News

RAIN: ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

୨୯ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ବେଳେ ବିଜୁଳି ଘଡଘଡି ପ୍ରତି ସତର୍କତା ଅବଲମ୍ବନ କରିବା ପାଇଁ ପରାମର୍ଶ ମଧ୍ୟ ଦିଆଯାଇଛି l

27 June, 2024 10:48 AM IST By: Tanushree Mahapatra

ଆଜି ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବ l ସେହିପରି ଗଜପତି, ରାୟଗଡା,କଳାହାଣ୍ଡି, ବଲାଙ୍ଗୀର, ନବରଙ୍ଗପୁର ଓ ନୂଆପଡ଼ାରେ ପ୍ରବଳ ବର୍ଷା ପାଇଁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।

ଅନ୍ୟପଟେ ୨୯ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ବେଳେ ବିଜୁଳି ଘଡଘଡି ପ୍ରତି ସତର୍କତା ଅବଲମ୍ବନ କରିବା ପାଇଁ ପରାମର୍ଶ ମଧ୍ୟ ଦିଆଯାଇଛି l ସେପଟେ ସାରା ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଛି l ରାଜ୍ୟରେ ଅନେକ ଜିଲ୍ଲାରେ ଏବେ ମଧ୍ୟ ନିଅଁଣ୍ଟିଆ ବର୍ଷା ଦେଖାଦେଇଛି । ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ପୁରୀ ଓ ବଲାଙ୍ଗୀର ଜିଲ୍ଲାରେ ନିଅଁଟିଆ ବର୍ଷା ରେକର୍ଡ  କରାଯାଇଛି ।

ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେଉଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ରାଜ୍ୟର ୯ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି  l ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ସକ୍ରିୟ ରହିଛି ମୌସୁମି । ବିଭିନ୍ନ ଜିଲ୍ଲାରେ ଜାରି ରହିଛି ପ୍ରବଳ ବର୍ଷା । ଏହିପରି ଆହୁରି ୩ ଦିନ ପର୍ଯ୍ୟନ୍ତ ବର୍ଷିବ । ତେବେ ଆଜି ପାଇଁ ୯ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅନ୍ୟପଟେ ବଙ୍ଗୋପସାଗରରେ ସୃଷ୍ଟ ହୋଇଥିବା ଘୂର୍ଣ୍ଣିବଳୟ ସକ୍ରିୟ ରହିଥିବା ବେଳେ ରାଜ୍ୟରେ ମୌସୁମି ମଧ୍ୟ ସକ୍ରିୟ ରହିଛି । ଯାହା ପ୍ରଭାବରେ ସାରା ରାଜ୍ୟରେ ଆହୁରି ୩ ଦିନ ପର୍ଯ୍ୟନ୍ତ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି l

ଆସନ୍ତା ୨୯ ତାରିଖରେ ରାଜ୍ୟର ମୋଟ ୭ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି ପାଣିପାଗ ବିଭାଗ । ଆସନ୍ତାକାଲି ନବରଙ୍ଗପୁରରେ ଏବଂ ବଲାଙ୍ଗୀର,ମୟୂରଭଞ୍ଜ, କେନ୍ଦୁଝର, ଗଜପତି, କଳାହାଣ୍ଡି, କୋରାପୁଟ, ମାଲକାନଗିରି, କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ରାଜ୍ୟରେ ଧୀରେ ଧୀରେ ସକ୍ରିୟ ହେବାରେ ଲାଗିଛି ମୌସୁମୀ କିନ୍ତୁ, କିଛି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ଯୋଗୁଁ ଚିନ୍ତାରେ ଚାଷୀ l

ଅଧିକ ପଢ଼ନ୍ତୁ

ବଜାରକୁ ଆସିଲା ମହିନ୍ଦ୍ରାର OJA 2121 ଟ୍ରାକ୍ଟର

Chhat Bagwani Yojana: ମିଳିବ ୨୫୦୦୦ ସବସିଡି ଟଙ୍କା

କୃଷି-ସାମ୍ବାଦିକତା ପ୍ରତି ଆପଣଙ୍କ ସମର୍ଥନ ଦେଖାନ୍ତୁ

ପ୍ରିୟ ବନ୍ଧୁଗଣ, ଆମର ପାଠକ ହୋଇଥିବାରୁ ଆପଣଙ୍କୁ ଧନ୍ୟବାଦ । କୃଷି ସାମ୍ବାଦିକତାକୁ ଆଗକୁ ବଢ଼ାଇବା ପାଇଁ ଆପଣଙ୍କ ଭଳି ପାଠକ ଆମପାଇଁ ପ୍ରେରଣା । ଉଚ୍ଚମାନର କୃଷି ସାମ୍ବାଦିକତା ଯୋଗାଇଦେବାପାଇଁ ଏବଂ ଗ୍ରାମୀଣ ଭାରତର ପ୍ରତିଟି କୋଣରେ କୃଷକ ଓ ଲୋକଙ୍କ ପାଖରେ ପହଞ୍ଚିବା ପାଇଁ ଆମେ ଆପଣଙ୍କ ସମର୍ଥନ ଦରକାର କରୁଛୁ ।

ଆମ ଭବିଷ୍ୟତ ପାଇଁ ଆପଣଙ୍କ ପ୍ରତିଟି ଅର୍ଥଦାନ ମୂଲ୍ୟବାନ

ଏବେ ହିଁ କିଛି ଅର୍ଥଦାନ ନିଶ୍ଚୟ କରନ୍ତୁ (Contribute Now)