News

2ଦିନ ଛେଚିବ ବର୍ଷା

ଆସନ୍ତା 2 ଦିନ ରାଜ୍ୟରେ ଛେଚିବ ବର୍ଷା । 1 ତାରିଖରେ ଦକ୍ଷିଣ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

01 September, 2022 10:05 AM IST By: Sudesna Nayak

ଆସନ୍ତା 2 ଦିନ ରାଜ୍ୟରେ ଛେଚିବ ବର୍ଷା (RAIN) । 1 ତାରିଖରେ ଦକ୍ଷିଣ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା (RAIN) ସମ୍ଭାବନା ଅଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

ସୂଚନା ଅନୁଯାୟୀ, ଆଜି ଗୁରୁବାର (Thursday)ମାଲକାନଗିରି ଜିଲ୍ଲା, କୋରାପୁଟ ଜିଲ୍ଲା, ନବରଙ୍ଗପୁର ଜିଲ୍ଲା, ରାୟଗଡ଼ା ଜିଲ୍ଲା, ଗଜପତି ଜିଲ୍ଲା, ଗଞ୍ଜାମ ଜିଲ୍ଲା, କନ୍ଧମାଳ ଜିଲ୍ଲା, ବୌଦ୍ଧ ଜିଲ୍ଲା, ଅନୁଗୁଳ ଜିଲ୍ଲା, ଢେଙ୍କାନାଳ ଜିଲ୍ଲା, ସୁନ୍ଦରଗଡ଼ ଜିଲ୍ଲା, କେନ୍ଦୁଝର ଜିଲ୍ଲା, ମୟୂରଭଞ୍ଜ ଜିଲ୍ଲା ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା (RAIN) ସମ୍ଭାବନା ରହିଛି ।

2ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶା ଓ ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରେ ସ୍ୱଳ୍ପ ବର୍ଷା (RAIN) ସମ୍ଭାବନା ଅଛି ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

ଆସନ୍ତା 2 ଦିନ ରାଜ୍ୟରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା (RAIN)ହେବ । ଗଣେଶ ପୂଜା (Ganesh Chaturthi) ରେ ଉପକୂଳ ଓଡ଼ିଶା ଓ ଏହାର ପାଶ୍ୱର୍ବର୍ତ୍ତୀ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ହାଲୁକା ବର୍ଷା (RAIN)ହୋଇଥିଲା ।

ପ୍ରକାଶ ଥାଉ ଯେ, ବୁଧବାର (Wednesday) ଗଣେଶ ପୂଜା (Ganesh Chaturthi) ରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା (RAIN) ହୋଇଛି ।

Rain in Odisha:ବୁଧବାର ଏହି ସବୁ ଜିଲ୍ଲାରେ ବର୍ଷା ଆଶଙ୍କା

weather update in odisha: ବଢ଼ୁଛି ଦିନ ତାତି

କୃଷି-ସାମ୍ବାଦିକତା ପ୍ରତି ଆପଣଙ୍କ ସମର୍ଥନ ଦେଖାନ୍ତୁ

ପ୍ରିୟ ବନ୍ଧୁଗଣ, ଆମର ପାଠକ ହୋଇଥିବାରୁ ଆପଣଙ୍କୁ ଧନ୍ୟବାଦ । କୃଷି ସାମ୍ବାଦିକତାକୁ ଆଗକୁ ବଢ଼ାଇବା ପାଇଁ ଆପଣଙ୍କ ଭଳି ପାଠକ ଆମପାଇଁ ପ୍ରେରଣା । ଉଚ୍ଚମାନର କୃଷି ସାମ୍ବାଦିକତା ଯୋଗାଇଦେବାପାଇଁ ଏବଂ ଗ୍ରାମୀଣ ଭାରତର ପ୍ରତିଟି କୋଣରେ କୃଷକ ଓ ଲୋକଙ୍କ ପାଖରେ ପହଞ୍ଚିବା ପାଇଁ ଆମେ ଆପଣଙ୍କ ସମର୍ଥନ ଦରକାର କରୁଛୁ ।

ଆମ ଭବିଷ୍ୟତ ପାଇଁ ଆପଣଙ୍କ ପ୍ରତିଟି ଅର୍ଥଦାନ ମୂଲ୍ୟବାନ

ଏବେ ହିଁ କିଛି ଅର୍ଥଦାନ ନିଶ୍ଚୟ କରନ୍ତୁ (Contribute Now)