
Odisha Weather Update
ମଧ୍ୟାହ୍ନରେ ତାତି, ଅପରାହ୍ନରେ ବର୍ଷା(Rain) । ବାୟୁ ଚଳାଚଳ ଜନିତ ଅନିୟମିତତାରୁ ରାଜ୍ୟରେ କାଳବୈଶାଖୀ ବର୍ଷା ଜାରି ରହିଛି । ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ୮ ତାରିଖରେ ବର୍ଷାର ପରିମାଣ ସହ ବିସ୍ତୃତି ବଢିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ଦକ୍ଷିଣ ଓଡ଼ିଶା ସହ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ନେଇ ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ(Yellow Warning)ଜାରି କରାଯାଇଛି । ଅପରାହ୍ନ ବେଳକୁ ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ହାଲୁକା ବର୍ଷା ସମ୍ଭାବନା ଥିବା ବେଳେ ଅନ୍ୟାନ୍ୟ ସ୍ଥାନରେ ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ପାଗ ସମ୍ପୂର୍ଣ୍ଣ ଶୁଖିଲା ଓ ଖରାଟିଆ ରହିବ । ରାଜ୍ୟର ତାପମାତ୍ରା ଏହି ସମୟରେ ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
ସେହିପରି ସକାଳ ପ୍ରାୟ ୭ଟାରୁ ଖରା ପ୍ରକୋପ ଆରମ୍ଭ ହୋଇଥିବା ବେଳେ ଦିନ ୨ଟା ବେଳକୁ ସାମାନ୍ୟ ମେଘୁଆ ପାଗ ରାଜ୍ୟବାସୀଙ୍କୁ ଖରାରୁ ଆଶ୍ୱସ୍ତ କରିଥିଲା। ଅପରାହ୍ନ ଆଡ଼କୁ ଉପକୂଳ ଓଡ଼ିଶାର କିଛି ଅଞ୍ଚଳ ସମେତ କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କନ୍ଧମାଳ, କଳାହାଣ୍ଡି ଓ ରାୟଗଡ଼ା ଆଦି ଜିଲ୍ଲାର କିଛି ଅଂଶରେ ହାଲୁକା ବର୍ଷା ହୋଇଯାଇଛି।
୭ ତାରିଖ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ବିଶେଷକରି କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ନୟାଗଡ଼, ରାୟଗଡ଼ା, ବୌଦ୍ଧ, ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲାର କେତେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ଆଜି ରାଜଧାନୀ ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳର ପାଗ ସମ୍ପୂର୍ଣ୍ଣ ଖରାଟିଆ ରହିବ। ଦିନର ସର୍ବୋଚ୍ଚ ତାପମାତ୍ରା ୩୬ ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୨୩ ଡିଗ୍ରି ମଧ୍ୟରେ ରହିବ।
Share your comments