
weather update Rain in odisha temperature rises in odisha
ଆସନ୍ତା 3 ଦିନ ରାଜ୍ୟରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା (RAIN)ହେବ । ଗଣେଶ ପୂଜା (Ganesh Chaturthi) ରେ ଉପକୂଳ ଓଡ଼ିଶା ଓ ଏହାର ପାଶ୍ୱର୍ବର୍ତ୍ତୀ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ହାଲୁକା ବର୍ଷା (RAIN)ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।
ସୂଚନା ଅନୁଯାୟୀ, ଆଜି ବୁଧବାର (Wednesday)ବାଲେଶ୍ବର ଜିଲ୍ଲା, ଭଦ୍ରକ ଜିଲ୍ଲା, ଯାଜପୁର ଜିଲ୍ଲା, କେନ୍ଦ୍ରାପଡ଼ା ଜିଲ୍ଲା, କଟକ ଜିଲ୍ଲା, ଜଗତସିଂହପୁର ଜିଲ୍ଲା, ପୁରୀ ଜିଲ୍ଲା, ଖୋର୍ଦ୍ଧା ଜିଲ୍ଲା, ନୟାଗଡ଼ ଜିଲ୍ଲା, ଗଞ୍ଜାମ ଜିଲ୍ଲା, ଗଜପତି ଜିଲ୍ଲା, ସୁନ୍ଦରଗଡ଼ ଜିଲ୍ଲା, କେନ୍ଦୁଝର ଜିଲ୍ଲା, ମୟୂରଭଞ୍ଜ ଜିଲ୍ଲା, ଅନୁଗୁଳ ଜିଲ୍ଲା, ଢେଙ୍କାନାଳ ଜିଲ୍ଲା, ବୌଦ୍ଧ ଜିଲ୍ଲା, କନ୍ଧମାଳ ଜିଲ୍ଲା ଓ କଳାହାଣ୍ଡି ଜିଲ୍ଲା ଆଦି ଜିଲ୍ଲାର କିଛି ସ୍ଥାନରେ ବର୍ଷା (RAIN) ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।
1 ତାରିଖରେ ସୋନପୁର, ବୌଦ୍ଧ ଜିଲ୍ଲା, ନୂଆପଡ଼ା ଜିଲ୍ଲା, ବଲାଙ୍ଗୀର ଜିଲ୍ଲା, କଳାହାଣ୍ଡି ଜିଲ୍ଲା, କନ୍ଧମାଳ ଜିଲ୍ଲା, ନବରଙ୍ଗପୁର ଜିଲ୍ଲା, ରାୟଗଡ଼ା ଜିଲ୍ଲା, କୋରାପୁଟ ଜିଲ୍ଲା, ମାଲକାନଗିରି ଜିଲ୍ଲା, ଗଜପତି, ଗଞ୍ଜାମ ଓ ନୟାଗଡ଼ର କିଛି ସ୍ଥାନରେ କାଁ ଭାଁ ବର୍ଷା (RAIN) ହୋଇପାରେ ।
ପ୍ରକାଶ ଥାଉ ଯେ, 2ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶା ଓ ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରେ ସ୍ୱଳ୍ପ ବର୍ଷା (RAIN) ସମ୍ଭାବନା ଅଛି ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।
Share your comments