Report

Odisha Weather Report

ରାଜ୍ୟରେ କାଳବୈଶାଖୀର ପ୍ରଭାବ ଜାରୀ ରହିଛି। ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ କାଳବୈଶାଖୀର ପ୍ରଭାବ ରହିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଆଜି ଓ ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ବହୁ ସ୍ଥାନରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିବ। ତେବେ ଆସନ୍ତା ୨୪ ଘଣ୍ଟା ଅର୍ଥାତ୍ ଆଜି ପାଇଁ ସମଗ୍ର ଓଡ଼ିଶାରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷ ହେବା ନେଇ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି।

ସେହିପରି ୨୬, ୨୭ ଏବଂ ୨୮ ତାରିଖରେ ରାଜ୍ୟରେ ଅନେକ ଜିଲ୍ଲାରେ ଘଡଘଡି ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ସୁନ୍ଦରଗଡ଼ ଜିଲ୍ଲାର ବଣାଇଗଡ଼ରେ ସର୍ବାଧିକ ୯୩.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି।

ସେହିପରି କେନ୍ଦୁଝର ଜିଲ୍ଲାର ଘସିପୁରାରେ ୭୫.୩ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ଲହୁଣୀପଡ଼ାରେ ୭୫.୦, କେନ୍ଦୁଝର ଜିଲ୍ଲାର ହାଟଡିହିରେ ୫୫.୧, କଳାହାଣ୍ଡି ଜିଲ୍ଲାର ଥୁଆମୁଳ ରାମପୁରରେ ୪୨.୦, କେନ୍ଦୁଝର ଜିଲ୍ଲାର ଆନନ୍ଦପୁରରେ ୩୬.୪, ସୁନ୍ଦରଗଡ଼ ଜିଲ୍ଲାର ଟେନସାରେ ୩୬.୪, ବନ୍ତରେ ୩୨.୦, ବାଲେଶ୍ୱର ଜିଲ୍ଲାର ସୋରରେ ୨୮.୦ ଏବଂ କୋରାପୁଟ ଜିଲ୍ଲା ପଟାଙ୍ଗିରେ ସର୍ବନିମ୍ନ ୨୫.୧ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆଜି ଜାରୀ ହୋଇଥିବା ଏକ ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ଗତ ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ କୁଆ ପଥର ସହ ବର୍ଷା ହୋଇଛି। ବର୍ଷା ଯୋଗୁଁ ତାପମାତ୍ରା ୪୦ ଡିଗ୍ରୀ ତଳେ ରହିଛି। ୩୭.୪ ଡିଗ୍ରୀ ସହ ସୋନପୁରରେ ରାଜ୍ୟର ସର୍ବାଧିକ ତାପମାତ୍ରା ରେକର୍ଡ ହୋଇଛି। ମଙ୍ଗଳବାର ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର ଓ କନ୍ଧମାଳ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ରହିଛି।

ଏହି ଜିଲ୍ଲାଗୁଡ଼ିକରେ ପବନର ବେଗ ବୃଦ୍ଧି ହୋଇ ଘଣ୍ଟା ପ୍ରତି ୪୦-୫୦ କିମି ପର୍ଯ୍ୟନ୍ତ ଯାଇପାରେ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି। ବୁଧବାର ମଧ୍ୟ କିଛି ଜିଲ୍ଲାରେ ସମାନ ସ୍ଥିତି ଦେଖାଯିବା ସହିତ ଗୁରୁବାର ବର୍ଷାର ପରିମାଣ ବୃଦ୍ଧି ହେବାର ସମ୍ଭାବନା ରହିଛି। ଗୁରୁବାର ଅନେକ ସ୍ଥାନରେ କୁଆପଥର ମାଡ଼ ସହ ବର୍ଷା ପବନ ହେବା ନେଇ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

୪ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

Like this article?

Hey! I am Priyambada Rana. Did you liked this article and have suggestions to improve this article? Mail me your suggestions and feedback.

Share your comments