1. କୃଷି ଖବର

Rain Alert: ରାଜ୍ୟରେ କାଳବୈଶାଖୀ ପ୍ରଭାବ!

୭ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା !

Tanushree Mahapatra
Tanushree Mahapatra
yellow warning alert in this dist

yellow warning alert in this dist

ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ତୁହା କୁ ତୁହା ବର୍ଷା ଲାଗି ରହିଛି l ଅଧିକ ବର୍ଷା ହେବା ଯୋଗୁଁ ଅନେକ ଜିଲ୍ଲାକୁ ଆଲର୍ଟ ମଧ୍ୟ କରାଯାଇଛି l ତେବେ ଆସନ୍ତା ୨୪ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର ଏବଂ ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି ।

ଯାହାର ପ୍ରଭାବରେ ୨୪ ଓ ୨୫ ତାରିଖ ରାଜ୍ୟର ୭ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଜିଲ୍ଲାଙ୍କ ମଧ୍ୟରେ ରହିଛି ନବରଙ୍ଗପୁର, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ମାଲକାନଗିରି, କୋରାପୁଟ,ସମ୍ବଲପୁର ଓ ଅନୁଗୁଳ l ଏହି ଜିଲ୍ଲାରେ ଅତିପ୍ରବଳ ବର୍ଷା ସହ ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ପ୍ରଭାବ ମଧ୍ୟ ରହିବ। ଯାହାକୁ ଦୃଷ୍ଟିରେ ରଖି ଏହି ୭ଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ଏଥିସହ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ମଧ୍ୟ କିଛି କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେପଟେ ଆଜି ତଥା ଗୁରୁବାର ଓ ଶୁକ୍ରବାର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼,  ବରଗଡ଼, ସମ୍ବଲପୁର, ଦେବଗଡ଼,ସୁନ୍ଦରଗଡ଼, ଝାରସୁଗୁଡ଼ା, ଜିଲ୍ଲାରେ ପ୍ରବଳ ବର୍ଷା ହେବାକୁ ଥିବା ବେଳେ ଉପକୂଳ ଓ ପଶ୍ଚିମ ଓଡ଼ିଶାରେ ମଧ୍ୟ ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ପ୍ରଭାବ ରହିପାରେ ବୋଲି ସମ୍ଭାବନା ରହିଛି ।

ଅନ୍ୟପଟେ ୨୪ ଓ ୨୫ ତାରିଖରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବା ଜିଲ୍ଲାର ତଳିଆ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା ସୃଷ୍ଟି ହୋଇପାରେ । ସହରାଞ୍ଚଳରେ ଦୃଶ୍ୟମାନ କ୍ଷମତା ହ୍ରାସ ହେବା ସହିତ ଟ୍ରାଫିକ୍‌ ସମସ୍ୟା ମଧ୍ୟ ଉପୁଜିବ ବୋଲି ଏସ୍‌ଆରସି ସତର୍କ କରାଇଛନ୍ତି । ସମୁଦ୍ର ଅଶାନ୍ତ ରହିବାକୁ ଥିବାରୁ ଆଜିଠାରୁ ୨୫ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ଓଡ଼ିଶା ଉପକୂଳକୁ ପ୍ରବେଶ କରିବା ଉପରେ କଟକଣା ଲଗାଯାଇଛି । ଏହି ସମୟରେ ମତ୍ସ୍ୟଜୀବୀଙ୍କୁ ମାଛ ଧରିବା ଉପରେ କଟକଣା ଲଗାଯାଇଛି l

ଅଧିକ ପଢ଼ନ୍ତୁ

ବିହାର ବେଗୁସରାଈରେ ଆୟୋଜିତ ହେଲା ସମ୍ରିଦ୍ଧ କିସାନ ଉତ୍ସବ

JOB: ପୂରଣ ହେବ ଅନେକ ପଦ!

Like this article?

Hey! I am Tanushree Mahapatra. Did you liked this article and have suggestions to improve this article? Mail me your suggestions and feedback.

Share your comments

ଆମ ନ୍ୟୁଜଲେଟରକୁ ସବସ୍କ୍ରାଇବ୍ କରନ୍ତୁ । ଆପଣ ଆପଣଙ୍କ ଆଗ୍ରହ ଥିବା ଟପିକ୍‌ ବାଛିବେ ଏବଂ ଆମେ ଆପଣଙ୍କୁ ବଛା ବଛା ନ୍ୟୁଜ ଓ ଆପଣଙ୍କ ପସନ୍ଦ ଅନୁଯାୟୀ ଲାଟେଷ୍ଟ ଅପଡେଟ୍‌ ପଠାଇଦେବୁ ।

ନ୍ୟୁଜଲେଟର ସବସ୍କ୍ରାଇବ୍‌ କରନ୍ତୁ