News

ଜାନୁୟାରୀରେ ଶୀତ କମ୍‌, କୁହୁଡ଼ି ନେଇ ସତର୍କ କଲା ପାଣିପାଗ କେନ୍ଦ୍ର

ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, କନ୍ଧମାଳରେ ଘନକୁହୁଡ଼ି ଅନୁଭୂତ ହେବାନେଇ ସୂଚନା ଦେଇଛି ବିଭାଗ ତରଫରୁ । ଏଥିପାଇଁ ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି ।

03 January, 2024 6:00 AM IST By: Tanushree Mahapatra

ରାଜ୍ୟରେ ଜାରି ରହିଛି ଶୀତ ଲହରୀ l ଆଗକୁ ଶୀତ କମିବା ନେଇ ସୂଚନା ମିଳିଛି। ଜାନୁଆରୀରେ ଶୀତ କମିବା ନେଇ ବିଭାଗ ସୂଚନା ଦେଇଛି । ଶୀତ କମିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର  ପୂର୍ବାନୁମାନ କରିଛି । ଆଜି ଅର୍ଥାତ ବୁଧବାର ୩ ତାରିଖ  ମାଲକାନଗିରି, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼,କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଟକ ଓ ଖୋର୍ଦ୍ଧା ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରରହିଥିବା ନେଇ କୁହାଯାଇଛି । ସେଥିପାଇଁ ସେହି ଜିଲ୍ଲା ମାନଙ୍କରେ ୟେଲୋ ୱାର୍ଣ୍ଣିଂ ମଧ୍ୟ ଜାରି ହୋଇଛି ।

ସେହିପରି ୪ ତାରିଖରେ ସୁନ୍ଦରଗଡ଼, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ କେନ୍ଦୁଝର ଓ କନ୍ଧମାଳ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ମଧ୍ୟ ସମ୍ଭାବନା ରହିଛି । ସେଥିପାଇଁ ସେଠାରେ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଅନ୍ୟପଟେ କୁହୁଡ଼ି ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି । ତେବେ ୪ ତାରିଖରେ କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ବଲାଙ୍ଗିର, ବୌଦ୍ଧ, ଅନୁଗୋଳ, ଦେବଗଡ଼, ସୁନ୍ଦରଗଡ଼, କଟକ ,ସୋନପୁର, କୋରାପୁଟ ଓ ଜଗତସିଂହପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାନେଇ କୁହାଯାଇଛି ।

ତେବେ ଆଗାମୀ ୪ ଓ ୫ ତାରିଖରେ କେତେକ ସ୍ଥାନରେ ହାଲୁକାରୁ ମାଧ୍ୟମ ଧାରଣର ବର୍ଷା ହୋଇପାରେ ବୋଲି କୁହାଯାଇଛି । ସେହିପରି ୪ ତାରିଖରେ ଝାରସୁଗୁଡ଼ା, ସୁନ୍ଦରଗଡ଼ ଏବଂ କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ସ୍ୱଳ୍ପ ବର୍ଷା ହେବାର ସମ୍ଭାବନା ମଧ୍ୟ ରହିଛି । ସେହିପରି ଅନ୍ୟପଟେ ୫ ତାରିଖରେ ସମ୍ୱଲପୁର, ଦେବଗଡ଼, କେନ୍ଦୁଝର, ବରଗଡ଼, ଝାରସୁଗୁଡ଼ା ଓ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏ ରୁ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ମଧ୍ୟ ରହିଛି । ହେଲେ ରାଜ୍ୟର ବାକି ଜିଲ୍ଲାରେ ପାଗ ଶୁଖିଲା ରହିବ । ୬ ଓ ୭ ତାରିଖଠାରୁ ରାଜ୍ୟରେ ପାଗ ଶୁଖିଲା ରହିବ ।

ତେବେ ୬ ଓ ୭ ତାରିଖଠାରୁ ସାରା ରାଜ୍ୟରେ ପାଗ ଶୁଖିଲା ରହିବ ବର୍ଷା ହେବାର କୌଣସି ସମ୍ଭାବନା ନାହିଁ । ସେପଟେ କୁହୁଡ଼ି ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି ବିଭିନ୍ନ ଜିଲ୍ଲାରେ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, କନ୍ଧମାଳରେ ଘନକୁହୁଡ଼ି ଅନୁଭୂତ ହେବାନେଇ ସୂଚନା ଦେଇଛି ବିଭାଗ ତରଫରୁ । ଏଥିପାଇଁ ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି । ଅନ୍ୟପଟେ ସୋମବାର ଦିନ କୋରାପୁଟରେ ସର୍ବନିମ୍ନ ୭.୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।

କୃଷି-ସାମ୍ବାଦିକତା ପ୍ରତି ଆପଣଙ୍କ ସମର୍ଥନ ଦେଖାନ୍ତୁ

ପ୍ରିୟ ବନ୍ଧୁଗଣ, ଆମର ପାଠକ ହୋଇଥିବାରୁ ଆପଣଙ୍କୁ ଧନ୍ୟବାଦ । କୃଷି ସାମ୍ବାଦିକତାକୁ ଆଗକୁ ବଢ଼ାଇବା ପାଇଁ ଆପଣଙ୍କ ଭଳି ପାଠକ ଆମପାଇଁ ପ୍ରେରଣା । ଉଚ୍ଚମାନର କୃଷି ସାମ୍ବାଦିକତା ଯୋଗାଇଦେବାପାଇଁ ଏବଂ ଗ୍ରାମୀଣ ଭାରତର ପ୍ରତିଟି କୋଣରେ କୃଷକ ଓ ଲୋକଙ୍କ ପାଖରେ ପହଞ୍ଚିବା ପାଇଁ ଆମେ ଆପଣଙ୍କ ସମର୍ଥନ ଦରକାର କରୁଛୁ ।

ଆମ ଭବିଷ୍ୟତ ପାଇଁ ଆପଣଙ୍କ ପ୍ରତିଟି ଅର୍ଥଦାନ ମୂଲ୍ୟବାନ

ଏବେ ହିଁ କିଛି ଅର୍ଥଦାନ ନିଶ୍ଚୟ କରନ୍ତୁ (Contribute Now)