1. କୃଷି ଖବର

ରାଜ୍ୟର ଏହି ଜିଲ୍ଲାରେ ପ୍ରବଳ ଛେଚିବ

ରାଜ୍ୟରେ ଜାରି ରହିଛି ମୌସୁମୀ ବର୍ଷା l ଯେଉଁଥିପାଇଁ ବିଗତ କିଛି ଦିନ ହେବ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି l ଏଥିପାଇଁ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଗତକାଲି ରାଜ୍ୟରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି ।

Tanushree Mahapatra
Tanushree Mahapatra
Yellow warning for 6 districts in odisha , image source - twitter

Yellow warning for 6 districts in odisha , image source - twitter

ରାଜ୍ୟରେ ଜାରି ରହିଛି ମୌସୁମୀ ବର୍ଷା l ଯେଉଁଥିପାଇଁ ବିଗତ କିଛି ଦିନ ହେବ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି l ଏଥିପାଇଁ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଗତକାଲି ରାଜ୍ୟରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି ।

ଏହି ସମୟରେ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରେ ସକ୍ରିୟ ରହିଛି ଲଘୁଚାପ । ଯାହା ପ୍ରଭାବରେ ସାରା ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗି ରହିଛି ଆଉ ହଇରାଣ ହରକତରେ ପଡିଛନ୍ତି ରାଜ୍ୟବାସୀ । ଏଥିପାଇଁ ଏହି ପ୍ରଭାବ ଯୋଗୁଁ ବିଶେଷ କରି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେଉଛି । 

ତେବେ ଆଜି ବର୍ଷା ନେଇ ରାଜ୍ୟର ୬ ଜିଲ୍ଲାକୁ ସତର୍କ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଯାହା  ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ସୂଚନା ଜାରି କରିଛି । ତେବେ ହିଁ ଲଘୁଚାପ ଜନିତ ବର୍ଷା ପାଇଁ ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୬ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି l ସେହି ଜିଲ୍ଲା ଗୁଡିକ ହେଉଛି ନୂଆପଡ଼ା, ନବରଙ୍ଗପୁର, ବଲାଙ୍ଗିର, କଳାହାଣ୍ଡି, ମାଲକାନଗିରି ଓ କୋରାପୁଟ l ଏହି ଜିଲ୍ଲାଗୁଡିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ନେଇ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣଂ ମଧ୍ୟ ଜାରି କରାଯାଇଛି ।

ତେବେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସୁଦୃଶ୍ୟ ଲଘୁଚାପ ସକ୍ରିୟ ରହିଥିବାରୁ ରାଜ୍ୟରେ ୨୭ ତାରିଖରୁ ବର୍ଷା ଲାଗିରହିଛି। ତେବେ ଆଗକୁ ଏହି ବର୍ଷାର ପରିମାଣ ବଢିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ବିଶେଷ କରି ଦକ୍ଷିଣ ଏବଂ ଉତ୍ତର ଓଡ଼ିଶାର ଆଭ୍ୟନ୍ତରୀଣ ଅଞ୍ଚଳରେ ବର୍ଷାର ପ୍ରଭାବ ଅଧିକ ରହିବା ସମ୍ଭାବନା କରାଯାଉଛି । ବର୍ଷା ପ୍ରଭାବରେ ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ଚାଷ ଜମିରେ ପାଣି ଜମିବା ସହିତ ଅନେକ ସମସ୍ୟା ଦେଖା ଯାଉଛି l ଲଗାଣ ବର୍ଷା ଯୋଗୁଁ ଚାଷୀ ହଇରାଣ ହେଉଛନ୍ତି l

Like this article?

Hey! I am Tanushree Mahapatra. Did you liked this article and have suggestions to improve this article? Mail me your suggestions and feedback.

Share your comments