News

HEAVY RAIN ALERT: ୩ ଦିନ ପ୍ରବଳ ବର୍ଷା!

ରାଜ୍ୟରେ ବର୍ଷା ବଢିବାର ସମ୍ଭାବନା ରହିଥିବା କହିଛନ୍ତି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି l

06 August, 2024 10:51 AM IST By: Tanushree Mahapatra

ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ ଚାପ ରେଖା। ଫଳରେ ଆଗକୁ ବଢିବ ବର୍ଷା । ଆଜିଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢିବା ନେଇ ଆକଳନ କରାଯାଇଛି । ୨୪ ଘଣ୍ଟା ମଧ୍ୟରେ ପୁରୀ, ଜଗତସିଂହପୁର,  ଗଜପତି, ରାୟଗଡ଼ା, କଳାହାଣ୍ଡି, ଗଞ୍ଜାମ,କନ୍ଧମାଳ, ନବରଙ୍ଗପୁର, ଖୋର୍ଦ୍ଧା,ମୟୁରଭଂଜ, କେନ୍ଦୁଝର, ନୟାଗଡ଼, ସୁନ୍ଦରଗଡ, କଟକ, ବରଗଡ଼ ଏବଂ ଝାରସୁଗୁଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ଆକଳନ କରାଯାଇ ୟେଲୋ ଆଲର୍ଟ ଜାରି କରାଯାଇଛି ।

ଏହାସହ ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ମଧ୍ୟ ଆକଳନ କରାଯାଇଛି । ସେହିପରି ପାଣିପାଗ ବିଭାଗ ତରଫରୁ ମୟୁରଭଂଜ, କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେଓଗଡ଼, ଜଗତସିଂହପୁର, କଟକ, ଖୋର୍ଦ୍ଧା,ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡା, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା ଓ କୋରାପୁଟ ଜିଲ୍ଲାରେ ପ୍ରବଳବର୍ଷା ହେବା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି ।

ଏହିପରି ଚଳିତ ମାସ ୯ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ରାଜ୍ୟରେ । ମୌସୁମୀ ଆରମ୍ଭ ହୋଇଥିବା ଜୁନ ମାସରୁ ଏ ପର୍ଯ୍ୟନ୍ତ ରାଜ୍ୟରେ ୧୧ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି । ଚାଷୀ ମଧ୍ୟ ଏଥିପାଇଁ ଅନେକ ସ୍ଥାନରେ ଅନେକ ସମସ୍ୟାର ସମ୍ମୁଖୀନ ହୋଇଛନ୍ତି ଚାଷକାର୍ଯ୍ୟ ଆରମ୍ଭ କରିବା ପାଇଁ l

ତେବେ ଆଗକୁ ରାଜ୍ୟରେ ବର୍ଷା ବଢିବାର ସମ୍ଭାବନା ରହିଥିବା କହିଛନ୍ତି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି । ଅନ୍ୟପଟେ ଗତକାଲି ସୋମବାର ଦିନ ରାଜଧାନୀ ଭୁବନେଶ୍ବରରେ ଅତି ପ୍ରବଳ ବର୍ଷା ହୋଇଥିବାରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲେ । ସେପଟେ ଇସ୍କନ ମନ୍ଦିର ଆଗରେ ବୁଡିଯାଇଥିଲା ଲୋକଙ୍କ କାର ଏବଂ ବାଇକ୍ । ଏହିପରି ଅବସ୍ଥା ପ୍ରାୟ ୩୦ ମିନିଟ୍‌ ଧରି ପ୍ରବଳ ବର୍ଷା ହେବା ଯୋଗୁଁ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ପରିସ୍ଥିତି ହୋଇଥିଲା ।

ଅଧିକ ପଢ଼ନ୍ତୁ

BSKY କୁ ନେଇ କାହିଁକି ଏମିତି କହିଲେ ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ !

ପ୍ରବଳ ବର୍ଷାରେ ୫୦୦ ଏକର ଚିନାବାଦାମ ଚାଷ ନଷ୍ଟ

କୃଷି-ସାମ୍ବାଦିକତା ପ୍ରତି ଆପଣଙ୍କ ସମର୍ଥନ ଦେଖାନ୍ତୁ

ପ୍ରିୟ ବନ୍ଧୁଗଣ, ଆମର ପାଠକ ହୋଇଥିବାରୁ ଆପଣଙ୍କୁ ଧନ୍ୟବାଦ । କୃଷି ସାମ୍ବାଦିକତାକୁ ଆଗକୁ ବଢ଼ାଇବା ପାଇଁ ଆପଣଙ୍କ ଭଳି ପାଠକ ଆମପାଇଁ ପ୍ରେରଣା । ଉଚ୍ଚମାନର କୃଷି ସାମ୍ବାଦିକତା ଯୋଗାଇଦେବାପାଇଁ ଏବଂ ଗ୍ରାମୀଣ ଭାରତର ପ୍ରତିଟି କୋଣରେ କୃଷକ ଓ ଲୋକଙ୍କ ପାଖରେ ପହଞ୍ଚିବା ପାଇଁ ଆମେ ଆପଣଙ୍କ ସମର୍ଥନ ଦରକାର କରୁଛୁ ।

ଆମ ଭବିଷ୍ୟତ ପାଇଁ ଆପଣଙ୍କ ପ୍ରତିଟି ଅର୍ଥଦାନ ମୂଲ୍ୟବାନ

ଏବେ ହିଁ କିଛି ଅର୍ଥଦାନ ନିଶ୍ଚୟ କରନ୍ତୁ (Contribute Now)