1. ଅନ୍ୟାନ୍ୟ

ଜାରି ହେଲା ସୁନା-ରୁପାର ନୂଆ ଦାମ୍, ଜାଣନ୍ତୁ କେତେ ଟଙ୍କା ବଢ଼ିଲା

ଜାରି ହେଲା ସୁନା-ରୁପାର ନୂଆ ଦାମ୍ । ଶନିବାର ଅର୍ଥାତ ଡିସେମ୍ୱର ୪ ତାରିଖରେ ସୁନା ଓ ରୁପା ମୂଲ୍ୟ (Gold Silevr Price) ରେ ବୃଦ୍ଧି ଘଟିଛି ।

Sudesna Nayak
Sudesna Nayak
gold silver price in india

gold silver price in india

ଜାରି ହେଲା ସୁନା-ରୁପାର ନୂଆ ଦାମ୍ । ଶନିବାର ଅର୍ଥାତ ଡିସେମ୍ୱର ୪ ତାରିଖରେ ସୁନା ଓ ରୁପା ମୂଲ୍ୟ (Gold Silevr Price) ରେ ବୃଦ୍ଧି ଘଟିଛି । ସେପଟେ ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଦେଶରେ ଶୁକ୍ରବାର ସୁନା ମୂଲ୍ୟରେ ୧୩୦ ଟଙ୍କାର ହ୍ରାସ ଘଟିଥିଲା । ଅନ୍ୟପଟେ ଶନିବାର ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୫୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ଶନିବାର ୧୦ ଗ୍ରାମ ସୁନା ମୂଲ୍ୟ ୪୭,୫୦୦ ଟଙ୍କାରେ ପହଞ୍ଚିଛି । ଯାହା ଶୁକ୍ରବାର ଏହାର ମୂଲ୍ୟ ୪୭,୪୫୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ମଧ୍ୟ ୫୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୬,୫୦୦ ଟଙ୍କାରେ ପହଞ୍ଚିଛି । ଯାହା ଶୁକ୍ରବାର ଏହାର ମୂଲ୍ୟ ୪୬,୪୫୦ ଟଙ୍କା ଥିଲା ।

ସେହିପରି ଶନିବାର ଦେଶରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ଶୁକ୍ରବାର ଦେଶରେ ରୁପା ମୂଲ୍ୟରେ ୫୦୦ ଟଙ୍କାର ବୃଦ୍ଧି ଘଟିଥିବାବେଳେ ଶନିବାର ରୁପା ଦରରେ ୪୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଶନିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୬୦୦ ଟଙ୍କାରେ ପହଞ୍ଚିଛି । ଯାହା ଶୁକ୍ରବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୨୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୧୬୦ ଟଙ୍କାରେ ପହଞ୍ଚିଛି । ଯାହା ଶୁକ୍ରବାର ୬,୧୨୦ ଟଙ୍କା ଥିଲା ।

ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଶୁକ୍ରବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ ୩୦୦ ଟଙ୍କାର ବୃଦ୍ଧି ଘଟିଥିଲା । ସେପଟେ ଶନିବାର ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ରେକର୍ଡ କରାଯାଇଛି । ଶୁକ୍ରବାର ରାଜଧାନୀରେ ରୁପା ମୂଲ୍ୟରେ ୫୦୦ ଟଙ୍କାର ବୃଦ୍ଧି ଘଟିଥିଲା । ସେହିପରି ଶନିବାର ରୁପା ଦରରେ ୪୦୦ ଟଙ୍କାର ବୃଦ୍ଧି ଘଟିଛି ।

Like this article?

Hey! I am Sudesna Nayak . Did you liked this article and have suggestions to improve this article? Mail me your suggestions and feedback.

Share your comments